• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ, ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ

Proprietor Abhimanyu Maharana by Proprietor Abhimanyu Maharana
June 26, 2021
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ, ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ
Share on FacebookShare on TwitterWhatsapp

ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହେଲା ,ମହାମାରୀ ସମୟରେ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସରକାରଙ୍କ ସର୍ବାଧିକ ପ୍ରାଥମିକତା, ପ୍ରଥମ ଓ ଦ୍ବିତୀୟ ଲହରର ଅଭିଜ୍ଞତା ଆମକୁ ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବେ – ମୁଖ୍ୟମନ୍ତ୍ରୀ

                                                                                                                                                                                                        ଓଡ଼ିଶା ତାଜା ନ୍ୟୁଜ (୨୫ ଜୁନ୍‌ ଶୁକ୍ରବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ Liquid Medical Oxygen ସଂପକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ । ଆଜି ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲାଗୁଡିକ ହେଲା – ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍‌ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ ।

ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍‌ପିଟାଲରେ ଅକ୍‌ସିଜେନ ପାଇପ ସଂଯୁକ୍ତ କୋଭିଡ ୱାର୍ଡ; ପାଲଲହଡା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍‌ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ, ଓ ତା ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନାର ପ୍ରଥମ ଓ ଦ୍ବିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ବାରା କୋଭିଡ ବିରୁଦ୍ଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ଶ୍ରୀ ପ୍ରଦୀପ ଅମାତ, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ ଶ୍ରୀ କିଶନ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

June 10, 2026
କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

June 10, 2026
ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା ଏସ୍‌ଆଇଆର୍ ବାହାନା କଲା ପ୍ରଶାସନ ୧୭ରୁ ଅହୋରାତ୍ର ଧାରଣା ପାଇଁ ଚେତାବନୀ

ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା ଏସ୍‌ଆଇଆର୍ ବାହାନା କଲା ପ୍ରଶାସନ ୧୭ରୁ ଅହୋରାତ୍ର ଧାରଣା ପାଇଁ ଚେତାବନୀ

June 10, 2026
ପୂର୍ଣ୍ଣିମା ତ୍ରିପାଠୀ ହେଲେ ଗୋବିନ୍ଦପୁର ହାଇସ୍କୁଲର ନୂତନ ପ୍ରଧାନଶିକ୍ଷୟିତ୍ରୀ

ପୂର୍ଣ୍ଣିମା ତ୍ରିପାଠୀ ହେଲେ ଗୋବିନ୍ଦପୁର ହାଇସ୍କୁଲର ନୂତନ ପ୍ରଧାନଶିକ୍ଷୟିତ୍ରୀ

June 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

June 10, 2026
କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

June 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version