ଭୁବନେଶ୍ୱର, ରିପୋର୍ଟ (ଓଡଶା ତାଜା ନ୍ୟୁଜ୍) ଭୁବନେଶ୍ୱର 8.4.2020 :- ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ଅଧିନରେ କଳାକାର ଭତ୍ତା ପାଉଥିବା ରାଜ୍ୟର ୩୪,୬୫୩ ଜଣ କଳାକାରଙ୍କୁ ଚଳିତ ମାସ ମାର୍ଚ୍ଚଠାରୁ ଜୁନ୍ ମାସ ପର୍ଯ୍ୟନ୍ତ ଏପରି ୪ ମାସର ପେନ୍ସନ୍ ଆଗୁଆ ଭାବେ ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।
ଏଥି ପାଇଁ ସର୍ବମୋଟ ୧୬ କୋଟି ୬୩ ଲକ୍ଷ ୩୪ ହଜାର ୪୦୦ ଟଙ୍କାର ଆବଣ୍ଟନ ପତ୍ର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତର ଫରୁ ଜାରି କରାଯାଇଛି । ବିଶ୍ୱରେ ସଂପ୍ରତି ଦେଖାଦେ ଇଥିବା ମହାମାରୀ କୋଭିଡ୍-୧୯ ଭୂତାଣୁ ସଂକ୍ରମଣଜନିତ ଭୟାବହତାକୁ ନେଇ ଦେଶରେ ଲକ୍ ଡାଉନ୍ ଅବସ୍ଥା ସୃଷ୍ଟି ହୋଇଥିବାରୁ ଦୁସ୍ଥ କଳାକାରମାନଙ୍କୁ ସହାୟତା ସ୍ୱରୂପ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ପେନ୍ସନ୍ ବାବଦରେ ମାସକୁ ୧୨୦୦ ଟଙ୍କା ହିସାବରେ ଚାରି ମାସ ପାଇଁ ୪୮୦୦ ଟଙ୍କା ଏକକାଳୀନ ଚଳିତ ମାସ ୧୫ ତାରିଖ ମଧ୍ୟରେ ସଂପୃକ୍ତ କଳାକାରମାନଙ୍କ ବ୍ୟାଙ୍କ ଜମାଖାତାକୁ ଇ-ଟ୍ରାନ୍ସଫର ଜରିଆରେ ପଇଠ କରିବାକୁ ଜିଲ୍ଲା ପାଳମାନେ ପଦକ୍ଷେ ପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ନିୟମ-୮ (୫) ପ୍ରକାରେ ମାର୍ଚ୍ଚ ମାସରେ କଳାକାରମାନେ ନିଜ ସ ପକ୍ଷରେ କରିବାକୁ ଥିବା ଜୀବିତ ପ୍ରମାଣ ପତ୍ର ଦାଖଲକୁ ମଧ୍ୟ ଛାଡ଼ କରାଯାଇଛି । କଳାକାର ପେନ୍ସନ୍ ପ୍ରଦାନକୁ ସୁନିଶ୍ଚିତ କରିବା ଏବଂ ନିର୍ଦ୍ଧାରିତ ସମୟରେ ଭତ୍ତା ବଣ୍ଟନ ରିପାର୍ଟ ଇମେଲ୍ ଓ ହ୍ୱାଟସ୍ ଆପ୍ ମାଧ୍ୟମରେ ବିଭାଗକୁ ତୁରନ୍ତ ପ୍ରେରଣ କରିବାକୁ ଜିଲ୍ଲା ସଂସ୍କୃତି ଅଧିକାରୀ ଓ ଭାର ପ୍ରାପ୍ତ ସଂସ୍କୃତି ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।