No Result
View All Result
ରାଜ୍ୟ ସରକାର ଲକଡାଉନ ସମ୍ପର୍କିତ ନୂତନ ମାର୍ଗଦର୍ଶିକା ଜାରି କଲେ
ଓଡ଼ିଶା ତାଜା ନ୍ୟୁଜ୍ (୧୬ ଜୁନ୍ ବୁଧବାର) ଭୁବନେଶ୍ୱର :- ରାଜ୍ୟ ସରକାର କୋଭିଡ୍ ଲକଡାଉନ୍ ସମ୍ବନ୍ଧୀୟ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାରେ ୧୭ ଜୁନ୍ ସକାଳ ୫ଟାରୁ ୧ ଜୁଲାଇ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକଡାଉନ୍ ଜାରି ରହିବ । ପୂର୍ବ ଭଳି ସପ୍ତାହନ୍ତ ସଟ୍ଡାଉନ୍ ସମସ୍ତ ଜିଲ୍ଲାରେ ଜାରି ରହିବ । ଲକଡାଉନ୍ ସମୟରେ କମ୍ ସଂକ୍ରମଣ ହାର ଥିବା ୧୭ଟି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏବଂ ୧୩ଟି ଜିଲ୍ଲାରେ ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଦୋକାନ ଖୋଲା ରହିବ ।
ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ :-
ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବଉଦ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡା
ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ :-
ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ।
ଟୀକାକରଣ, ଟେଷ୍ଟିଂ ଏବଂ ସ୍ବାସ୍ଥ୍ୟସେବା ଭଳି କାର୍ଯ୍ୟ ପାଇଁ କଟକଣା ନାହିଁ। ଲକଡାଉନ୍ ସମୟରେ ଦୁଗ୍ଧ ବ୍ୟବସାୟୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମିଠା ଦୋକାନଗୁଡିକ ନିର୍ଦ୍ଧାରିତ ସମୟାନୁସାରେ ଖୋଲିବାକୁ ଅନୁମତି ଦିଆଯାଇଛି । ପୂର୍ବ ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ, ବ୍ରତ ଏବଂ ସାମାଜିକ କାର୍ଯ୍ୟକ୍ରମ ପାଇଁ ରହିଥିବା କଟକଣାରେ କୌଣସି ପରିବର୍ତ୍ତନ ହୋଇନାହିଁ ।
ପଶ୍ଚିମ ତଥା ଦକ୍ଷିଣ ଓଡିଶା ଜିଲ୍ଲାରେ ଲକଡାଉନ୍ କୋହଳ ସମୟରେ ଉଠା ଦୋକାନଗୁଡିକ ବ୍ୟବସାୟ କରିବା ପାଇଁ ଅନୁମତି ପ୍ରଦାନ କରାଯାଇଛି । ତେବେ ଦୋକାନରୁ କେବଳ ଖାଦ୍ୟ ପୁଡିଆ ପାର୍ସଲ ଭାବରେ ନେଇ ପାରିବେ । ନିର୍ମାଣ କାର୍ଯ୍ୟ, ଶିଳ୍ପ ତଥା ଅନ୍ୟାନ୍ୟ କ୍ଷେତ୍ର ପାଇଁ ପୂର୍ବଭଳି କଟକଣା କୋହଳ ରହିବ । କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଏହି ସବୁ କ୍ଷେତ୍ରରେ କାର୍ଯ୍ୟ ଜାରି ରହିବ ।
No Result
View All Result