No Result
View All Result

ଓଡ଼ିଶା ତାଜା ନ୍ୟୁଜ (୦୨ ଜୁନ ବୁଧବାର) ଭୁବନେଶ୍ୱର :- ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟ ଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ।
ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତା ର ସହ ନିର୍ବାହ କରିଥିଲେ ।ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗ ଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମର ସଦ୍ ଗତି କାମନା କରଛନ୍ତି । ବିଜୟ ଶ୍ରୀ ରାଉତରାୟ ଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ବର୍ଗତ ରାଉତରାୟ ଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ
No Result
View All Result