ବାଙ୍କୀ ଉପଖଣ୍ଡରେ ୨୪ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ତାଜା ନ୍ୟୁଜ୍ (୨ ଜୁଲାଇ ଶୁକ୍ରବାର ବାଙ୍କୀ :-  ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୬୬ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୧ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୦ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ  ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  ।

ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ,ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲି ଏବଂ କୁରୁମପଡା ଠାରେ ସ୍ୱାବ ସଂଗ୍ରହ ଶିବିରରେ ୧୯୯ଜଣଙ୍କର ଆଣ୍ଟିଜେନ୍ ସ୍ୱାବ  ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

୧୫୮ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  । ସେହିପରି ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତୁଳସୀ ପୁର ,ତାଳବସ୍ତଉପ ସ୍ୱାସ୍ଥ୍ୟ କେନ୍ଦ୍ର ୧୧୦ ଜଣ ଙ୍କ ଆଣ୍ଟିଜେନ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଛି ସେଥିମଧ୍ୟରୁ ସମସ୍ତ ଙ୍କକରୋନା ନେଗେଟିଭି ଜଣା ପଡିଛି । ୮ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା ।