• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ 26 ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ବକର୍ମା ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 16, 2021
in ଓଡ଼ିଶା, ମହାନଗର, ହୋମ୍
0
ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ 26 ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ବକର୍ମା ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା, ଆପଣଙ୍କ ସହାୟତା ଆମକୁ ବଞ୍ଚିବାର ରାହା ଦେଇଛି – ନିର୍ମାଣ ଶ୍ରମିକ

ଓଡ଼ିଶା ତାଜା ନ୍ୟୁଜ (୧୬ ଜୁଲାଇ ଶୁକ୍ରବାର) ଭୁବନେଶ୍ୱର :- ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ। ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ । ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ବ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି । ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି । ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି । ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି । ରାସ୍ତା, ସେତୁ ଆଦି କରନ୍ତି ।

ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକ ମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ । ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ବାରା ହିଁ ଆମେ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ — ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା – ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା। ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବର ରାହା ଦେଇଛି ।

ଗତ ବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ । ତାସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର – ସବୁ ସମୟରେ ଆମେ ସହାୟତା ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କୁ କେତେ ଟଙ୍କା ପାଇଛ ବୋଲି ପଚାରି ବୁଝିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରମ ଓ ଇ.ଏସ୍‌.ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରୀତା ଓ ନାଗରିକ କେନ୍ଦ୍ରୀକ ଯୋଜନା ଉପରେ ଆଲୋକପାତ କରିଥିଲେ । ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି ।

ଏହି କାର୍ଯ୍ୟକ୍ରମରେ ବ୍ରଜରାଜନଗରର ବିଧାୟକ ଶ୍ରୀ କିଶୋର ମହାନ୍ତି ଓ ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ ପ୍ରମୁଖ ସେମାନଙ୍କର ମତାମତ ରଖି ଏହି ଗରିବ ଓ ଶ୍ରମିକ କଲ୍ୟାଣ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଭାଗୀୟ ସଚିବ ଶ୍ରୀମତୀ ଚିତ୍ରା ଅର୍‌ମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ.ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ସାରା ରାଜ୍ୟର 314ବ୍ଲକ ର ନିର୍ମାଣ ଶ୍ରମିକ ମାନେ ଭିଡ଼ିଓ କନ୍ ଫରେନସ ଜରିଆରେ ଏହି କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version