• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏସ୍‌ଡିଜି ରିପୋର୍ଟକୁ ନେଇ ବିଜେପିର ରାଜନୀତି ଦୁର୍ଭାଗ୍ୟଜନକ – ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
June 5, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଏସ୍‌ଡିଜି ରିପୋର୍ଟକୁ ନେଇ ବିଜେପିର ରାଜନୀତି ଦୁର୍ଭାଗ୍ୟଜନକ – ବିଜେଡି
Share on FacebookShare on TwitterWhatsapp

ଅପରାଜିତାଙ୍କ ମୁହଁରେ ଏସ୍‌ଡିଜି ହେଉଛି – ‘ସବୁ ଡାହା ଗପ’

ଓଡ଼ିଶା ତାଜା ନ୍ୟୁଜ୍ ( ୦୫ ଜୁନ୍ , ଶନିବାର ) ଭୁବନେଶ୍ୱର :- ଆଜି ସକାଳେ ବିଜେପି ନେତ୍ରୀ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ ନୀତି ଆୟୋଗଙ୍କ ଏସ୍‌ଡିଜି ରିପୋର୍ଟରେ ଓଡ଼ିଶାର ମୂଲ୍ୟାୟନକୁ ନେଇ ମତ ରଖିଥିଲେ । ତାଙ୍କ ମତରୁ ସ୍ପଷ୍ଟ ବାରିହେଲା ଯେ ଏହା ତାଙ୍କର ଏକପ୍ରକାରର ପ୍ରଳାପ । ବିଜେପି ନେତ୍ରୀଙ୍କ ପାଇଁ ଏହି ଏସ୍‌ଡିଜ ହେଉଛି  ‘ସବୁ ଡାହା ଗପ’ । ଏହି ରିପୋର୍ଟକୁ ନେଇ ରାଜନୀତିକରଣ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜେଡି ସାଂସଦ ଓ ଦଳର ରାଷ୍ଟ୍ରୀୟ ମୁଖପାତ୍ର ଡ. ଅମର ପଟ୍ଟନାୟକ । ଡ. ପଟ୍ଟନାୟକ କହିଛନ୍ତି ଯେ କୋଭିଡ ଟିକା ଭଳି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରୁ ନଜର ହଟେଇବାକୁ ଅପଚେଷ୍ଟା କରିଥିଲେ ବି ଏଥିରେ ସେ ଗୁରୁତର ଭାବରେ ଅସଫଳ ହୋଇଛନ୍ତି ।

ଆଜି ଯେତେବେଳେ ଭାରତବର୍ଷର ଛାତ୍ରଛାତ୍ରୀମାନେ କୋଭାକ୍‌ସିନ ଟିକା ନେଲାପରେ ମଧ୍ୟ ଅନ୍ୟ ରାଷ୍ଟ୍ରମାନେ ଏହି ଟିକାକୁ ଅଗ୍ରାହ୍ୟ କରୁଛନ୍ତି ଓ ଭାରତୀୟ ଛାତ୍ରଛାତ୍ରୀଙ୍କର ବିଦେଶରେ ଥିବା ବିଶ୍ୱବିଦ୍ୟାଳୟମାନଙ୍କରେ ଯୋଗ ଦେବାରେ ଅସୁବିଧା ଉପୁଜୁଛି, ସେତେବେଳେ ଏହି ପ୍ରକାରର ପ୍ରସଙ୍ଗ ଏବଂ ଦ୍ରୁତ ଟୀକାକରଣ ଉପରେ ଜୋର ଦେବା ବଦଳରେ ଏକ ରିପୋର୍ଟକୁ ନେଇ ବିଜେପି ରାଜନୀତି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଏହି ରିପୋର୍ଟ ଅନୁଯାଇ ଓଡିଶା ଦୁଇ ବର୍ଷ ମଧ୍ୟରେ ୨୨ତମ ସ୍ଥାନରୁ ଉତ୍ତୀର୍ଣ୍ଣ ହୋଇ ଭାରତବର୍ଷରେ ୧୯ତମ ସ୍ଥାନରେ ପହଞ୍ଚିଛି । ରିପୋର୍ଟରେ କେନ୍ଦ୍ର ସରକାରଙ୍କ ଯୋଜନାକୁ ଆଖି ବୁଜି ଅଧିକ ନମ୍ବର ଦିଆଯାଇଥିବାବେଳେ, ଓଡ଼ିଶାର ମିଶନ ଶକ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ମମତା ଯୋଜନା ଭଳି ଅତି ସଫଳ ଓ ଜନପ୍ରିୟ ଯୋଜନାକୁ ମୂଲ୍ୟାୟନରେ ସମ୍ପୂର୍ଣ ଅଣଦେଖା କରାଯାଇଛି ।

