• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 3, 2021
in ଓଡ଼ିଶା, ମହାନଗର, ହୋମ୍
0
ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ବାତ୍ୟା ପରିଚାଳନା ସଂପର୍କିତ ବିଭିନ୍ନ ପଦକ୍ଷେପ ସଂପର୍କରେ ଡକୁମେଣ୍ଟେସନ୍‌ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଭବିଷ୍ୟତ ବିପର୍ଯ୍ୟୟ ପରିଚାଳନା ପାଇଁ ଶିକ୍ଷଣୀୟ ହେବ – ମୁଖ୍ୟମନ୍ତ୍ରୀ , ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି ଟଙ୍କା

ଓଡ଼ିଶା ତାଜା ନ୍ୟୁଜ (୨ ଜୁନ ବୁଧବାର)  ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍‌ କରିବା ପାଇଁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ।

ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି । ସେ କହିଥିଲେ ଯେ ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।

କୃଷି ବିଭାଗର କ୍ଷୟକ୍ଷତି ସଂପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ।

ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ସେ କହିଥିଲେ । ୨୩୦ଟି transformer ଆଜି ସୁଦ୍ଧା ବଦଳାଯାଇ ନୂଆ transformer ଲଗାଯିବ ବୋଲି ସୂଚନା ଦିଆଯାଇଥିଲା । ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା।

ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା । ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା। ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି ସୂଚନା ଦିଆଯାଇଥିଲା।
ସେହିପରି ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଥିଲା। ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା ।

ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା। ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା। ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି ।

ବୈଠକରି ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଣଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version