ବାଙ୍କୀ ଉପଖଣ୍ଡରେ ୯ଜଣ କରୋନା ପଜିଟିଭ୍ ଚିହ୍ନଟ, ୫୫୦ଜଣଙ୍କୁ କରୋନା ଟିକା କରଣ

ଓଡ଼ିଶା ତାଜା ନ୍ୟୁଜ (୮ ଜୁଲାଇ ଗୁରୁବାର ) ବାଙ୍କୀ :- ଆଜି ବାଙ୍କୀ ଉପଖଣ୍ଡର ବିଭିନ୍ନ ଚିକିତ୍ସାଳୟରେ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉପଖଣ୍ଡ ଚିକିତ୍ସାଳୟରେ ୫୫ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୭ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ  ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଓ ଉପ ସ୍ୱାସ୍ଥ୍ୟ କେନ୍ଦ୍ର ରେ ,ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ରେ ଏଏନେମ ଆଜି ବୁଲିବା ସହ କେଉଟପାଟଣା ସ୍ୱାବ ସଂଗ୍ରହ ଶିବିର ରେ ୨୦୧ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ  ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

୧୮୮ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  । ସେହିପରି ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ,ତାଳବସ୍ତ ଉପସ୍ୱାସ୍ଥ୍ୟ କେନ୍ଦ୍ରରୁ ୧୦୯ଜଣ ଙ୍କ ଆଣ୍ଟିଜେନ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଛି ସେଥିମଧ୍ୟରୁ ୨ଜଣ ଙ୍କ କରୋନା ପଜେଟିଭ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ ହୋଇଛି ।୨୪ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇ ଥିଲା  ।

ଆଜି ବାଙ୍କୀ ଉପଖଣ୍ଡ ର ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୫୫୦ଜଣଙ୍କୁ କରୋ ଟିକା କରଣ କରାଯାଇଛି।ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ ରେ ୪୨୭ଜଣଙ୍କୁ  କରୋନା ପ୍ରତିଷେଧକ ଟୀକା କରଣ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ବିଶ୍ୱଜିତ ପଣ୍ଡା  ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିଲା ଏହି ଟୀକା କରଣ କାର୍ଯ୍ୟକ୍ରମ କୁ ଫାର୍ମାସିଷ୍ଟ ଉମାକାନ୍ତ ସ୍ୱାଇଁ ପରିଚାଳନା କରିଥିଲେ।ଏଥିସହ ସୁବର୍ଣ୍ଣପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ କଳାପଥର ଉପସ୍ବାସ୍ଥ୍ୟ କେନ୍ଦ୍ରରେ ୧୩୩ ଜଣଙ୍କୁ   କରୋନା ପ୍ରତିଷେଧକ ଟୀକା କରଣ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଅମରେଶ ସାହୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିଲା ପୁରୁଷ ସ୍ୱାସ୍ଥ୍ୟ ସୁପ୍ରଭାଇଜର ମାନ ଭଞ୍ଜନ ଦଳେଇ ସହଯୋଗ କରିଥିଲେ।ଆଜି ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ରେ କରୋନା ଟିକା କରଣ ହୋଇନାହିଁ । (ରିପୋର୍ଟ ଗୌତମ ମିଶ୍ର )