• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତି ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
July 23, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତି ସମ୍ମିଳନୀ
Share on FacebookShare on TwitterWhatsapp

x. ସମସ୍ତ ଅଣ୍ଡର ଗ୍ରାଜୁଏଟ୍‌ ଫାଇନାଲ ସେମିଷ୍ଟାର ପରୀକ୍ଷା (ବ୍ୟାକ୍‌ ପେପରକୁ ଛାଡ଼ି) ୨୦୨୧ ଅଗଷ୍ଟ ୧୯ ତାରିଖ ସୁଦ୍ଧା ଶେଷ ହେବ

x. ୟୁଜିର ବ୍ୟାକ୍‌ପେପର ସମେତ ଫାଇନାଲ ସେମିଷ୍ଟାର ପରୀକ୍ଷା ଫଳ ୨୦୨୧, ସେପେଫମ୍ବର ୨୭ ତାରିଖ ସୁଦ୍ଧା ପ୍ରକାଶ ପାଇବ

x. ସମସ୍ତ ପିଜି ଫାଇନାଲ ସେମିଷ୍ଟାର ପରୀକ୍ଷା ୨୦୨୧ ମସିହା ଅଗଷ୍ଟ ୩୧ ତାରିଖ ସୁଦ୍ଧା ସଂପନ୍ନ ହୋଇ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା ଫଳ ୨୦୨୧ ସେପେଫମ୍ବର ୨୦ ତାରିଖ ସୁଦ୍ଧା ପ୍ରକାଶ ପାଇବ

x. ୨୦୨୧ ବର୍ଷର ଏକକ ପିଜି ପ୍ରବେଶିକା ପରୀକ୍ଷା ୨୦୨୧ ମସିହା ଅଗଷ୍ଟ ୨୩ ତାରିଖରୁ ସେପେଫମ୍ବର ୧ ତାରିଖ ମଧ୍ୟରେ ହେବ ଦ୍ଧ ପିଜି ଶ୍ରେଣୀରେ ନାମଲେଖା ୨୦୨୧ ଅକେଫାବର ୧୫ ତାରିଖରୁ ଆରମ୍ଭ ହେବ ।

ଓଡ଼ିଶା ତାଜା ନ୍ୟୁଜ (୨୩ ଜୁଲାଇ ଶୁକ୍ରବାର ) ଭୁବନେଶ୍ୱର :– ୨୩ ଜୁଲାଇ, ୨୦୨୧ ସମସ୍ତ ଅଣ୍ଡର ଗ୍ରାଜୁଏଟ୍‌ ଫାଇନାଲ ସେମିଷ୍ଟାର ପରୀକ୍ଷା (ବ୍ୟାକ୍‌ ପେପରକୁ ଛାଡ଼ି) ୨୦୨୧ ଅଗଷ୍ଟ ୧୯ ତାରିଖ ସୁଦ୍ଧା ଶେଷ ହେବ । ସେହିପରି ୟୁଜିର ବ୍ୟାକ୍‌ପେକର ସମେତ ଫାଇନାଲ ସେମିଷ୍ଟାର ପରୀକ୍ଷା ଫଳ ୨୦୨୧, ସେପେଫମ୍ବର ୨୭ ତାରିଖ ସୁଦ୍ଧା ପ୍ରକାଶ ପାଇବ । ସମସ୍ତ ପିଜି ଫାଇନାଲ ସେମିଷ୍ଟାର ପରୀକ୍ଷା ୨୦୨୧ ମସିହା ଅଗଷ୍ଟ ୩୧ ତାରିଖ ସୁଦ୍ଧା ସଂପନ୍ନ ହୋଇ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା ଫଳ ୨୦୨୧ ସେପେଫମ୍ବର ୨୦ ତାରିଖ ସୁଦ୍ଧା ପ୍ରକାଶ ପାଇବ । ଏଥି ସହିତ ୨୦୨୧ ବର୍ଷର ଏକକ ପିଜି ପ୍ରବେଶିକା ପରୀକ୍ଷା ୨୦୨୧ ମସିହା ଅଗଷ୍ଟ ୨୩ ତାରିଖରୁ ସେପେଫମ୍ବର ୧ ତାରିଖ ମଧ୍ୟରେ ଶେଷ କରାଯିବ । ପିଜି ଶ୍ରେଣୀରେ ନାମଲେଖା ୨୦୨୧ ଅକେଫାବର ୧୫ ତାରିଖରୁ ଆରମ୍ଭ ହେବ । ଆଜି ଅନୁଷ୍ଠିତ ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ସମ୍ମିଳନୀରେ ଉପରୋକ୍ତ ସୂଚନା ପ୍ରଦାନ କରାଯାଇଛି ।

