• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
July 16, 2021
in ଓଡ଼ିଶା, ମହାନଗର, ହୋମ୍
0
ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ ଘୋଷଣା
Share on FacebookShare on TwitterWhatsapp

ମିଶନ ଶକ୍ତିର ମା ମାନଙ୍କ ମନ କଥା – ମୁଖ୍ୟମନ୍ତ୍ରୀ ହେଉଛନ୍ତି ଆମର ସୁଖ ଦୁଃଖର ସାଥି

ଓଡ଼ିଶା ତାଜା ନ୍ୟୁଜ (୧୬ ଜୁଲାଇ ଶୁକ୍ରବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍‌ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ (Interest Subvention) ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଅନୁଷ୍ଠାନ ।

ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’ କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ। ବ୍ଲକ୍‌ସ୍ତରରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ବ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ମା ମାନେ କୋଭିଡ ସମୟରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ ।’ ମିଶନ ଶକ୍ତିର ମା ମାନଙ୍କ ସଫଳତା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜୀବନଜୀବିକା ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି। ଆଜିର ଆଲୋଚନାରେ ରାଜ୍ୟର ବିଭିନ୍ନ ଅଞ୍ଚଳର – କୋରାପୁଟର ବୋରିଗୁମା ଠାରୁ ଆରମ୍ଭ କରି କଟକର ନିଆଳୀ ପର୍ଯ୍ୟନ୍ତ, ଆମର ବ୍ଳକ୍‌ସ୍ତରୀୟ ମହାସଂଘର ମା ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ସେ ମତବ୍ୟକ୍ତ କରିଥିଲେ।

ସେ କହିଥିଲେ ଯେ ‘ମୋର ବିଶ୍ବାସ, ଦିନେ ଆପଣମାନଙ୍କ ଭିତରୁ ବଡ ବଡ ଉଦ୍ୟୋଗୀ ବାହାରିବେ ।’ ରାଜ୍ୟ ସରକାର Block Level Federationର ଆବର୍ତ୍ତନ ପାଣ୍ଠି ଭାବରେ ୮୪.୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ମିଶନ ଶକ୍ତିର ମା ମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି। ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ, ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଯେ କୌଣସି ବ୍ୟବସାୟ ପାଇଁ ପୁଞ୍ଜି ଯୋଗାଣ ସଞ୍ଜୀବନୀ ପରି କାର୍ଯ୍ୟ କରେ। ମହିଳା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଆବର୍ତ୍ତନ ପାଣ୍ଠି କରିଛନ୍ତି, ତାହା ମିଶନ ଶକ୍ତିକୁ ସ୍ବାବଲମ୍ବୀ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ମିଶନ ଶକ୍ତି ମା ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିଛି ବୋଲି ସେମାନେ ମତ ଦେଇଥିଲେ । କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍‌ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖି କହିଥିଲେ ଯେ ମିଶନ ଶକ୍ତି ଆଜି ମା ମାନଙ୍କ ସାମାଜିକ ଅର୍ଥନୈତିକ ପରିବର୍ତ୍ତନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଭଳି ଏକ ନୀରବ ବିପ୍ଲବ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପର୍ଣ୍ଣ ନେତୃତ୍ବରେ ସେମାନେ ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୟୁରଭଂଜ ମୋରଡା ମିଶନ ଶକ୍ତି ମହାସଂଘର ଅଧ୍ୟକ୍ଷା ବିଷ୍ଣୁପ୍ରିୟା ଦାସ, କଟକ କଣ୍ଟାପଡା ମିଶନ ଶକ୍ତି ମହାସଂଘର ସଂପାଦିକା ବିଷ୍ଣୁପ୍ରିୟା ପାତ୍ର, ସମ୍ବଲପୁର ନାକଟିଦେଉଳ ମିଶନ ଶକ୍ତି ମହାସଂଘର ସଂପାଦିକା ଗୀତାଞ୍ଜଳି ପ୍ରଧାନ, କୋରାପୁଟ ନନ୍ଦପୁର ମିଶନ ଶକ୍ତି ମହାସଂଘର ସଂପାଦିକା ହେମଲତା ପ୍ରଧାନ ଓ ଢେଙ୍କାନାଳ ଗଁଦିଆ ମିଶନ ଶକ୍ତି ମହାସଂଘର ସଂପାଦିକା ନିର୍ମଳା ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରି ଏହି ସ୍ବତନ୍ତ୍ର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ସମସ୍ତେ ଆଜି ନିଜର ପରିଚୟ ପାଇପାରିଛୁ । ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଖରେ, ଆମ ସୁଖଦୁଃଖରେ ସବୁବେଳେ ଠିଆ ହୋଇଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଆମେ କୃତଜ୍ଞ। ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ । ଏହି ଅବସରରେ ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ଟି ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କୁ ଆଚାର ବ୍ୟବସାୟ ପାଇଁ HDFC Bank ତରଫରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ଟି ଆହାର କେନ୍ଦ୍ରରେ ବ୍ୟବହାର ହେଉଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ନିଜର ସ୍ବାଗତ ଭାଷଣ ରଖି ମିଶନ ଶକ୍ତିର

ମିଶନର ତଥା ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ କହିଲେ ଯେ ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡିଶା ହେଉଛି ସାରା ଭାରତବର୍ଷରେ ଏକମାତ୍ର ରାଜ୍ୟ । ଏଥିରୁ ମହିଳା ମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ବ ଦେଉଛନ୍ତି, ତାହା ଅନୁମେୟ। ସୂଚନାଯୋଗ୍ୟ ଯେ ଗତ ଦୁଇ ବର୍ଷରେ ମିଶନ ଶକ୍ତିର ବିଭିନ୍ନ ସ୍ବୟ ସହାୟକ ଗୋଷ୍ଠୀ ମାନଙ୍କ ଠାରୁ ୨୮୦୦ କୋଟି ଟଙ୍କାର ବିଭିନ୍ନ ଦ୍ରବ୍ୟ ଓ ସେବା କ୍ରୟ କରାଯାଇଛି । ସେ କହିଥିଲେ ଯେ ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି । ମିଶନ ଶକ୍ତିର ନିର୍ଦ୍ଦେଶିକା ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

May 13, 2026
ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

May 13, 2026
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

May 13, 2026
ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

May 13, 2026
ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version