No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ରବିବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଥିବା ପଡ଼ିଆରେ ବ୍ଲକସ୍ତରୀୟ ୭୫ ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ବିଡ଼ିଓ ପ୍ରମୋଦ କୁମାର ନାୟକ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ବ୍ଲକ୍ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ ।
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ବ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ ଉପସ୍ଥିତ ଅତିଥି ମାନେ ପୁରସ୍କୃତ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ନୂଆଗାଁ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ , ଶିକ୍ଷୟତ୍ରୀ , ନୂଆଗାଁ ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିବା ବେଳେ କାର୍ଯ୍ୟକ୍ରମ କୁ ନୂଆଗାଁ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ଶିଶିର କୁମାର ସାହୁ ଏବଂ ନୂଆଗାଁ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ପରିଚାଳନା କରିଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )
No Result
View All Result