ଓଡ଼ିଶା ତାଜା ନ୍ୟୁଜ (୦୭ ଜୁନ ସୋମବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ଚିକିତ୍ସାଲୟଓ ସୁବର୍ଣ୍ଣ ପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୧୨୯ଜଣଙ୍କ ସ୍ୱାବ ସଂଗ୍ରହ କରାଯାଇ ଥିଲା।ଆଜି ଆଣ୍ଟିଜେନ ପରୀକ୍ଷା ଓ ୪ତାରିଖ ରେ ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରୁ ସଂଗ୍ରହ କରାଯାଇଥିବା ଆର୍ଟିପିସିଆର ସ୍ୱାବ ରିପୋର୍ଟ ଅନୁସାରେ ୨୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୪୬ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠା ଯାଇଥିଲା ସେଥି ମଧ୍ୟରୁ ୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ କେନ୍ଦ୍ର ରୁ ୧୮ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ।ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୫୪ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷାକରାଯାଇଥିଲା ସେଥିମଧ୍ୟରୁ ୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ କେନ୍ଦ୍ର ରୁ ୧୧ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ।














