ବାଙ୍କୀ ଉପଖଣ୍ଡରେ ୨୭ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ (୨୬ ଜୁନ୍‌ ଶନିବାର) ବାଙ୍କୀ :-ଆଜି ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୨୭  ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଉପଖଣ୍ଡ ଚିକିତ୍ସାଳୟରେ ୭୧ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୧୮ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୪ ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ  ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ,ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ଓ ରାମଚନ୍ଦ୍ରପୁର ବିଦ୍ୟାଳୟ ଠାରେ ଡାକ୍ତର ମୋନାଲିସା ରାଉତରାୟ ଙ୍କ

ତତ୍ୱାବଧାନ ରେ ସରସ୍ୱତୀ ସାଠୁଆ,ଶୃତି ଶିଖା ବେହେରା,ମଧୁସ୍ମିତା ବିଶୋଇ ଙ୍କ ସହଯୋଗ ରେ ସ୍ୱାବ ସଂଗ୍ରହ ଶିବିର ହୋଇ ୩୨୯ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ  ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।୪୫୧ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା । ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ୭୧ ଜଣଙ୍କ ଠାରୁ ଆଣ୍ଟିଜେନ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ସମସ୍ତ ଙ୍କ ନେଗେଟିଭି ଚିହ୍ନଟ ହୋଇଛି।  ୧୧ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା ।