ଝରିଗାଁ ବ୍ଲକ ବିଜୁ ଜନତା ଦଳ ତରଫରୁ ଝରିଗାଁ ଠାରେ ଏକ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ – କ୍ରୀଡ଼ା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାର କାନ୍ତି ବେହେରା

ଓଡ଼ିଶା ତାଜା ନ୍ୟୁଜ (୧୮ ଜୁଲାଇ ରବିବାର ) ଝରିଗାଁ :- ଆଜି ଝରିଗାଁ ବ୍ଲକ ବିଜୁ ଜନତା ଦଳ ତରଫରୁ ଝରିଗାଁ ଠାରେ ଏକ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବାର କ୍ରୀଡ଼ା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାର କାନ୍ତି ବେହେରା ଓ ସମ୍ମାନୀତ ଅତିଥି ଭାବେ ମାନ୍ୟବାର ନବରଙ୍ଗପୁର ସାଂସଦ ତଥା ଜିଲ୍ଲା ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ ,ମାନ୍ୟବାର ଝରିଗାଁ ବିଧାୟକ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ମାଝୀ ଯୋଗ ଦେଇଥିଲେ।

ନବରଙ୍ଗପୁର ଜିଲ୍ଲାର ନୂତନ ବିଜେଡ଼ି ପର୍ଯ୍ୟବେକ୍ଷକ ତଥା କ୍ରୀଡ଼ା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାର କାନ୍ତି ବେହେରାଙ୍କୁ ଏବଂ ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ନିବେଦିତା ମାହାନ୍ତି ଓ ଜିଲ୍ଲା ମହିଳା ସଭାନେତ୍ରୀ ଶ୍ରୀମତୀ ମଞ୍ଜୁଳା ମାଝୀ ଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା ।

ଝରିଗାଁ ନିର୍ବାଚନ ମଣ୍ଡଳୀରେ ତୃଣମୂଳ ସ୍ତରରେ ଲୋକଙ୍କ ବିଭିନ୍ନ ସମସ୍ୟା ସହ ଯୋଡି ହୋଇ ମୁଖ୍ୟମନ୍ତ୍ରୀ ଙ୍କର ବିଭିନ୍ନ ଜନ କଲ୍ୟାଣ ଯୋଜନା ଲୋକଙ୍କୁ ନିକଟରେ ପହଞ୍ଚିବ ଓ ଦଳୀୟ ସଂଗଠନ କୁ କିଭଳି ଅଧିକ ସୃଦୃଡ କରାଯାଇ ପାରିବ ସେନେଇ ମାନ୍ୟବାର ମନ୍ତ୍ରୀ ଏବଂ ମାନ୍ୟବାର ସାଂସଦ ଓ ମାନ୍ୟବାର ବିଧାୟକ ଦଳୀୟ କର୍ମୀଙ୍କୁ ପରାମର୍ଶ ଦେଇଥିଲେ।