• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପାଳଙ୍କ ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରିତା ର ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
June 7, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜିଲ୍ଲାପାଳଙ୍କ ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରିତା ର ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୬ ଜୁନ୍‌ ରବିବାର )ହିଞ୍ଜିଳିକାଟୁ :-  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିବ୍ଳକ ଓ ପୋୖରାଞ୍ଚଳରେ ବହୁ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।ନିଜ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗର ଆବଶ୍ୟକତା ଅନୁସାରେ ବିଭିନ୍ନ ବିଭାଗରେ ବହୁ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି।ଲୋକଙ୍କ ଅଭାବ ଓ ଆବଶ୍ୟକତା ପୂରଣ କରିବା ଦିଗରେ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା, ଉପଯୋଗୀତା ଏବଂ ଅନ୍ୟାନ୍ୟ ସୁବିଧା ଓ ଅସୁବିଧା କଣ ରହିଛି ସେନେଇ ଜିଲ୍ଲାପାଳ ସମୀକ୍ଷା କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ଅଧ୍ୟକ୍ଷ ଏନ ରଘୁନାଥ ଓ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ।ହିଞ୍ଜିଳି ପୌର ଓ ବ୍ଳକ ଅଞ୍ଚଳରେ ଚାଲିଥିବା ଉନ୍ନୟନ ପ୍ରକଳ୍ପର ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। କେଉଁ କେଉଁ ସବୁ ଉନ୍ନୟନ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ କେଉଁ ସବୁ ପ୍ରକଳ୍ପ ନିର୍ମାଣାଧୀନ ରହିଛି ତାହା ଆଲୋଚନା କରିଥିଲେ।

କେଉଁ ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଅସୁବିଧା ସୃଷ୍ଟି ହେଉଛି ଏବଂ ଲୋକଙ୍କ ସୁବିଧା ପାଇଁ କେଉଁ ସବୁ ଉନ୍ନୟନ ପ୍ରକଳ୍ପର ଜରୁରୀ ଆବଶ୍ୟକତା ରହିଛି ସେ ସମ୍ପର୍କରେ ଜିଲ୍ଲାପାଳ ଲାଇନ ବିଭାଗର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ସମୀକ୍ଷା ବୈଠକରେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ(ପ୍ରୋବେସନ)ମଧୁମିତା, ତହସିଲଦାର ପ୍ରଭାତ କୁମାର ପରିଡା, ବିଡ଼ିଓ ସୁବ୍ରତ କୁମାର ଜେନା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ, ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ପ୍ରତିଭା ପାତ୍ର,ଡାକ୍ତର ଅନୀଲ କୁମାର ରଥ,ଡାକ୍ତର ଦୁର୍ଗା ପ୍ରସାଦ ପଣ୍ଡା,ଗୋଷ୍ଠୀ କୃଷି ଅଧିକାରୀ ବଳରାମ ସୁବୁଦ୍ଧି,ସହକାରୀ କୃଷି ଅଧିକାରୀ ଅମର ପ୍ରସାଦ ସାହୁ,ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସରୋଜ କୁମାର ମିଶ୍ର,ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଉମା ଚରଣ ପାଢ଼ୀ, ଜଳ ସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ସନ୍ତୋଷ କୁମାର ଚୌଧୁରୀ, ସହକାରୀ ଯନ୍ତ୍ରୀ ପରମାନନ୍ଦ ସାହୁ,ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ଇଂ ସତ୍ୟ ନାରାୟଣ ଦାଶ, ସିଡିପିଓ ଶୁଭଶ୍ରୀ ପାତ୍ର, ସହକାରୀ ଉଦ୍ୟାନ କୃଷି ଅଧିକାରୀ ଶୁଭ୍ରସ୍ମିତା ସାହୁ, ଯୋଗାଣ ନିରୀକ୍ଷକ ପୁରଞ୍ଜୟ ସାହୁ,ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାୟକ ଓ ଏବିଇଓ ପ୍ରମୁଖ ଉପସ୍ଥିତ ଥିଲେ।  ( ରିପୋର୍ଟ:ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha AM/NS India Kho Kho High Performance Centre celebrates two years of sporting excellence

Odisha AM/NS India Kho Kho High Performance Centre celebrates two years of sporting excellence

July 30, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

Aluminium Coal Mines Expands Assistive Support for People with Disabilities Across Jharsuguda and Sundargarh Districts

ରଣପୁର ପୋଲିସର ବଡ଼ ସଫଳତା : ୫.୫ ଗ୍ରାମ ବ୍ରାଉନ ସୁଗାର ଜବତ – ସ୍ୱପ୍ନେଶ୍ୱର ବେହେରା ଗିରଫ

ରଣପୁର ପୋଲିସର ବଡ଼ ସଫଳତା : ୫.୫ ଗ୍ରାମ ବ୍ରାଉନ ସୁଗାର ଜବତ – ସ୍ୱପ୍ନେଶ୍ୱର ବେହେରା ଗିରଫ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha AM/NS India Kho Kho High Performance Centre celebrates two years of sporting excellence

Odisha AM/NS India Kho Kho High Performance Centre celebrates two years of sporting excellence

July 30, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

Aluminium Coal Mines Expands Assistive Support for People with Disabilities Across Jharsuguda and Sundargarh Districts

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version