No Result
View All Result
ଓଡ଼ିଶା ତାଜା ନ୍ୟୁଜ (୦୫ ଜୁନ୍ ଶନିବାର ) ଭୁବନେଶ୍ୱର :- କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାର ରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେ ଜ କ ଲ ଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାର ଗୁଡ଼ିକରୁ ବର୍ଷକୁ ୧ ଲକ୍ଷ ୨୫ ହଜାର ଟନରୁ ଅଧିକ ମାଛ ଉତ୍ପାଦନ କରାଯାଇ ପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ ନିମନ୍ତେ ରାଜ୍ୟ ସରକାରଙ୍କ ସହିତ ବୁଝାମଣା ପତ୍ର ସ୍ୱାକ୍ଷର କରିଥିବା ଉଦ୍ୟୋଗୀମାନଙ୍କ ସହିତ ସେମାନଙ୍କ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲେ ।

ମନ୍ତ୍ରୀ ଡ. ସାହୁ ଉଦ୍ୟୋଗୀମାନ ଙ୍କୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କହିଥିଲେ । ବିଭାଗ ପକ୍ଷରୁ ପ୍ରକଳ୍ପ ପ୍ରତିଷ୍ଠା ଦିଗରେ ଉଦ୍ୟୋଗୀମାନଙ୍କୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଉଦ୍ୟୋଗୀମାନେ ଯେପରି ସହଜରେ ବ୍ୟାଙ୍କ ଋଣ ପାଇ ପାରିବେ ସେଥି ନିମନ୍ତେ ଆବଶ୍ୟକ ପଦକ୍ଷେ ପ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସଂପ୍ରତି ହୀରାକୁଦ ଜଳଭଣ୍ଡାରର ୪୪ଟି ସବ୍ଜୋନ୍ରେ ଏହି ମାଛଚାଷ କରାଯିବ । ଜଳଭଣ୍ଡାରରେ ପଂଜୁରୀ ନିର୍ମାଣ କରି ମାଛଚାଷ କରିବା ଯେହେତୁ ଏକ ନୂତନ ପଦ୍ଧତି, ତେ ଣୁ ଏ ବିଷୟରେ ସରକାରଙ୍କ ପକ୍ଷରୁ ଉଦ୍ୟୋଗୀମାନଙ୍କୁ ପ୍ରଶି କ୍ଷଣର ବ୍ୟବସ୍ଥା କରାଯାଉଛି ।

ରାଜ୍ୟ ସରକାର ବୃହତ ଓ ମଧ୍ୟମ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷକୁ ପ୍ରୋତ୍ସାହିତ କରିବା ନିମନ୍ତେ ନୂତନ ନୀତି ପ୍ରଣୟନ କରିଛନ୍ତି ଏବଂ ଏଥି ନିମନ୍ତେ ଉଦ୍ୟୋଗୀମାନଙ୍କୁ ରିହାତି ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଏହା ଦ୍ୱାରା ନୂତନ ଉଦ୍ୟୋଗୀ ସୃଷ୍ଟି ହେବା ସହିତ ଅନେକ ନିଯୁକ୍ତିର ସୁଯୋଗ ରହିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍. ରଘୁ ପ୍ରସାଦ କହିଲେ ଯେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ କରିବା ପାଇଁ ୩୯ ଜଣ ଉଦ୍ୟୋଗୀ ରାଜ୍ୟ ସରକାରଙ୍କ ସହ ବୁଝାମଣା ପତ୍ର ସ୍ୱାକ୍ଷର କରିଛନ୍ତି ।
ହୀରାକୁଦ ଜଳଭଣ୍ଡାରରେ ଭବିଷ୍ୟତରେ ପ୍ରାୟ ୧୫ ହଜାର କେଜ ନିର୍ମାଣ କରାଯାଇ ମାଛଚାଷ କରିବାର ସୁବିଧା ରହିଛି । ଜଳଭ ଣ୍ଡାର ରେ ଜେଟି, ଅବତର ଣ କେନ୍ଦ୍ର ଆଦି ଭିତ୍ତିଭୂମି ନିର୍ମାଣ ତ୍ୱରାନ୍ୱିତ କରିବା ନିମନ୍ତେ ଇଡ୍କୋ ସହିତ ସ୍ୱତନ୍ତ୍ର ବୈଠକ କରାଯିବ ବୋଲି ସଚିବ ଶ୍ରୀ ରଘୁ ପ୍ରସାଦ କହିଥିଲେ । ବୈଠକ ପ୍ରାରମ୍ଭରେ ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନ କେଜ କଲଚର ନିର୍ମାଣର ଅଗ୍ରଗତି ସଂ ପର୍କରେ ସୂଚନା ପ୍ରଦାନ କରିଥିଲେ । ବୈଠକରେ ମତ୍ସ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ କେଜ କଲଚର ଉଦ୍ୟୋଗୀମାନେ ଯୋଗଦେଇଥିଲେ
No Result
View All Result