ଆଜି ଲୋକସେବା ଭବନର କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆୟୋଜିତ କୁଳପତିମାନଙ୍କ ସମ୍ମିଳନୀରେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି ଯେ ରାଜ୍ୟରେ ଏକ ଉତ୍ତମ ଶୈକ୍ଷିକ ବାତାବରଣ ମଧ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ସର୍ବଦା ପ୍ରାଥମିକତା ପ୍ରଦାନ କରୁଛନ୍ତି । ଉଚ୍ଚଶିକ୍ଷାର ଗୁଣାତ୍ମକ ଅଭିବୃଦ୍ଧି ନିମନ୍ତେ ଅନେକଗୁଡ଼ିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାର ସଫଳ ରୂପାୟନ ନିମନ୍ତେ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କର ଦୃଢ଼ ନେତୃତ୍ୱ ଆବଶ୍ୟକ । କୁଳପତିମାନେ କାର୍ଯ୍ୟକ୍ଷେତ୍ରରେ ଉଦାହରଣ ସୃଷ୍ଟି କରି ବିଶ୍ୱବିଦ୍ୟାଳୟଗୁଡ଼ିକୁ ଗୋଟିଏ ଗୋଟିଏ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା ପାଇଁ ମନ୍ତ୍ରୀ ଡ. ସାହୁ ପରାମର୍ଶ ଦେଇଛନ୍ତି । ମନ୍ତ୍ରୀ ଡ. ସାହୁ କହିଲେ ଯେ ବିଶ୍ୱବିଦ୍ୟାଳୟ ପରିସରରେ ଶୃଙ୍ଖଳା ରକ୍ଷା କରି ଶିକ୍ଷାଦାନ ଓ ପରୀକ୍ଷା ପରିଚାଳନା କରିବା କୁଳପତିମାନଙ୍କର ପ୍ରଧାନ କର୍ତ୍ତବ୍ୟ ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ ୫-‘ଟି’କୁ କଡ଼ାକଡ଼ି ଭାବରେ କାର୍ଯ୍ୟକାରୀ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସଫଳ ରୂପାୟନ କରିବା ଆବଶ୍ୟକ । ବିଶ୍ୱବିଦ୍ୟାଳୟ ମୁଖ୍ୟ ଭାବେ ସମସ୍ତଙ୍କୁ ସାଙ୍ଗରେ ନେଇ ଦଳଗତ ଭାବେ କାର୍ଯ୍ୟ ସଂପାଦନ କରିପାରିଲେ ଏହାର ସୁଦୂରପ୍ରସାରୀ ପ୍ରଭାବ ରହିବ । ବର୍ତ୍ତମାନ ଆମ ରାଜ୍ୟ ବା ଦେଶ ଭିତରେ ଉତ୍ତମ ଶିକ୍ଷାନୁଷ୍ଠାନ ବିଷୟରେ ଚିନ୍ତା ନକରି ବିଶ୍ୱସ୍ତରୀୟ ଶିକ୍ଷାନୁଷ୍ଠାନ କଥା ଚିନ୍ତା କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । କୋଭିଡ୍‌-୧୯ ମହାମାରୀ ଯୋଗୁ ଶିକ୍ଷା ବ୍ୟବସ୍ଥା ବ୍ୟାପକ ଭାବରେ ପ୍ରଭାବିତ ହୋଇଥିଲେ ମଧ୍ୟ ଗତ ବର୍ଷ ୟୁଜି ଓ ପିଜିରେ ଶେଷ ବର୍ଷ/ଶେଷ ସେମିଷ୍ଟାର ପରୀକ୍ଷା କରାଯାଇଥିଲା ଏବଂ ଚଳିତ ବର୍ଷ ମଧ୍ୟ ଅନ୍‌ଲାଇନ୍‌ ମାଧ୍ୟମରେ ୟୁଜି ଓ ପିଜି ଶେଷବର୍ଷ/ଶେଷ ସେମିଷ୍ଟାର ପରୀକ୍ଷା ସଫଳତାର ସହ ସଂପନ୍ନ ହେବ ବୋଲି ମନ୍ତ୍ରୀ ଡ. ସାହୁ ଆଶା ପ୍ରକଟ କରିଥିଲେ । ଏଥି ସହିତ କୁଳପତିମାନଙ୍କ ପରାମର୍ଶରେ ୨୦୨୧ ମସିହାର ଏକକ ପିଜି ପ୍ରବେଶିକା ପରୀକ୍ଷା କରାଯିବ ବୋଲି କହିଥିଲେ ।

