• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ୟୁଜି/ପିଜି ପରୀକ୍ଷା ନେଇ ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କ ସହ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ବୈଠକ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
June 25, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ୟୁଜି/ପିଜି ପରୀକ୍ଷା ନେଇ ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କ ସହ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ବୈଠକ କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଜୁନ୍‌ ଶୁକ୍ରବାର ) ଭୁବନେଶ୍ୱର :- ୟୁଜି ଓ ପିଜି ଶେଷ ବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା କେବଳ ଅନ୍‌ଲାଇନ୍‌ ମାଧ୍ୟମରେ ହେବ ଏବଂ ଛାତ୍ରଛାତ୍ରୀମାନେ ଯେପରି ସମସ୍ତେ ସୁବିଧାରେ ଓ ସୁରୁଖୁରୁରେ ପରୀକ୍ଷା ଦେଇପାରିବେ ସେଥି ନିମନ୍ତେ ପଦକ୍ଷେପ ନିଆଯାଉଛି ଏବଂ ପରୀକ୍ଷାର୍ଥୀଙ୍କ ପାଇଁ ମେଣ୍ଟରିଂ ବ୍ୟବସ୍ଥା କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକର, ମତ୍ସ୍ୟ ଓ ପ୍ରାୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରୀ ମହାବିଦ୍ୟାଳୟର ୟୁଜି ଓ ପିଜି ଫାଇନାଲ ବର୍ଷ/ଫାଇନାଲ ସେମିଷ୍ଟାର ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଶେଷବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା ଜୁଲାଇ/ଅଗଷ୍ଟ ମାସରେ ଅନ୍‌ଲାଇନ୍‌ ମାଧ୍ୟମରେ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ଏହି ପରିପ୍ରେକ୍ଷୀରେ ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା କରିବା ପାଇଁ କରାଯାଉଥିବା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ଆଲୋଚନା କରିବା ପାଇଁ ମନ୍ତ୍ରୀ ଡ. ସାହୁଙ୍କ ଅଧ୍ୟକ୍ଷତାରେ ଆଜି ଭର୍ଚୁଆଲ ମାଧ୍ୟମରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଶ୍ୱବିଦ୍ୟାଳୟର କୁଳପତି, ପରୀକ୍ଷା ନିୟନ୍ତ୍ରକ, ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ, ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଏବଂ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ଯୋଗଦେଇ ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା ଆୟୋଜନର ପ୍ରସ୍ତୁତି ସଂପର୍କରେ ଅବଗତ କରାଇଥିଲେ ।

ମନ୍ତ୍ରୀ ଡ. ସାହୁ କହିଛନ୍ତି ଯେ ମହାବିଦ୍ୟାଳୟର ଅଧ୍ୟାପକମାନେ ମେଣ୍ଟର ଭାବରେ ୟୁଜି ଓ ପିଜି ଫାଇନାଲ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ଦାୟିତ୍ୱରେ ରହିବେ ଓ ଛାତ୍ରଛାତ୍ରୀଙ୍କ ସହିତ ନିୟମିତ ଟେଲିଫୋନ୍‌ରେ ଯୋଗାଯୋଗରେ ରହିବେ । ନିଜ ଗ୍ରୁପ୍‌ର ଛାତ୍ରଛାତ୍ରୀମାନଙ୍କ ସୁବିଧା ଓ ଅସୁବିଧା ସଂପର୍କରେ ମେଣ୍ଟର ଅଧ୍ୟାପକମାନେ ଅବଗତ ହୋଇ ସେମାନେ କିପରି ସୁବିଧାରେ ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା ଦେଇପାରିବେ ସେଥିପ୍ରତି ଆବଶ୍ୟକୀୟ ପଦକ୍ଷେପ ନେବେ ।

ଏଥିରେ ଖିଲାପ ହେଲେ ସଂପୃକ୍ତ ମେଣ୍ଟରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି । ମେଣ୍ଟର ଅଧ୍ୟାପକମାନେ କେଉଁସବୁ ଛାତ୍ରଛାତ୍ରୀଙ୍କ ଦାୟିତ୍ୱରେ ରହିବେ ତା’ର ତାଲିକା, ଟେଲିଫୋନ୍‌ ନମ୍ବର ଆଦି ପ୍ରସ୍ତୁତ କରି କଲେଜ୍‌ େୱବ୍‌ସାଇଟ୍‌ରେ ଜୁନ୍‌ ୩୦ ସୁଦ୍ଧା ଉପଲବ୍ଧ କରାଇବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଶତପ୍ରତିଶତ ଛାତ୍ରଛାତ୍ରୀ ଯେପରି ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା ଦେଇପାରିବେ ସେଥିପ୍ରତି ଦୃଷ୍ଟି ଦେବା ପାଇଁ କହିଛନ୍ତି । ଛାତ୍ରଛାତ୍ରୀମାନେ ତାଙ୍କ ଘରୁ କିମ୍ବା ଯେକୌଣସି ସୁବିଧାଜନକ ସ୍ଥାନରେ ରହି ଏହି ଅନ୍‌ଲାଇନ୍‌ ପରୀକ୍ଷା ଦେଇପାରିବେ ।

