No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଜୁନ ମଙ୍ଗଳବାର) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର,ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପଖଣ୍ଡ ଚିକିତ୍ସାଳୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ୪୭ ଜଣଙ୍କର ଆଣ୍ଟିଜେନ୍ ପରୀକ୍ଷା ହୋଇ ସେଥି ମଧ୍ୟରୁ କରୋନା ୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
୨୦ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପଠାଯାଇଥିଲା । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଓ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ୨୦୭ଜଣଙ୍କର ଆଣ୍ଟିଜେନ୍ ସ୍ୱାବପରୀକ୍ଷା ହୋଇ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଚିହ୍ନଟ ହୋଇଛି ।
୧୫ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି୫୪ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ଥିଲା ସେଥି ମଧ୍ୟରୁ୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୫ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । (ରିପୋର୍ଟ :ଗୌତମ ମିଶ୍ର )
No Result
View All Result