• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବୀନଙ୍କ ଐତିହାସିକ ନିଷ୍ପତ୍ତି : ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

Proprietor Abhimanyu Maharana by Proprietor Abhimanyu Maharana
August 14, 2021
in ଓଡ଼ିଶା, ମହାନଗର, ହୋମ୍
0
ନବୀନଙ୍କ ଐତିହାସିକ ନିଷ୍ପତ୍ତି : ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ
Share on FacebookShare on TwitterWhatsapp

x. ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୨୭% ପଛୁଆ ବର୍ଗ ପ୍ରାର୍ଥୀ ଦେବ ବିଜେଡି
x. ସୂଚନା ଦେଲେ ଦଳର ଦୁଇ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଡକ୍ଟର ଅରୁଣ ସାହୁ
x. ଅନ୍ୟ ଦଳଗୁଡିକ ମଧ୍ୟ ପଛୁଆ ବର୍ଗଙ୍କ ପାଇଁ ୨୭% ସ୍ଥାନ ସଂରକ୍ଷଣ କରିବାକୁ ଆହ୍ୱାନ

ଓଡ଼ିଶା ତାଜା ନ୍ୟୁଜ (୧୪ ଅଗଷ୍ଟ ଶନିବାର) ଭୁବନେଶ୍ୱର :-  ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚାୟତିରାଜ ସଂସ୍ଥାର ଆଗାମୀ ତ୍ରିସ୍ତରୀୟ ନିର୍ବାଚନରେ ପଛୁଆ ବର୍ଗଙ୍କ ପାଇଁ ଅତି କମ୍‌ରେ ୨୭% ଦଳୀୟ ପ୍ରାର୍ଥୀ ଘୋଷଣା କରିବାକୁ ଦଳ ନିଷ୍ପତ୍ତି ନେଇଛି । ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଡକ୍ଟର ଅରୁଣ କୁମାର ସାହୁ ଏହି ସୂଚନା ଦେଇଛନ୍ତି ।

ଦଳର ଦୁଇ ବରିଷ୍ଠ ନେତା କହିଛନ୍ତି ଯେ କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ ମଧ୍ୟ ବିଜେଡି ୨୭% ପଛୁଆବର୍ଗ ପ୍ରାର୍ଥୀ ଦେବ । ଅଦାଲତ କଟକଣା, କେନ୍ଦ୍ରୀୟ ଆଇନ୍‍ ନଥିବାରୁ ଏଭଳି ରାଜନୈତିକ ନିଷ୍ପତ୍ତି ନିଆଯାଇଛି । ଅନ୍ୟ ଦଳଗୁଡିକ ମଧ୍ୟ ଏପରି ଘୋଷଣା ପାଇଁ ବିଜେଡି କହିବା ସହିତ ବିଧାନସଭା ଓ ଲୋକସଭାରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରିବାକୁ ଆହ୍ୱାନ ଦେଇଛି ।

ସ।ମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ସଠିକ୍ ପରିସଂଖ୍ୟାନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ ୫୦% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି । ତେଣୁ ପଛୁଆବର୍ଗଙ୍କର ସଂଖ୍ୟାର ସଠିକ୍ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା କରାଗଲେ ତାହାକୁ ଭିତ୍ତିକରି ୫୦%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟମାନେ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ ।

ସଂରକ୍ଷଣ ସୀମା ୫୦% ସିମୀତ ଥିବା ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ପ୍ରାୟ ୩୯% ଥିବାରୁ ପଛୁଆବର୍ଗଙ୍କୁ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ମିଳୁଛି । ରାଜ୍ୟ ସରକାରଙ୍କ ପଛୁଆବର୍ଗ ଆଇନ୍ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ, ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ ୨୭% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ ।

ରାଷ୍ଟ୍ରପତିଙ୍କ ଦ୍ୱାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ ଚାକିରୀ ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି । ରାଜ୍ୟଗୁଡିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ଏବଂ ଏବେ ମଧ୍ୟ କରିପାରିବେ । କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ôଥମାନେ କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀ ଏବଂ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି । ସେହିପରି ରାଜ୍ୟର ପଛୁଆବର୍ଗ ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀରେ ସଂରକ୍ଷଣର ସୁବିଧା ପାଉଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟର ୨୦୯ ଜାତି ଓ ଉପଜାତି ପଛୁଆବର୍ଗ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ।

