No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୫ ଜୁନ ମଙ୍ଗଳବାର) ବାଙ୍କୀ :- ବାଙ୍କୀ ଉପଖଣ୍ଡର ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର,ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପଖଣ୍ଡ ଚିକିତ୍ସାଳୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ୪୮ ଜଣଙ୍କର ଆଣ୍ଟିଜେନ୍ ପରୀକ୍ଷା ହୋଇ ସେଥି ମଧ୍ୟରୁ କରୋନା ୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୩ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠାଯାଇଥିଲା । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଆଜି୧୯୦ ଜଣଙ୍କର ଆଣ୍ଟିଜେନ୍ ସ୍ୱାବପରୀକ୍ଷା ହୋଇ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଚିହ୍ନଟ ହୋଇଛି ।
୧୬ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି୪୧ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ଥିଲା ସେଥି ମଧ୍ୟରୁ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗତ ୧୧ ତାରିଖରେ କଟକ ପରୀକ୍ଷା ପାଇଁ ଯାଇଥିବା ଆର୍ଟିପିସିଆର ସ୍ୱାବ୍ ରିପୋଟ ଆଜି ପ୍ରକାଶ ହୋଇଥିଲା ସେଥିରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇ ଛନ୍ତି।୨୪ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗତ ୧୨ ତାରିଖରେ କଟକ ପରୀକ୍ଷା ପାଇଁ ଯାଇଥିବା ଆର୍ଟିପିସିଆର ସ୍ୱାବ୍ ରିପୋଟ ଆଜି ପ୍ରକାଶ ହୋଇଥିଲା ସେଥିରୁ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ । (ରିପୋର୍ଟ : ଗୌତମ ମିଶ୍ର )
No Result
View All Result