• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନବୀନ ପଟ୍ଟନାୟକ : ପ୍ରତିପଞ୍ଚାୟତରେ ୧୦୦ ରୁ ୨୦୦ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ଦୈନିକ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
March 28, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ନବୀନ ପଟ୍ଟନାୟକ : ପ୍ରତିପଞ୍ଚାୟତରେ ୧୦୦ ରୁ ୨୦୦ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ଦୈନିକ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ୍ ) ଭୁବନେଶ୍ୱର 28.3.2020 :- କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍‌ଚୀ ଆଜି ଅପରାହ@ରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

1. କୋଭିଡ୍‌-୧୯ ବିରୁଦ୍ଧରେ ସଂଗ୍ରାମକୁ ଆହୁରି ଜୋରଦାର କରାଯାଇଥିବାବେଳେ ଏହି ସଂଗ୍ରାମରେ ଦୁଃସ୍ଥ ଓ ଅସହାୟ ଲୋକମାନଙ୍କ ରୋଜଗାର ଉପରେ ବଡ଼ ପ୍ରଭାବ ପଡ଼ିଥିବା ଯୋଗୁଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପ୍ରତି ପଞ୍ଚାୟତରେ ୧୦୦ ରୁ ୨୦୦ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ଦୈନିକ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ଏହି କାର୍ଯ୍ୟ ସଂପାଦନ କରିବେ ଏବଂ ଲୋକମାନେ ରନ୍ଧାଖାଦ୍ୟ ଘରକୁ ନେଇ ଖାଇବେ ।

2. ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୧୪ଟି ପୌରାଞ୍ଚଳରେ ରହିଥିବା ୬୫୦୦୦ ପଞ୍ଜୀକୃତ ଉଠାଦୋକାନୀଙ୍କୁ ୩୦୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ଘୋଷଣା କରିଛନ୍ତି ।

3. କୋଭିଡ୍‌-୧୯ର ମୁକାବିଲା ନିମନ୍ତେ ସରକାର ସଂପୂର୍ଣ୍ଣ ଦକ୍ଷତାର ସହ ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି । ବୃହତ୍‌ ଉଦ୍ୟୋଗରେ ସ୍ୱାସ୍ଥ୍ୟସେବା, ଡାକ୍ତରଖାନା ଭିତ୍ତିଭୂମି ଓ ପରିଚାଳନା, ବିଶ୍ୱସ୍ତରୀୟ ଅନୁଭବ, ଞ୍ଜଫଞ୍ଚଟ୍ଟ;ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁି୩୯; ଯନ୍ତ୍ରପାତି, ସଂରଜାମ ତଥା ସାମଗ୍ରୀ ସଂଗ୍ରହ ଏବଂ ସରକାରୀ, ଘରୋଇ ତଥା ଦାତବ୍ୟ କ୍ଷେତ୍ରରେ କାର୍ଯ୍ୟ କରିବାର ସୁଦୀର୍ଘ ଅଭିଜ୍ଞତା ରହିଥିବା ଆଗ୍ରହୀ ପ୍ରବୀଣ ବିଶେଷଜ୍ଞମାନଙ୍କଠାରୁ ଓଡ଼ିଶା ସରକାର ଆବେଦନ ଆହ୍ୱାନ କରିଛନ୍ତି । ଆଗ୍ରହୀ ସଂସ୍ଥା ଓ ବ୍ୟକ୍ତିମାନେ ଅବୈତନିକ ପରାମର୍ଶଦାତା ଭାବେ ସରକାରଙ୍କୁ ଉଚ୍ଚସ୍ତରୀୟ ପରିଚାଳନା କ୍ଷେତ୍ରରେ ସହଯୋଗ କରିବେ । ଏ ବାବଦରେ ମୁଖ୍ୟ ଶାସନ ସଚିବଙ୍କ ସ୍ୱତନ୍ତ୍ର ଅଧିକାରୀଙ୍କ ସହିତ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।

4. ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆ ଲୋକମାନଙ୍କୁ ସହାୟତା ଯୋଗାଇଦେବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଅନୁରୋଧ କରିଥିଲେ । ଅନ୍ୟ ରାଜ୍ୟରେ ଥିବା ଓଡ଼ିଆ ସଂଗଠନଗୁଡ଼ିକୁ ମଧ୍ୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁରୂପ ଅନୁରୋଧ ଜଣାଇଥିଲେ । ବାହାର ରାଜ୍ୟଗୁଡ଼ିକରେ ରହିଯାଇଥିବା ଓଡ଼ିଆମାନଙ୍କ ସମସ୍ୟା ସଂପର୍କରେ ଅବଗତ ହେବା ପାଇଁ ଗୃହ ବିଭାଗ ପକ୍ଷରୁ ହେଲପ୍‌ଲାଇନ୍‌ ନଂ-୦୬୭୪-୨୩୯୨୧୧୫ ଓ ମୋବାଇଲ୍‌ ହ୍ୱାଟସ୍‌ଆପ୍‌ ନଂ-୯୪୩୮୯୧୫୯୮୬ କାର୍ଯ୍ୟ କରୁଛି । ଏଥିରେ ଯୋଗାଯୋଗ କରିବା ପାଇଁ ବାହାର ରାଜ୍ୟରେ ଥିବା ଓଡ଼ିଆ ଭାଇଭଉଣୀଙ୍କୁ ଅନୁରୋଧ କରାଯାଇଛି ।

5. ଓଡ଼ିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକମାନଙ୍କ ନିମନ୍ତେ ଓଡ଼ିଶା ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଏକ ହେଲପ୍‌ଲାଇନ୍‌ ଖୋଲାଯାଇଛି । ଏହାର ନମ୍ବର : ୧୮୦୦୩୪୫୬୭୦୩ । ଅନ୍ୟ ରାଜ୍ୟର ଆବାସିକ କମିଶନରମାନଙ୍କ ସହିତ ଯୋଗାଯୋଗ ରକ୍ଷା କରିବା ପାଇଁ ଓଡ଼ିଶାର ଆବାସିକ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଞ୍ଜଫଞ୍ଚଟ୍ଟ ; ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁି ୩୯ ;

6. ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ଇତି ମଧ୍ୟରେ ଓଡ଼ିଶାରେ ଅଟକି ରହିଥିବା ବାହାର ରାଜ୍ୟର ୯୦୦୦ ଶ୍ରମଜୀବୀଙ୍କ ସହିତ ଯୋଗାଯୋଗ ସ୍ଥାପନ କରାଯାଇଛି । ସେମାନେ ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼, ରାଜସ୍ଥାନ ଓ ଉତ୍ତର ପ୍ରଦେଶ ଇତ୍ୟାଦି ରାଜ୍ୟରୁ ଆସିଛନ୍ତି । ସେମାନଙ୍କୁ ଖାଦ୍ୟପେୟ, ରହଣି ଓ ଆବଶ୍ୟକ ସ୍ଥଳେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଇଛି । ଏ ପ୍ରସଙ୍ଗରେ ମଧ୍ୟ ଅନ୍ୟ ରାଜ୍ୟର ଆବାସିକ କମିଶନରମାନଙ୍କୁ ଅବଗତ କରାଯାଇଛି ।

7. କୋଭିଡ୍‌-୧୯ ସ୍ୱାସ୍ଥ୍ୟ ହେଲପ୍‌ଲାଇନ୍‌ ନମ୍ବର ୧୦୪ କ୍ଷମତା ବୃଦ୍ଧି ପାଇଁ କେତେକ ରକ୍ଷଣାବେକ୍ଷଣ ଓ ବୈଷୟିକ ଉନ୍ନତିକରଣ କାର୍ଯ୍ୟ ହେଉଥିବା ଦୃଷ୍ଟିରୁ ଏହା ଆସନ୍ତାକାଲି ୨୯ ତାରିଖ ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିବ ନାହିଁ । ଜନସାଧାରଣ ଏଥିରେ ସହଯୋଗ କରିବାକୁ ଅନୁରୋଧ କରାଯାଇଛି ।

