• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ – ମୁଖ୍ୟମନ୍ତ୍ରୀ

Abhimanyu Maharana by Abhimanyu Maharana
June 29, 2021
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟିତ କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ରାଜ୍ୟର ୩୦ଟି ଜିଲ୍ଲାରେ ଅକ୍‌ସିଜେନ ବ୍ୟବସ୍ଥା ସହିତ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରାଯାଇଛି ।  ରାଜ୍ୟରେ ଟିକା ଉତ୍ପାଦନ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ପ୍ରଶଂସା

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁନ୍‌ ମଙ୍ଗଳବାର )ଭୁବନେଶ୍ୱର :- କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ମୁକାବିଲା ପାଇଁ ସମସ୍ତଙ୍କ ସହଯୋଗ ଦରକାର। ଏ ଦିଗରେ ବେସରକାରୀ ଚିକିତ୍ସାଳୟ ମାନଙ୍କ ସହିତ କର୍ପୋରେଟ୍‌ ସେକ୍ଟର, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ PSU ମାନେ ଆଗେଇ ଆସିବା ଖୁସିର କଥା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ । ତେଣୁ ସମସ୍ତେ ନିଜ ନିଜ ସ୍ତରରେ ମୁକାବିଲା କରିବା ପାଇଁ କାମ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ଦେବଗଡର ଏହି ୧୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲରେ ଶିଶୁ ଶଯ୍ୟା ସହିତ ୧୨ଟି ICU, ୩୨ଟି HDU, ସ୍ବତନ୍ତ୍ର ଶିଶୁ ୱାର୍ଡ ସହିତ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଉପକରଣ ଓ ପରୀକ୍ଷାଗାରର ସୁବିଧା ରହିଛି । ଏହି ଡାକ୍ତରଖାନାରେ ସମସ୍ତ ଚିକିତ୍ସା ସୁବିଧା, ଔଷଧ ଯୋଗାଣ, ରୋଗୀଙ୍କୁ ଖାଦ୍ୟ ବ୍ୟବସ୍ଥା ଦାୟିତ୍ବ ରାଜ୍ୟ ସରକାର ହାତକୁ ନେଇଛନ୍ତି । ପୂର୍ବରୁ ଦେବଗଡରେ ୧୪୦ ଶଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍‌ପିଟାଲ କାର୍ଯ୍ୟ କରୁଛି । ଏହାଦ୍ବାରା ଜିଲ୍ଲାରେ ବର୍ତ୍ତମାନ ଦୁଇଟି କୋଭିଡ ହସ୍‌ପିଟାଲ ପ୍ରତିଷ୍ଠିତ ହେଲା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ଦ୍ବିତୀୟ ଲହର ଏପର୍ଯ୍ୟନ୍ତ ଶେଷ ନ ହୋଇଥିବା ବେଳେ, ତୃତୀୟ ଲହରର ସୂଚନା ଆସିଲାଣି । ଏହାର ମୁକାବିଲା ପାଇଁ ଆମର ପ୍ରସ୍ତୁତି ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ୩୦ଟି ଜିଲ୍ଲାରେ Liquid Medical Oxygenର ସୁବିଧା ସହିତ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରାଯାଇଛି । କୋଭିଡ ପରିଚାଳନାରେ ଆମର ନୀତି ହେଉଛି – ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ରାଜ୍ୟ ସରକାର ଚିକିତ୍ସା, ଟେଷ୍ଟିଂ, ଖାଦ୍ୟ ଆଦି ସବୁ ବ୍ୟବସ୍ଥାର ଦାୟିତ୍ବ ନିଜ ହାତକୁ ନେଇଛନ୍ତି । ଏହାଦ୍ବାରା ବ୍ୟବସ୍ଥା ପ୍ରତି ଲୋକଙ୍କ ବିଶ୍ବାସ ମଜବୁତ ହୋଇଛି । ଉତ୍ତମ ସ୍ବାସ୍ଥ୍ୟ ଭିତ୍ତିଭୂମି ଯୋଗୁ ମହାମାରୀର ଅନିଶ୍ଚିତତାକୁ ଆମେ ଭଲ ଭାବରେ ମୁକାବିଲା କରିପାରିବୁ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଦେବଗଡର ଏହି ହସ୍‌ପିଟାଲ ସ୍ଥାପନରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ କୋଭଡର ଦ୍ବିତୀୟ ଲହରରେ ପଶ୍ଟିମ ଓଡିଶା ଅଧିକ ପ୍ରଭାବିତ ହୋଇଥିଲା । ସମସ୍ତଙ୍କ ସହଯୋଗରେ ଏହାକୁ ନିୟନ୍ତ୍ରଣ କରାଯାଇପାରିଛି । କୋଭିଡ ନିୟନ୍ତ୍ରଣରେ ଦେବଗଡ ଜିଲ୍ଲା ବହୁତ ଭଲ ପ୍ରଦର୍ଶନ କରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଜନସାଧାରଣ, ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିକା ଆମକୁ ସୁରକ୍ଷା ଦେବ । କିନ୍ତୁ ସଂପୂର୍ଣ୍ଣ ସୁରକ୍ଷା ପାଇଁ କୋଭିଡର ସବୁ ନିୟମକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ପେଟ୍ରୋଲିଅମ ଓ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ ସମସ୍ତଙ୍କ ପ୍ରଚେଷ୍ଟା ବଳରେ ଓଡିଶାରେ କୋଭିଡର ପ୍ରଭାବ କମିବାରେ ଲାଗିଛି । ସେଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ଦେବଗଡ ଜିଲ୍ଲା ସମେତ ପଶ୍ଚିମ ଓଡିଶାରେ ବର୍ତ୍ତମାନ କୋଭିଡ ନିୟନ୍ତ୍ରଣାଧୀନରେ ରହିଛି ବୋଲି ପ୍ରକାଶ କରିଥିଲେ ଏବଂ ସମ୍ବଲପୁରଠାରେ ଆଉ ଏକ କୋଭିଡ ହସ୍‌ପିଟାଲ ପ୍ରସ୍ତାବକୁ କାର୍ଯ୍ୟକାରୀ କରାଯିବାର ଆବଶ୍ୟକତା ସପକ୍ଷରେ ମତ ଦେଇଥିଲେ। ଓଡିଶାରେ ଟିକା ଉତ୍ପାଦନ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମର ସେ ପ୍ରଶଂସା କରିଥିଲେ ଏବଂ ଟିକାକରଣ କାର୍ଯ୍ୟକ୍ରମକୁ ଯୋଜନବଦ୍ଧ ଭାବରେ ଆଗେଇ ନେଇ ୬-୮ ମାସ ମଧ୍ୟରେ ଯେପରି ସବୁ ଲୋକ ଟିକା ନେଇପାରିବେ, ତାହା ଉପରେ ଗୁରୁତ୍ବ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପ୍ରମୁଖ ଓଡିଶାରେ କୋଭିଡ ମୁକାବିଲା, ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ କୋଭିଡ ପରିଚାଳନାରେ ଓଡିଶା ଦେଶରେ ଏକ ନମ୍ବର । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଟିକାକରଣ ସହିତ, ରାଜ୍ୟର ଯେକୌଣସି କାର୍ଯ୍ୟକ୍ରମ ପାଇଁ ବେଦାନ୍ତ ଗ୍ରୁପ ସହଯୋଗ ପାଇଁ ସବୁବେଳେ ପ୍ରସ୍ତୁତ ଅଛି ।