ଏଥି ସହିତ ପିଏଚ୍‌ଡ଼ି ପ୍ରୋଗ୍ରାମରେ ଅହେତୁକ ବିଳମ୍ବକୁ ହ୍ରାସ କରିବା ନିମନ୍ତେ ପିଏଚ୍‌ଡି ରେଜିଷ୍ଟ୍ରେସନ୍‌, ପରୀକ୍ଷା ଫଳ ପ୍ରକାଶନ ଏବଂ ମୌଖିକ ପରୀକ୍ଷା ଆଦି କ୍ଷେତ୍ରରେ ସର୍ବାଧିକ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ରହିବା ଆବଶ୍ୟକ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଏଥି ନିମନ୍ତେ ୫-‘ଟି’ କାର୍ଯ୍ୟକ୍ରମ ଆଧାରରେ ସର୍ବୋଚ୍ଚ ସମୟସୀମା ନିର୍ଦ୍ଧାରଣ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ଏଥି ସହିତ ବିଶ୍ୱବିଦ୍ୟାଳୟର ପରିଚାଳନାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଇ-ସ୍ପେସ୍‌/ଇ-ଡେସ୍‌ପାଚ୍‌/ଇ-ଅଫିସ୍‌ ଆଦି ପ୍ରଯୁକ୍ତି ବିଦ୍ୟାର ବ୍ୟବହାର ଓ ଛାତ୍ରଛାତ୍ରୀଙ୍କ ମାଇଗ୍ରେସନ୍‌, ରେଜିଷ୍ଟ୍ରେସନ୍‌ ଏବଂ ଅରିଜିନାଲ ସାର୍ଟିଫିକେଟ୍‌ ଆଦି ପ୍ରଦାନ କ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ବହୁଳ ପ୍ରୟୋଗ ଉପରେ ମନ୍ତ୍ରୀ ଡ. ସାହୁ ବୈଠକରେ ଗୁରୁତ୍ୱ ପ୍ରଦାନ କରିଥିଲେ ।

ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ ଏବଂ କୁଳପତିମାନେ ଯୋଗଦେଇ ୟୁଜି ଓ ପିଜି ଶେଷବର୍ଷ/ଶେଷ ସେମିଷ୍ଟାର ପରୀକ୍ଷା ପରିଚାଳନା ବିଷୟରେ ବିଶଦ ଭାବରେ ଆଲୋଚନା କରିଥିଲେ । ବୈଠକରେ ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତି, ରେଜିଷ୍ଟ୍ରାର, ପରୀକ୍ଷା ନିୟନ୍ତ୍ରକ, ବିତ୍ତ ନିୟନ୍ତ୍ରକଙ୍କ ସମେତ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version