• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
June 18, 2021
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା ; ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ ଲୋକ, ଆଦିମ ଜନଜାତି, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ

 ଓଡ଼ିଶା ତାଜା ନ୍ୟୁଜ (୧୭ ଜୁନ ଗୁରୁବାର) ଭୁବନେଶ୍ୱର  :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି ।

କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେ ପୁଣି କହିଛନ୍ତି କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ ।

NREGS ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ NREGS ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି । ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ pre-matric ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ । ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳାରେ ମା “ଦୁର୍ଗାଙ୍କ ମହାଷ୍ଟମୀ ପାଳିତ

ରାଜସୁନାଖଳାରେ ମା “ଦୁର୍ଗାଙ୍କ ମହାଷ୍ଟମୀ ପାଳିତ

October 19, 2026
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ

ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ

October 19, 2026
ବାଘମାରି ପଞ୍ଚାୟତରେ PVTG ବିତ୍ତ ସମୃଦ୍ଧ ଗ୍ରାମ ଅଭିଯାନ ଅନ୍ତର୍ଗତ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ବାଘମାରି ପଞ୍ଚାୟତରେ PVTG ବିତ୍ତ ସମୃଦ୍ଧ ଗ୍ରାମ ଅଭିଯାନ ଅନ୍ତର୍ଗତ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 19, 2026
ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳାରେ ମା “ଦୁର୍ଗାଙ୍କ ମହାଷ୍ଟମୀ ପାଳିତ

ରାଜସୁନାଖଳାରେ ମା “ଦୁର୍ଗାଙ୍କ ମହାଷ୍ଟମୀ ପାଳିତ

October 19, 2026
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ

ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ

October 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version