No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୭ ମଇ ଗୁରୁବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ର ୨୯୬ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୮୫ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର ରେ ୪୮ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି ।
ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୩୧ଜଣଙ୍କର ଆଣ୍ଟିଜେନ୍ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୬ ଜଣ ଙ୍କ ରିପୋର୍ଟ ପଜେଟିଭ ଚିହ୍ନଟ ହୋଇଛନ୍ତି ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ରେ୩୦ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ ୧୯ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ ୮୩ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । (ରିପୋର୍ଟ :ଗୌତମ ମିଶ୍ର)
No Result
View All Result