ସମ୍ବଲପୁର ସାଂସଦ ଶ୍ରୀ ନିତିଶ ଗଙ୍ଗଦେବ, ଦେବଗଡ ବିଧାୟକ ଶ୍ରୀ ସୁବାଷ ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ମତାମତ ରଖିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ଦେବଗଡ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଓ ବେଦାନ୍ତର CEO ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

March 31, 2023
ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

ବାଲିଗୁଡାରେ ଶ୍ରୀରାମ ନବମୀ ପାଳିତ : କୁନିକୁନି କଳାକାର ମାନଙ୍କୁ ନେଇ ଶୋଭାଯାତ୍ରା

March 31, 2023
ଭାଇ ଭାଇ ଙ୍କ ପାରିବାରିକ କଲହ ଯୋଗୁଁ ଦୁଇ ଭାଇ ସମେତ ଜେଲ୍ ଗଲେ ୭ ଭଡାଟିଆ ଗୁଣ୍ଡା

ଭାଇ ଭାଇ ଙ୍କ ପାରିବାରିକ କଲହ ଯୋଗୁଁ ଦୁଇ ଭାଇ ସମେତ ଜେଲ୍ ଗଲେ ୭ ଭଡାଟିଆ ଗୁଣ୍ଡା

March 31, 2023

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ଭବାନୀପାଟଣା ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

March 31, 2023
ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

ବାଲିଗୁଡାରେ ଚାଇଲ୍ଡ ଲାଇନର ସମ୍ମିଳନୀ : ସମଗ୍ର କନ୍ଧମାଳ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା କରିବା ପାଇଁ ଆହ୍ଵାନ

March 31, 2023
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.