• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ – ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ

Proprietor Abhimanyu Maharana by Proprietor Abhimanyu Maharana
June 1, 2021
in ଓଡ଼ିଶା, ଦେଶ, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ – ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୧ ଜୁନ ମଙ୍ଗଳବାର ) ଭୁବନେଶ୍ୱର :- ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଆଗେଇ ନେବା ଦିଗରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଦୂରଦୃଷ୍ଟିସଂପନ୍ନ ପଦକ୍ଷେପ ଯୁବକଯୁବତୀଙ୍କୁ ଅଧିକ ଦକ୍ଷ କରି ତୋଳିବା ସହିତ ସେମାନଙ୍କର ଗବେଷଣା ଲବ୍ଧ ଜ୍ଞାନ ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବାରେ ସହାୟକ ହୋଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି ।
ଆଜି ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ମନୋନୀତ ରିସର୍ଚ୍ଚ ସ୍କଲାରମାନଙ୍କ ସହିତ ଆଲୋଚନା କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଥିଲେ ଯେ ମାନବ ସମାଜ ଦିନକୁ ଦିନ ନୂଆ ନୂଆ ଆହ୍ୱାନର ସମ୍ମୁଖୀନ ହେଉଛି ।

କୋଭିଡ୍‌-୧୯ ପରି ମହାମାରୀ ଯୋଗୁ ସାରା ବିଶ୍ୱ ଏକ ଅସ୍ୱଭାବିକ ପରିସ୍ଥିତି ଦେଇ ଗତି କରୁଛି । ଏଥି ସହିତ ଆମ ରାଜ୍ୟକୁ ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡ଼ୁଛି । ଏପରି କ୍ଷେତ୍ରରେ ଗବେଷଣା ଲବ୍ଧ ଜ୍ଞାନ ଯେପରି ମାନବ ସମାଜର କଲ୍ୟାଣ ସାଧିତ ହୋଇପାରିବ ଏବଂ ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ସହାୟକ ହୋଇପାରିବ ସେଥି ନିମନ୍ତେ ଯୁବ ଗବେଷକମାନେ ବିଶେଷ ଧ୍ୟାନ ଦେବା ଉଚିତ । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୨୦୧୯ ରାଜ୍ୟ ମସିହାରୁ ଆରମ୍ଭ କରାଯାଇଥିବା ଏହି ଯୋଜନାରେ ରାଜ୍ୟ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଯୁବ ଅଧ୍ୟାପକଅଧ୍ୟାପିକାମାନଙ୍କୁ ଗବେଷଣା ନିମନ୍ତେ ଦୁଇବର୍ଷ ନିମନ୍ତେ ୫ ଲକ୍ଷ ଟଙ୍କା ସିଡ୍‌ ଫଣ୍ଡ ପ୍ରଦାନ ଓ ଏନ୍‌ଇଟିରେ ଚୟନ ହୋଇଥିବା ଓ ରାଜ୍ୟ ବିଶ୍ୱବିଦ୍ୟାଳୟ କିମ୍ବା ରାଜ୍ୟ ଶିକ୍ଷାନୁଷ୍ଠାନରେ ପୂର୍ଣ୍ଣକାଳୀନ ଗବେଷଣାରତ ଛାତ୍ରଛାତ୍ରୀଙ୍କୁ ପିଏଚ୍‌ଡି କାର୍ଯ୍ୟକ୍ରମ ନିମନ୍ତେ ମାସିକ ୧୫ ହଜାର ଟଙ୍କାର ଫେଲୋସିପ୍‌ ୪ ବର୍ଷ ନିମନ୍ତେ ପ୍ରଦାନ ଏବଂ ସନ୍ଦର୍ଭ ପ୍ରକାଶନ ନିମନ୍ତେ ଆର୍ଥିକ ସହାୟତା ପ୍ରଦାନର ବ୍ୟବସ୍ଥା କରାଯାଇଛିି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ା

