ଓଡ଼ିଶା ତାଜା ନ୍ୟୁଜ (୨୪ ଜୁନ୍ ଗୁରୁବାର ) ଭୁବନେଶ୍ୱର :- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଶାରେ ଭୂଦାନ ଆନ୍ଦୋଳନର ପ୍ରବର୍ତ୍ତକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ୩୭ତମ ଶ୍ରାଦ୍ଧଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଏକ ନିରାଡ଼ମ୍ବର ଓ ଭାବଗମ୍ଭୀର୍ଯ୍ୟପୂର୍ଣ୍ଣ ପରିବେଶରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଏବଂ ବିଧାନସଭା ପରିସରସ୍ଥ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଥିଲେ ।

ଓଡ଼ିଶା ରାଜନୀତିରେ ନୈତିକ ଓ ଉଚ୍ଚ ଆଦର୍ଶ ମୂଲ୍ୟବୋଧ ପ୍ରତିଷ୍ଠା କରିବାରେ ସେ ଅଦ୍ୱିତୀୟ ଥିଲେ ଏବଂ ଜଣେ ସରଳ, ପରୋପକାରୀ ଓ ଅମାୟିକ ବ୍ୟକ୍ତିତ୍ୱ ଭାବେ ସମଗ୍ର ଦେଶରେ ଏକ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ ବୋଲି ଉପବାଚସ୍ପତି ଶ୍ରୀ ସିଂ ପ୍ରକାଶ କରିବା ସହ ତାଙ୍କ ସ୍ମଚ୍ଚmଞ୍ଛ;ୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । କୃତଜ୍ଞ ଓଡ଼ିଆ ଜାତି ତାଙ୍କୁ ସର୍ବଦା ମନେ ରଖିବ ବୋଲି ମଧ୍ୟ ସେ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଯୋଗଦେଇଥିଲେ ।












