No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଜୁନ୍ ଶୁକ୍ରବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୬୨ଜଣଙ୍କର ଆଣ୍ଟିଜେନ୍ ଓ ୧୪ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇଥିଲା । ସେଥି ମଧ୍ୟରୁ ୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଆଜି ୭୧ଜଣଙ୍କର ଆଣ୍ଟିଜେନ୍ ଓ ୧୫ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇଥିଲା । ସେଥି ମଧ୍ୟରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ୨୦ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ଓ ୧୩ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ଥିଲା । ସେଥି ମଧ୍ୟରୁ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଗତ ୮ତାରିଖରେ ସଂଗ୍ରହ କରାଯାଇଥିବା ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ସେଥିମଧ୍ୟରୁ ୧୧ଜଣ କରୋନା ପିଜେଟିଭି ଚିହ୍ନଟ ହୋଇଛନ୍ତି ଆଜି ସେମାନଙ୍କ ରିପୋର୍ଟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ ପାଇଥିଲା ।(ରିପୋର୍ଟ :ଗୌତମ ମିଶ୍ର)
No Result
View All Result