No Result
View All Result

ଓଡ଼ିଶା ତାଜା ନ୍ୟୁଜ (୨୮ ଜୁନ ସୋମବାର ) ଭୁବନେଶ୍ୱର :- ବରିଷ୍ଠ ସାମ୍ବାଦିକ ଶ୍ରୀ ଜୀମୂତ ମଙ୍ଗରାଜଙ୍କ ବିୟୋଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ସ୍ୱର୍ଗତ ମଙ୍ଗରାଜ ଜଣେ ଅଭିଜ୍ଞ ସାମ୍ବାଦିକ ଏବଂ ବିଭିନ୍ନ କ୍ଷେତ୍ରରେ ତାଙ୍କର ଦକ୍ଷତା ରହିଛି ।
ସୁସାହିତ୍ୟିକ ଭାବରେ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ସହିତ ସେ ଜଡ଼ିତ ଥିଲେ । ତାଙ୍କର ଅକାଳ ବିୟୋଗ ଫଳରେ ରାଜ୍ୟର ସାମ୍ବାଦିକତା କ୍ଷେତ୍ରରେ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି । ମନ୍ତ୍ରୀ ଶ୍ରୀ ଦାଶ ସ୍ୱର୍ଗତ ମଙ୍ଗରାଜଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
No Result
View All Result