• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଦେଶ

ଆମେରିକାର ହ୍ୟୁଷ୍ଟନ ଠାରେ ରଥଯାତ୍ରା ଉତ୍ସବ ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
July 14, 2021
in ଦେଶ, ବିଶ୍ଵ, ହୋମ୍
0
ଆମେରିକାର ହ୍ୟୁଷ୍ଟନ ଠାରେ ରଥଯାତ୍ରା ଉତ୍ସବ ଆୟୋଜନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୩ ଜୁଲାଇ , ମଙ୍ଗଳବାର )ହ୍ୟୁଷ୍ଟନ :-  ଯୁକ୍ତରାଷ୍ଟ୍ର ଆମେରିକାର ଚତୁର୍ଥ ବୃହତ୍ତମ ମହାନଗରୀ ହ୍ୟୁଷ୍ଟନ ଠାରେ ପବିତ୍ର ଚତୁର୍ଦ୍ଦଶ ବାର୍ଷିକ ରଥଯାତ୍ରା ପର୍ବ ମହାସମାରୋହନରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବଢ଼ି ଭୋରରୁ ୩୧୦୧, ଫିକ୍‍ୱେ ମାର୍ଗସ୍ଥିତ ଓରିଶା କଲ୍‍ଚର ସେଣ୍ଟର (ଓ.ସି.ସି) ମଧ୍ୟରେ ସ୍ଥାପିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସମ୍ମୁଖରେ ନୃସିଂହ ହଭନ, ରଥ ବାସ୍ତୁ ପୂଜା, ନାମଯଜ୍ଞ, ମଙ୍ଗଳ ଆଳତୀ, ପ୍ରତାପ ଉପଚାର, ଜଗନ୍ନାଥ ପରିବାର ବନ୍ଦାପନା ଆଦି ପୂଜାର୍ଚ୍ଚନା ଯଥାବିଧି ଅନୁଷ୍ଠିତ ହୋଇଥିଲା ।

ଏହାପରେ ଜଗନ୍ନାଥ ଅଷ୍ଟକମ୍‍, ଗୀତ ଗୋବିନ୍ଦ ଓ ଦଶାବତାର ଗାୟନ ତଥା ଭଗବତ ଗୀତା ପାଠ କରାଯାଇଥିଲା । ମଧ୍ୟାହ୍ନରେ କେନ୍ଦ୍ରର ଆନନ୍ଦବଜାର ଭାବରେ ନାମିତ ପାକଶାଳାରେ ପ୍ରସ୍ତୁତ ୫୬ଭୋଗ ଠାକୁରଙ୍କୁ ଅର୍ପଣ କରାଯାଇ ବିଶ୍ରାମ ଦିଆଯାଇଥିଲା । ଅପରାହ୍ନ ଅଢ଼େଇଟାରେ ଦୀଅଁମାନଙ୍କର ପରଦା ଉନ୍ମୁକ୍ତ ହେବା ପରେ ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ଉପଚାର ପୂଜା ଏବଂ ରଥ ପାଇଁ ଆଜ୍ଞାମାଳ ଗ୍ରହଣ ପ୍ରଭୃତି ନୀତିକାନ୍ତି ସମ୍ପନ୍ନ କରାଯାଇଥିଲା ।

ଉପସ୍ଥିତ ପ୍ରାୟ ୫୦୦ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଉତ୍ସାହ, ଉଲ୍ଲାସ ଓ ଉଦ୍ଦୀପନା ପରିଲ୍ଲଖିତ ହୋଇଥିଲା । ଭକ୍ତମାନଙ୍କର ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀ ତଥା ଶଙ୍ଖ, ଘଣ୍ଟ, କର୍ତ୍ତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗର ଘୋର ଘର୍ଗର ନାଦ ଦ୍ୱାରା ଗଗନ ପବନର ପ୍ରକମ୍ପନ ଭିତରେ ଚାରି ଠାକୁରଙ୍କୁ ପହଣ୍ଡି ରୋଷଣୀ କରାଯାଇ ରଥ ଉପରକୁ ଅଣାଯାଇଥିଲା । ସୁନ୍ଦର, ସୁଶୋଭିତ ଏବଂ ନାନା ରଙ୍ଗବେରଙ୍ଗ କପଡ଼ାରେ ଓ ସୁସଜ୍ଜିତ ରଥ ଉପରେ ଜଗତର ନାଥ ଶ୍ରୀଜଗନ୍ନାଥ, ବଡ଼ଭାଇ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ପ୍ରଭୁ ଶ୍ରୀସୁଦର୍ଶନଙ୍କର ବିରାଜମାନର ଦୃଶ୍ୟ ବେଶ୍‍ ମର୍ମସ୍ପର୍ଶୀ ଥିଲା ।

