ବାଙ୍କୀ ଉପଖଣ୍ଡରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଜୁନ୍ ,ଶନିବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୧୦୪ ଜଣଙ୍କର ଆଣ୍ଟିଜେନ୍ ଓ ୧୫ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇଥିଲା । ସେଥି ମଧ୍ୟରୁ ୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଆଜି ୨୦୭ ଜଣଙ୍କର ଆଣ୍ଟିଜେନ୍ ଓ ୨୨ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇଥିଲା ।

 

ସେଥି ମଧ୍ୟରୁ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ୪୬ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ଓ ୨୪ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ଥିଲା । ସେଥି ମଧ୍ୟରୁ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ( ଗୋରେଖନାଥ ବରିହା )