8. ଗୋଖାଦ୍ୟ, କୁକୁଡ଼ା ଖାଦ୍ୟ ଓ ମତ୍ସ୍ୟ ଖାଦ୍ୟ ସମେତ ଅନ୍ୟାନ୍ୟ ପଶୁଖାଦ୍ୟକୁ ଅତ୍ୟାବଶ୍ୟକ ସାମଗ୍ରୀରେ ଅନ୍ତର୍ଭୂକ୍ତ କରାଯାଇ ସେସବୁଗୁଡ଼ିକ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ତେଜାରତି ଦୋକାନରେ ପଶୁଖାଦ୍ୟ ବିକି୍ର କରାଯାଇପାରିବ ।

9. ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୭ ମାର୍ଚ୍ଚରୁ ୨୮ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୩୨୪ଟି ମାମଲା ଦାୟର କରାଯାଇଛି । ସେଥିରୁ ୩୦୮ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧୫ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଓ ଗୋଟିଏ କୋଭିଡ୍‌-୧୯ ସଂପୃକ୍ତ ନିୟମାବଳୀ ଉଲ୍ଲଂଘନ ନିମନ୍ତେ ଅନ୍ତର୍ଭୁକ୍ତ । ଞ୍ଜଫଞ୍ଚଟ୍ଟ;ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁି୩୯; ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା

10. ଆଜି ମଧ୍ୟାହ୍ନ ୧୨ଟା ସୁଦ୍ଧା ଓଡ଼ିଶାରେ ୨୫୬ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୨୨୬ ନମୁନାର ରିପୋର୍ଟ ହସ୍ତଗତ ହୋଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩ଟି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

11. ପ୍ରଥମ ଦୁଇଟି ପଜିଟିଭ୍‌ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସ୍ଥିର ଓ ଲକ୍ଷଣମୁକ୍ତ ରହିଛି । ତୃତୀୟ ବ୍ୟକ୍ତିଙ୍କର ଅବସ୍ଥାରେ ଆଜି ଉନ୍ନତି ହୋଇଛି । ସମସ୍ତେ ହସ୍‌ପିଟାଲ୍‌ର ସାଧାରଣ ଖାଦ୍ୟ ଖାଉଛନ୍ତି ।

12. ପ୍ରଥମ ଦୁଇଟି କେସ୍‌ର ସଂସ୍ପର୍ଶରେ ଆସିଥିବା ୫୫ ବ୍ୟକ୍ତି ଯୋଗାଯୋଗରେ ଅଛନ୍ତି ।

13. ତୃତୀୟ କେସ୍‌ର ସଂସ୍ପର୍ଶରେ ଆସିଥିବା ୧୧୨ ଜଣଙ୍କୁ ଆଜି ପର୍ଯ୍ୟନ୍ତ ଚିହ୍ନଟ କରାଯାଇଛି ଓ ଯୋଗାଯୋଗ ଚାଲିଛି । 14. ଆଜି ୫୬ ଜଣ କରୋନା ସନ୍ଦିU ବିଭିନ୍ନ ଚିକିତ୍ସାଳୟରେ ପୃଥକ୍‌ବାସରେ ଅଛନ୍ତି ।

15. ଆଜି ପର୍ଯ୍ୟନ୍ତ ମୋଟ ୭୦୮୦ ଜଣ ଅନ୍‌ଲାଇନ୍‌ ଏବଂ ୧୦୪ ମାଧ୍ୟମରେ ପଞ୍ଜୀକରଣ କରାଇଛନ୍ତି । ସେମାନଙ୍କ ମଧ୍ୟରୁ ୪୨୮୬ ବିଦେଶରୁ ଓ ୨୭୯୪ ଜଣ ଅନ୍ୟ ରାଜ୍ୟରୁ ଫେରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026
XIM University, Bhubaneswar celebrates its 10th Undergraduate Convocation with elegance and pride!

XIM University, Bhubaneswar celebrates its 10th Undergraduate Convocation with elegance and pride!

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version