No Result
View All Result
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି ।
ଓଡ଼ିଶା ତାଜା ନ୍ୟୁଜ (୨୮ ମଇ ଶୁକ୍ରବାର ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାରଣ ପାଇଁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି । ସେଥି ମଧ୍ୟରୁ କରୋନାରେ ମୃତୁ୍ୟ ପାଇଁ ଯାଜପୁର ଜିଲ୍ଲା ‘ମନ୍ଥନ’ ସମ୍ବାଦପତ୍ରର ପ୍ରତିନିଧି ସ୍ୱର୍ଗତ ଅଶୋକ କୁମାର ସାହୁଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା, କେନ୍ଦୁଝର ଜିଲ୍ଲାରେ /ଓଡ଼ିଶା ଭାସ୍କର’ ସମ୍ବାଦପତ୍ରର ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଧୀରେନ୍ଦ୍ର ରାଉତଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଓ ବାଲେଶ୍ୱର ଜିଲ୍ଲାରେ ‘ଇ.ପି.ଏ. ୱିକ୍ଲ’ ର ପ୍ରତିନିଧି ସ୍ୱର୍ଗତ ସୋଲୋମାନ୍ ସାହୁଙ୍କ ପରିବାରକୁ ମଧ୍ୟ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ ପୂର୍ବରୁ ମଧ୍ୟ ରାଜ୍ୟ ସରକାର କୋଭିଡ୍ରେ ମୃତୁ୍ୟବରଣ କରିଥିବା ୬ ଜଣ ସାମ୍ବାଦିକ କୋଭିଡ୍ ଯୋଦ୍ଧାଙ୍କ ପରିବାରଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି ।
ଅନୁକମ୍ପା ରାଶି ପ୍ରାପ୍ତ ଦିବଙ୍ଗତ ସାମ୍ବାଦିକମାନେ ହେଉଛନ୍ତି ‘ଇ-ନିୁ୍ୟଜ୍’ର ଗଜପତି ପ୍ରତିନିଧି କେ. ସି. ରନିମ୍,’ସମାଜ’ର ଗଞ୍ଜାମ ପ୍ରତିନିଧି ପି୍ରୟଦର୍ଶୀ ପଟ୍ଟନାୟକ, ‘ପ୍ରମେୟି’ର ଫୁଲବାଣୀ ପ୍ରତିନିଧି ତାରିଣୀ ଚରଣ ପାଢ଼ୀ, ‘ନୁ୍ୟଜ୍-୧୮’ର ଭୁବନେଶ୍ୱର ପ୍ରତିନିଧି ପ୍ରବୀର କୁମାର ପ୍ରଧାନ, ‘ମନ୍ଥନ’ର ଖୋର୍ଦ୍ଧା ପ୍ରତିନିଧି ପ୍ରତାପ କୁମାର ଦାସ ଏବଂ ‘ହିନ୍ଦୁସ୍ତାନ ସମାଚାର’ର ଗଜପତି ପ୍ରତିନିଧି ନବୀନ ନନ୍ଦ ଗନ୍ତାୟତ । ଭୁବନେଶ୍ୱରଠାରେ ‘ନିତିଦିନ’ ସମ୍ବାଦପତ୍ରର ପ୍ରତିନିଧି ସ୍ୱର୍ଗତ ରାଧାନାଥ ମହାପାତ୍ର ଓ ‘ପ୍ରତିଦିନ’ ଖବରକାଗଜର ପ୍ରତିନିଧି ସ୍ୱର୍ଗତ ପ୍ରଭାତ କୁମାର ଦାସଙ୍କୁ ମଧ୍ୟ ମୃତୁ୍ୟ ପରେ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ଅର୍ଥରାଶି ପ୍ରଦାନ କରାଯାଇଛି । ଏହାବାଦ ଭୁବନେଶ୍ୱରଠାରେ ମୁକ୍ତବୃତ୍ତ ସାମ୍ବାଦିକ ଭାବେ କାର୍ଯ୍ୟରତ ବରିଷ୍ଠ ସାମ୍ବାଦିକ ଅମ୍ବିକା ପ୍ରସାଦ କାନୁନ୍ଗୋଙ୍କ ଚିକିତ୍ସା ଖର୍ଚ୍ଚ ବାବଦକୁ ୨ ଲକ୍ଷ ଟଙ୍କା ଓ ଝାରସୁଗୁଡ଼ା ଜିଲ୍ଲାର ସମାଜ ପ୍ରତିନିଧି ଗଜେନ୍ଦ୍ର ମହାନ୍ତିଙ୍କୁ ତାଙ୍କ ପନିୀଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ରାଜ୍ୟ ସରକାର ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ବିଭିନ୍ନ ସମୟରେ କର୍ମଜୀବୀ ସାମ୍ବାଦିକଙ୍କ କେତେକ ଜଟିଳ ବ୍ୟାଧିର ଚିକିତ୍ସା ତଥା ଅକାଳ ମୃତୁ୍ୟ ପାଇଁ ଆର୍ଥିକ ସହାୟତା ଓ ଅନୁକମ୍ପା ରାଶି ପ୍ରଦାନ କରିଆସୁଛନ୍ତି ା ସାଧାରଣ କାରଣରୁ ମୃତୁ୍ୟ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଥିବାବେଳେ କରୋନାରେ ମୃତୁ୍ୟ ପାଇଁ କୋଭିଡ୍ ଯୋଦ୍ଧା ଭାବେ ସେମାନଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏତଦ୍ଭିନ୍ନ କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାର ‘ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାି’ ଅନ୍ତର୍ଗତ ସ୍ୱାସ୍ଥ୍ୟବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହି ଯୋଜନାରେ ଏଯାବତ୍ ରାଜ୍ୟର ୬୯୪୪ ଜଣ ସାମ୍ବାଦିକଙ୍କୁ ଅନ୍ତର୍ଭୁକ୍ତ କରାଯାଇ ସହାୟତା ପ୍ରଦାନ କରାଯାଉଛି ।
ବୀମା ଯୋଜନାରେ ୨ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଉଛି । ସଂପ୍ରତି କୋଭିଡ୍ ଦ୍ୱିତୀୟ ଲହରରେ ଜିଲ୍ଲାସ୍ତରରେ ବହୁ କର୍ମଜୀବୀ ସାମ୍ବାଦିକ କୋଭିଡ୍ରେ ଆକ୍ରାନ୍ତ ହୋଇ ମୃତୁ୍ୟବରଣ କରିବା ବିଷୟ ସରକାରଙ୍କ ଦୃଷ୍ଟିକୁ ଆସିଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ଯୋଗ୍ୟ ସାମ୍ବାଦିକମାନଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ଆବଶ୍ୟକୀୟ ତଥ୍ୟ ସଂଗ୍ରହ କରି ଜିଲ୍ଲାପାଳଙ୍କ ସୁପାରିଶ ସହ ତୁରନ୍ତ ପ୍ରେରଣ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସମସ୍ତ ଜିଲ୍ଲାର ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
No Result
View All Result