ଯେଉଁ ଛାତ୍ରଛାତ୍ରୀମାନଙ୍କର ଇଣ୍ଟରନେଟ୍‌ ସୁବିଧା ନାହିଁ ସେମାନେ ନିକଟସ୍ଥ ଡିଗ୍ରୀ ମହାବିଦ୍ୟାଳୟରେ ଆସି ଅନ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ । ପରୀକ୍ଷା ପୂର୍ବରୁ ଏକ ମକ୍‌ ଟେଷ୍ଟ କରାଯାଇ ଅନ୍‌ଲାଇନ୍‌ ପରୀକ୍ଷାକୁ ସଫଳତାର ସହ ସଂପନ୍ନ କରାଯିବ ।
ବିଶ୍ୱବିଦ୍ୟାଳୟ ନିର୍ବିଶେଷରେ ସମସ୍ତ ଡିଗ୍ରୀ ମହାବିଦ୍ୟାଳୟ ଏ ଦିଗରେ ଛାତ୍ରଛାତ୍ରୀମାନଙ୍କୁ ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା ଦେବା ପାଇଁ ସହଯୋଗ କରିବାକୁ କୁହାଯାଇଛି । ବିଶ୍ୱବିଦ୍ୟାଳୟ ଏବଂ ସ୍ୱୟଂଶାସିତ ମହାବିଦ୍ୟାଳୟମାନେ ଅନ୍‌ଲାଇନ୍‌ ମାଧ୍ୟମରେ ପରୀକ୍ଷା ସମ୍ବନ୍ଧରେ ବିସ୍ତୃତ ବିବରୀ ଅନୁବନ୍ଧିତ ମହାବିଦ୍ୟାଳୟଗୁଡ଼ିକୁ ଓ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବେ ।

ୟୁଜି ଓ ପିଜି ଶେଷବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା ସମ୍ବନ୍ଧରେ କୌସି ଦ୍ୱନ୍ଦ ରହିଲେ ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ସଂପୃକ୍ତ କୁଳପତି କିମ୍ବା ପରୀକ୍ଷା ନିୟନ୍ତ୍ରକଙ୍କ ସହିତ ତୁରନ୍ତ ଯୋଗାଯୋଗ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର କହିଛନ୍ତି । ସଂପ୍ରତି କେବଳ ୟୁଜି ଓ ପିଜି ଶେଷବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା ଅନ୍‌ଲାଇନ୍‌ ମାଧ୍ୟମରେ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ୟୁଜି ଓ ପିଜିର ଅନ୍ୟ ସେମିଷ୍ଟାର ପରୀକ୍ଷା ସଂପର୍କରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସଚିବ ଶ୍ରୀ ମିଶ୍ର କହିଛନ୍ତି ।

ପୂର୍ବରୁ ଅନୁଷ୍ଠିତ କୁଳପତିମାନଙ୍କ ବୈଠକର ନିଷ୍ପତ୍ତି ଅନୁଯାୟୀ ୟୁଜି ଓ ପିଜି ଶେଷବର୍ଷ/ଫାଇନାଲ ସେମିଷ୍ଟାର ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଶେଷବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା ଜୁଲାଇ/ଅଗଷ୍ଟ ମାସରେ ଅନ୍‌ଲାଇନ୍‌ ମୋଡ୍‌ରେ ହେବ ଏବଂ ଅଗଷ୍ଟ/ସେପେଫମ୍ବର ମାସରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଏହି ଛାତ୍ରଛାତ୍ରୀମାନଙ୍କ ଯଦି କିଛି ପୂର୍ବ ସେମିଷ୍ଟାର/ବର୍ଷର ପରୀକ୍ଷା ବାକି ଅଛି ବା ତାଙ୍କର ଯଦି ବ୍ୟାକ୍‌ପେପର ଅଛି, ସେହି ସବୁ ପରୀକ୍ଷା ମଧ୍ୟ ଜୁଲାଇ/ଅଗଷ୍ଟ ମାସ ସୁଦ୍ଧା ଶେଷ ହେବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version