No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୯ ଜୁଲାଇ ସୋମବାର) କଟକ :- କଟକ ଗସ୍ତ କରି ବିବିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି. କେ ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସେ କଟକ ସ୍ଥିତ ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର ପ୍ରକଳ୍ପ ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ବାବଦରେ ସମୀକ୍ଷା କରିଛନ୍ତି । ୧.୫୫ କିଲୋମିଟରର ତାଳଦଣ୍ଡା କେନାଲ ନବୀକରଣ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ ହେବାକୁ ଯାଉଛି । କେନାଲ କାମକୁ ଜାତୀୟ ରାଜପଥ ପାର୍ଶ୍ୱକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ।
ଜାତୀୟ ରାଜପଥ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ସଡ଼କ ସହିତ ନବୀକରଣର ମୋଟ ଲମ୍ବ ୩.୫୫ କିଲୋମିଟର ହେବ । ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ୫ଟି ସଚିବ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାସହ ଖାନ ନାଗରରେ ୧୭.୯୧ ଏକର ଜମିରେ ନିର୍ମାଣାଧିନ ନେତାଜୀ ବସ୍ ଟର୍ମିନାଲ୍ ପ୍ରକଳ୍ପର ଅଗ୍ରଗତି ବିଷୟରେ ଶ୍ରୀ ପାଣ୍ଡିଆନ୍ ବିସ୍ତୃତ ଭାବରେ ସମୀକ୍ଷା କରିଥିଲେ ।
ଅଗଷ୍ଟ ୨୦୨୨ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବାର ଯୋଜନା ରହିଛି । ୫ଟି ସଚିବଙ୍କ ସହ ପୂର୍ତ୍ତ ବିଭାଗର ସଚିବ ଶ୍ରୀ କ୍ରିଷନ୍ କୁମାର, ସଚିବ ଶ୍ରୀ ଭିନିଲ କ୍ରିଷ୍ଣା, ଆରଡିସି ଏ ଏ କେ ସାମଲ, କଲେକ୍ଟର ବିଏସ ଚଇନୀ, ସିଏମସି କମିଶନର ଅନନ୍ୟା ଦାସ ଏବଂ ବରିଷ୍ଠ ପ୍ରକଳ୍ପ ଅଧିକାରୀ ଆଦି ଉପସ୍ଥିତ ଥିଲେ ।
As per direction of Hon’ble CM Sri Naveen Patnaik , Secretary ( Mo Sarkar 5T ) Sri VK Pandian today morning visited the project sites of Taladanda Canal and Netaji Bus Terminal in Cuttack and reviewed the progress.
No Result
View All Result