ସନ୍ଧ୍ୟା ସାଢ଼େ ୭ଟା ବେଳେ ଭୁବନେଶ୍ୱରରୁ ଆସିଥିବା ବଂଶୀଧର ଲେଙ୍କା ରଥ ଉପରେ ପାରମ୍ପରିକ ଛେରା ପହଁରା କାର୍ଯ୍ୟ ସମାପନ କରିବା ପରେ ରଥ ଟଣା ପର୍ଯ୍ୟାୟ ଆରମ୍ଭ ହୋଇଥିଲା । ରଥାରୁଢ଼ ଠାକୁର ମାନେ ଭଜନ, ଜଣାଣ, ସଂକୀର୍ତ୍ତନର ସୁମଧୂର ଝଙ୍କାର ଦ୍ୱାରା ସୃଷ୍ଟ ଭକ୍ତିପୂତ ପରିବେଶ, ଆଧ୍ୟାତ୍ମିକ ଉତ୍ସ୍ୱାସ ଏବଂ ଐଶ୍ୱରିକ ଭାବାବେଗର ଅପୂର୍ବ ଉନ୍ମାଦନା ମଧ୍ୟରେ ଗୁଣ୍ଡିଚା ଗୃହରେ ପହଞ୍ଚିଥିଲେ । ଏହି ଅବସରରେ ହ୍ୟୁଷ୍ଟନ ଠାରେ ଅବସ୍ଥାପିତ ଭାରତର କନ୍‍ସୁଲେଟ୍‍ ଜେନେରାଲ ଅସୀମ ମହାଜନ ଏବଂ ସୀତାରାମ ପ୍ରତିଷ୍ଠାନର ଅଧ୍ୟକ୍ଷ ଅରୁଣ ବର୍ମା ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ ।

ରଥଯାତ୍ରାର ବିଶେଷ ଆକର୍ଷଣ ଭାବରେ ସ୍ଥାନୀୟ ଚିକିତ୍ସକମାନଙ୍କ ଦ୍ୱାରା ଏକ ସ୍ୱାସ୍ଥ୍ୟ ଶିବିର ଖୋଲାଯାଇଥିଲା । ଶେଷରେ ପ୍ରତିଷ୍ଠିତ ଓ ଉଦୀୟମାନ କଳାକାରମାନଙ୍କ ଦ୍ୱାରା ଓଡ଼ିଶୀ, ସମ୍ବଲପୁରୀ ,କଥକ ଓ ଭାରତନାଟ୍ୟମ୍ ନୃତ୍ୟ ପରିବେଷଣ କରାଯାଇଥିଲା । ଓ.ସି.ସି. ତରଫରୁ ଆୟୋଜିତ ଚଳିତ ବର୍ଷର ରଥଯାତ୍ରା ମହୋତ୍ସବକୁ ସଫଳ ଓ ସ୍ମରଣୀୟ କରାଇବାରେ, ଏହାର ଅଧ୍ୟକ୍ଷ ଡଃ ଆଦିତ୍ୟ ସାମଲ, ସଭାପତି ଡଃ ଦେବାନନ୍ଦ ପତି, ଉତ୍ସବ କମିଟିର ଦୁଇ ଆବାହକ ତପନ ବେହେରା ଏବଂ ଅରୁଣୀ ଆଚାର୍ଯ୍ୟଙ୍କର ଭୂମିକା ବିଶେଷ ଉଲ୍ଲେଖଯୋଗ୍ୟ ଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version