୨୦୨୦ ବର୍ଷ ନିମନ୍ତେ ଏହି ଯୋଜନାରେ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପାଇଥିବା ୧୬୬ଟି ଗବେଷଣା ପ୍ରସ୍ତାବ ଏଥି ମଧ୍ୟରୁ ୧୫୩ଟି ପ୍ରସ୍ତାବକୁ ଅଭିଜ୍ଞ ବିଶେଷଜ୍ଞ ମଣ୍ଡଳୀ ଦ୍ୱାରା ସମୀକ୍ଷା କରାଯାଇ ୧୦୬ଟି ପ୍ରସ୍ତାବକୁ ଚୟନ କମିଟି ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା । ସେଥି ମଧ୍ୟରୁ ୪୦ଟି ପ୍ରସ୍ତାବକୁ ସିଡ୍‌ ରିସର୍ଚ୍ଚ ଫଣ୍ଡ ପ୍ରଦାନ ନିମନ୍ତେ ଅନୁମୋଦନ କରାଯାଇଥିଲା । ଏଥିରେ ୧୫ଟି ପ୍ରକଳ୍ପ ବିଜ୍ଞାନ ସମ୍ମନ୍ଧୀୟ ଗବେଷଣା ହୋଇଥିବାବେଳେ ୬ଟି ଇଂଜିନିୟରିଂ, ୧୨ଟି ସାମାଜିକ ବିଜ୍ଞାନ, ୨ଟି ବାଣିଜ୍ୟ ଓ ବ୍ୟବସାୟ ଏବଂ ୫ଟି ଭାଷା ସମ୍ବନ୍ଧୀୟ ଗବେଷଣାକୁ ଅନୁମୋଦନ କରାଯାଇଥିଲା ା ସେହିପରି ୨୦୨୦ରେ ପିଏଚ୍‌ଡି ରିସର୍ଚ୍ଚ ଫେଲୋସିପ୍‌ ନିମନ୍ତେ ୫୭ଟି ଆବେଦନପତ୍ର ମିଳିଥିବାବେଳେ ଫେଲୋସିପ୍‌ ନିମନ୍ତେ ୩୭ଟି ଆବେଦନକୁ ଅନୁମୋଦନ କରାଯାଇଥିଲା ା ଏହି ପୂର୍ଣ୍ଣକାଳୀନ ରିସର୍ଚ୍ଚ ଫେଲୋସିପ୍‌ ନିମନ୍ତେ ପ୍ରତ୍ୟେକଙ୍କୁ ମାସିକ ୧୫ ହଜାର ଟଙ୍କା ଫେଲୋସିପ୍‌ ଏବଂ କଣ୍ଟିଜେନ୍‌ସି ବାବଦକୁ ବାର୍ଷିକ ୧୫ ହଜାରରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି ।

୩୭ ଜଣ ରିସର୍ଚ୍ଚ ଫେଲୋସିପ୍‌ ମଧ୍ୟରୁ ୧୫ ଜଣ ବିଜ୍ଞାନରେ, ୧୩ ଜଣ ସାମାଜିକ ବିଜ୍ଞାନ, ୨ ଜଣ ବାଣିଜ୍ୟ ଏବଂ ୭ ଜଣ ଭାଷା ଓ ସାହିତ୍ୟ ବିଭାଗରେ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏହି ବୈଠକର ମୂଳ ଆଭିମୁଖ୍ୟ ଥିଲା ମନୋନୀତ ରିସର୍ଚ୍ଚ ସ୍କଲାରମାନଙ୍କୁ ସେମାନଙ୍କ ଗବେଷଣା ନିମନ୍ତେ ପ୍ରୋତ୍ସାହିତ କରିବା । ବୈଠକ ପ୍ରାରମ୍ଭରେ ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ ପ୍ରାରମ୍ଭିକ ଅଭିଭାଷଣରେ କହିଥିଲେ ଯେ କୋଭିଡ୍‌ ମହାମାରୀ ସତ୍ତେ୍ୱ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଓ ପ୍ରୋତ୍ସାହନ ଯୋଜନାର ଅଗ୍ରଗତି ଆଶାନୁରୂପ ହୋଇପାରିଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପ୍ରଫେସର ସୁସ୍ମିତ ପ୍ରସାଦ ପାଣି, ପ୍ରଫେସର ଅତନୁ କୁମାର ପତିଙ୍କ ସମେତ ରିସର୍ଚ୍ଚ ସ୍କଲାରମାନେ ସେମାନଙ୍କ ମତ ବିନିମୟ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version