No Result
View All Result
x. ରାତି ୮ଟାରୁ ସକାଳ ୬ଟା ଯାଏଁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରିରହିବ
x. ଭୁବନେଶ୍ୱର, କଟକ, ପୁରୀ ସହରରେ ସପ୍ତାହନ୍ତ ସଟଡାଉନ୍ ରହିବ
x. ମଲ ଓ ପାର୍କ ଖୋଲିବାକୁ ମିଳିଲା ଅନୁମତି
x. ବର୍ତ୍ତମାନ ରାଜ୍ୟରେ ବନ୍ଦ ରହିବ ଧର୍ମାନୁଷ୍ଠାନ
x. ସମସ୍ତ ଧାର୍ମିକ, ରାଜନୈତିକ, ସାମାଜିକ ସମାବେଶ କରାଯାଇପାରିବ ନାହିଁ
x. ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ମଲ୍
x. ରେଷ୍ଟୁରାଣ୍ଟ, ବାର ୫୦% କ୍ଷମତାକୁ ନେଇ ଖୋଲି ପାରିବ
x. ସିନେମା ହଲ ୫୦% ଦର୍ଶକ କ୍ଷମତାକୁ ନେଇ ଖୋଲିପାରିବ
x. ହଲ, ମଲ ଯାଉଥିବା ପ୍ରାପ୍ତବୟସ୍କ ଲୋକଙ୍କ ଟିକା ସାର୍ଟିଫିକେଟ ଜରୁରୀ
x. ରାଜ୍ୟ ଭିତରେ ବସ ଚାଲୁ ରହିବ, ସିଟିଂ କାପାସିଟିରେ ଯାତ୍ରୀ ନେବେ
x. ଧାର୍ମିକ ପୀଠ ଖୋଲିବାକୁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇପାରିବେ
x. ଶ୍ରୀମନ୍ଦିର ଓ ଶ୍ରୀଲିଙ୍ଗରାଜ ପ୍ରଶାସନ ନିଜେ ଏନେଇ ନିଷ୍ପତ୍ତି ନେବେ
x. ବିବାହ ଓ ଶୁଦ୍ଧିକ୍ରିୟା ନେଇ ଥିବା ପୂର୍ବ କଟକଣା ଜାରି ରହିବ
x. ଅଗଷ୍ଟ ୧ ସକାଳ ୬ଟାରୁ ସେପ୍ଟେମ୍ବର ୧ ସକାଳ ୬ଟା ଯାଏ ଲାଗୁ ହେବ ନିୟମ
ଓଡ଼ିଶା ତାଜା ନ୍ୟୁଜ (୩୧ ଜୁଲାଇ ଶନିବାର) ଭୁବନେଶ୍ୱର :- ଧିରେ ଧିରେ ଅନଲକ ଆଡ଼କୁ ଗତି କରୁଛି ଓଡ଼ିଶା । ଏଥିପାଇଁ ସାରା ରାଜ୍ୟରେ ଦୋକାନବଜାର ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ ହେବ। ତେବେ କେବଳ ଭୁବନେଶ୍ୱର, କଟକ, ପୁରୀରେ ପୂର୍ବ ଭଳି ସପ୍ତାହାନ୍ତ ସଟଡାଉନ ଜାରି ରହିବ । ଏନେଇ ଅଗଷ୍ଟ ଗାଇଡଲାଇନ୍ ସଂପର୍କରେ SRC ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ,ଅଆମ ରାଜ୍ୟରେ ୨୭ ଜିଲ୍ଲାରେ ସଂକ୍ରମଣ ହାର ନଗଣ୍ୟ ଅଛି। କଟକ, ଖୋର୍ଦ୍ଧା, ପୁରୀରେ ଟିକେ ଅଧିକ କେସ୍ ରହିଛି। ହେଲେ ଉଦବେଗଜନକ ନୁହେଁ। ଜୀବନ-ଜୀବିକା ସମନ୍ୱୟ ପାଇଁ ଧିରେ ଧିରେ ଅନଲକ୍ ହେଉଛି। ରାଜ୍ୟରେ ଦେଢ଼ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଗଲାଣି। ରାଜ୍ୟରେ ସଂକ୍ରମଣ ଅନେକାଂଶରେ ନିୟନ୍ତ୍ରଣକୁ ଆସିଥିବା SRC କହିଛନ୍ତି ।
ଅଗଷ୍ଟ ଗାଇଡଲାଇନ୍ ନେଇ SRC କହିଛନ୍ତି ଯେ, ପ୍ରତି ଦିନ ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ ହେବ। ଭୁବନେଶ୍ୱର, କଟକ, ପୁରୀରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ। ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା। ରେଷ୍ଟୁରାଣ୍ଟ, ବାର୍ ୫୦% କ୍ଷମତାକୁ ନେଇ ଖୋଲି ପାରିବ। ସିନେମା ହଲ୍ ୫୦% ଦର୍ଶକ କ୍ଷମତାକୁ ନେଇ ଖୋଲିପାରିବ । ହଲ୍, ମଲ୍ ଯାଉଥିବା ପ୍ରାପ୍ତବୟସ୍କ ଲୋକଙ୍କ ଟିକା ସାର୍ଟିଫିକେଟ ଜରୁରୀ। ସମସ୍ତ ଧାର୍ମିକ, ରାଜନୈତିକ, ସାମାଜିକ ସମାବେଶ ମନା। ପ୍ରଦର୍ଶନୀ, ବାଣିଜ୍ୟକ ମେଳା ମହୋତ୍ସବ ମଧ୍ୟ ବାରଣ କରାଯାଇଛି ।
ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ। ଗାଇଡଲାଇନ ମାନିବେ ପର୍ଯ୍ୟଟକ। ସମସ୍ତ ମଲ୍ ଖୋଲିବ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ମଲ୍ । ସେହିପରି ରାଜ୍ୟ ଭିତରେ ବସ୍ ଚାଲୁ ରହିବ। ସିଟିଂ କାପାସିଟିରେ ଯାତ୍ରୀ ଯାତାୟତ କରିବେ। ଧାର୍ମିକ ପୀଠ ଖୋଲିବାକୁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇପାରିବେ। ଶ୍ରୀମନ୍ଦିର, ଶ୍ରୀଲିଙ୍ଗରାଜ ପ୍ରଶାସନ ନିଜେ ଏନେଇ ନିଷ୍ପତ୍ତି ନେବେ । ବିବାହ ଓ ଶୁଦ୍ଧିକ୍ରିୟା ନେଇ ଥିବା ପୂର୍ବ କଟକଣା ଜାରି ରହିବ। ନନ୍ଦନକାନନ, ଇଣ୍ଡୋର, ୱାର୍ଟର ପାର୍କ ଆଦି ଖୋଲାଯାଇ ପାରିବ ।
No Result
View All Result