ଶିଳ୍ପାୟନ କ୍ଷେତ୍ରରେ ଓଡିଶାକୁ ୨୦୧୯ରେ ୯୨ ପ୍ରତିଶତ ନମ୍ବର ଦିଆଯାଇଥିବାବେଳେ ଏ ବର୍ଷ ୦(ଶୂନ) ଦିଆହୋଇଛି । ୨୦୨୦ରେ ସମଗ୍ର ଦେଶରେ ଶିଳ୍ପାୟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗରେ ଓଡିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲାବେଳେ ୨୦୨୦ରେ କାହିଁକି ୦(ଶୂନ) ମାର୍କ ଦିଆଗଲା ବୋଲି ଡ.ପଟ୍ଟନାୟକ ପ୍ରଶ୍ନ କରିଛନ୍ତି । ଓଡ଼ିଶାରେ ବ୍ୟାଙ୍କ ସେବା ଏବେ ବି ଗ୍ରାମାଞ୍ଚଳରେ ପହଞ୍ଚିପାରିନାହିଁ । କିନ୍ତୁ ଏହି ରିପୋର୍ଟରେ ଓଡ଼ିଶାରେ ବ୍ୟାଙ୍କ ସେବାକୁ ୯୯ ପ୍ରତିଶତ ନମ୍ବର ଦିଆଯାଇଛି । ଏହି ପ୍ରସଙ୍ଗରେ ବି ବିଜେପି ନେତ୍ରୀ ଆଜି ତାଙ୍କର ସାମ୍ବାଦିକ ସମ୍ବିଳନୀରେ ମୁହଁ ଖୋଲିନାହାନ୍ତି । ରେଳବାଇ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିଲାବେଳେ ଏହି ରିପୋର୍ଟରେ ତାହାର ଉଲ୍ଲେଖ ନାହିଁ । ସ୍ୱାଧୀନତା ପରଠାରୁ ଆଜି ପର୍ଯ୍ୟନ୍ତ ଓଡ଼ିଶାର ୬ଟି ଜିଲ୍ଲାରେ ରେଳ ସେବା ପହଞ୍ଚି ପାରିନାହିଁ ।

ହେଲେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ରିପୋର୍ଟରେ ସ୍ଥାନ ଦିଆଯାଇନାହିଁ । ଓଡ଼ିଶାରେ ମୋବାଇଲ ଓ ଇଣ୍ଟରନେଟ୍‍ ସେବା ଦୁର୍ଗମ ଅଞ୍ଚଳମାନଙ୍କରେ ଏବେ ବି ଅପହଞ୍ଚ । କିନ୍ତୁ ଏହି ରିପୋର୍ଟରେ ୨୦୧୯ରେ ଇଣ୍ଟରନେଟ୍‍ ସଂଯୋଗକୁ ୧୨୩ ପ୍ରତିଶତ ନମ୍ବର ଦିଆଯାଇ ଥିବାବେଳେ ୨୦୨୦ରେ ଅତି ଆକସ୍ମିକ ଭାବରେ ୪୪ ପ୍ରତିଶତକୁ ଖସାଇ ଦିଆଯାଇଛି । ଏହି ପ୍ରକାର ଭାବରେ ଏସ୍‌ଡିଜି ରିପୋର୍ଟକୁ ନେଇ ଆଜି ଶ୍ରୀମତୀ ଷଡ଼ଙ୍ଗୀ ଯାହାସବୁ ଦର୍ଶାଇଛନ୍ତି ତାହା ‘ସବୁ ଡାହା ଗପ’ ଗପିଛନ୍ତି ବୋଲି ବିଜେଡିର ରାଷ୍ଟ୍ରୀୟ ପ୍ରବକ୍ତା କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version