ଅନ୍ୟ ପକ୍ଷରେ ରାଜ୍ୟ ସରକାର କୌଣସି ଜାତିକୁ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ଜାତୀୟ ପଛୁଆବର୍ଗ କମିଶନଙ୍କୁ ତଥ୍ୟ ସହିତ ଉପଯୁକ୍ତ ଦାବି ଉପସ୍ଥାପନ କରିବାକୁ ପଡିଥାଏ । ଯଦି ତାହା କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ହୁଏ ତେବେ ସେହି ଜାତି ଓବିସି ତାଲିକାଭୁକ୍ତ ହୁଏ । ୧୧.୦୮.୨୦୧୮ ପୂର୍ବରୁ ଆମ ରାଜ୍ୟରେ ୨୦୦ଟି ଜାତି ଏବଂ ଉପଜାତି ଓବିସି ତାଲିକା ଅନ୍ତର୍ଭୁକ୍ତ ହୋଇଛି । ପୂର୍ବଭଳି ରାଜ୍ୟଗୁଡିକ ପଛୁଆବର୍ଗ ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକସଭାରେ କୌଣସି ବିରୋଧି ଦଳ ଏହାକୁ ବିରୋଧ କରିନାହାନ୍ତି ।

ହେଲେ ସଂରକ୍ଷଣରେ ଥିବା ୫୦% ସୀମାକୁ ଉଠାଇବାକୁ ସମସ୍ତ ବିରୋଧି ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛନ୍ତି । ସମ୍ବିଧାନର ୧୦୨ତମ ସଂଶୋଧନ ମାଧ୍ୟମରେ ସମ୍ବିଧାନର ଅନୁଚ୍ଛେଦ ୩୩୮ଇ ପରେ ୩୩୮ ଈ ଏବଂ ଅନୁଚ୍ଛେଦ ୩୪୨ ପରେ ୩୪୨ ଇ (ଏହି ଦୁଇଟି ଅନୁଚ୍ଛେଦ) ସଂଯୋଗ କରାଯାଇଛି । ତତ୍‌ପରେ ସମ୍ବିଧାନର ୧୨୭ତମ ସଂଶୋଧନ ମାଧ୍ୟମରେ ଉପରୋକ୍ତ ଦୁଇଟି ଅନୁଚ୍ଛେଦରେ କେତେକ ପରିବର୍ତ୍ତନ କରାଯିବା ସଂଗେ ସଂଗେ ଅନୁଚ୍ଛେଦ ୩୬୬ରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ କରି ପଛୁଆବର୍ଗର ସଂଜ୍ଞା ଉଲ୍ଲେଖ କରାଯାଇଛି ।

ଯଦି ସମ୍ବିଧାନର ୧୨୭ତମ ସାମ୍ବିଧାନିକ ସଂଶୋଧନ କାର୍ଯ୍ୟକାରୀ ହୁଏ ତେବେ ୧୧.୦୮.୨୦୧୮ (୧୦୨ତମ ସାମ୍ବିଧାନିକ ସଂଶୋଧନ) ପୂର୍ବରୁ ଏବଂ ୦୨.୦୪.୧୯୯୩ (ଜାତୀୟ ପଛୁଆ ବର୍ଗ କମିଶନ-ଆଇନ୍‌) ପରେ ଯେପରି ରାଜ୍ୟଗୁଡିକ ସାମାଜିକ ଏବଂ ଶିକ୍ଷାଗତ ପଛୁଆବର୍ଗ ତାଲିକା ପ୍ରସ୍ତୁତି କରୁଥିଲେ ସେହିପରି କରିପାରିବେ ବୋଲି ଶ୍ରୀ ସ୍ୱାଇଁ ଓ ଡକ୍ଟର ସାହୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକଙ୍କ ପିତୃ ବିୟୋଗ

ସାମ୍ବାଦିକଙ୍କ ପିତୃ ବିୟୋଗ

May 27, 2026
କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

May 27, 2026
ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

May 27, 2026
ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

May 27, 2026

Recent News

ସାମ୍ବାଦିକଙ୍କ ପିତୃ ବିୟୋଗ

ସାମ୍ବାଦିକଙ୍କ ପିତୃ ବିୟୋଗ

May 27, 2026
କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

May 27, 2026
ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

May 27, 2026
ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

ନାଟ୍ୟକାର ପରଶୁରାମ ହରିଚନ୍ଦନ ଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଉତ୍ସବ

May 27, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକଙ୍କ ପିତୃ ବିୟୋଗ

ସାମ୍ବାଦିକଙ୍କ ପିତୃ ବିୟୋଗ

May 27, 2026
କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

କନ୍ଧମାଳ ଜିଲ୍ଲାର ଗଣଶିକ୍ଷା ବିଭାଗ ରେ ବ୍ୟାପଜ ବଦଳି ଆଦେଶ ଜାରୀ

May 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version