ତାରାତାରିଣୀ ମନ୍ଦିର ଓ ପାରିପାର୍ଶ୍ବିକ ବିକାଶ କାର୍ଯ୍ୟ ନଭେମ୍ଭର ସୁଦ୍ଧା ସଂପୂର୍ଣ୍ଣ ହେବ
ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ରବିବାର ) ଗଞ୍ଜାମ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍ ୧୫ ଓ ୧୬ ତାରିଖ ଦୁଇ ଦିନ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କଲ୍ ଯୋଗେ ଶାସନ ଆମ୍ଵ ଗାଁର ବୃନ୍ଦାବନ ସ୍ମୃତି ବିଦ୍ୟାପୀଠ ର ଛାତ୍ରଛାତ୍ରୀ ମୀରା ସ୍ବାଇଁ ଓ ଦୀପକ ଦଳାଇଙ୍କ ସହ କଥା ହୋଇ ସ୍କୁଲ ରୂପାନ୍ତରୀକରଣ କାମ ସମ୍ପର୍କରେ ପିଲା ତଥା ଅଭିଭାବକ ମାନଙ୍କ ମତାମତ ଲୋଡିଥିଲେ । ସେମାନେ ସ୍କୁଲ ରୂପାନ୍ତରୀକରଣ ଦିଗରେ ମୁଖ୍ୟମନ୍ତ୍ରୀ ଙ୍କ ପଦକ୍ଷେପ ର ଉଚ୍ଚ ପ୍ରଶସା କରିବା ସହ ଧନ୍ୟବାଦ ଜଣାଇଥିଲେ ।
ଶ୍ରୀ ପାଣ୍ଡିଆନ ପ୍ରଥମେ ହିଞ୍ଜିଳି ଓ ଶେରଗଡରେ ଥିବା ୩୯ଟି ହାଇସ୍କୁଲରେ ୫-ଟି କାର୍ଯ୍ୟକ୍ରମ ଅଧିନରେ ଚାଲିଥିବା ରୂପାନ୍ତରୀକରଣ କାମ ପର୍ଯ୍ୟବେକ୍ଷଣ କରିଥିଲେ। ଏହି ଅବସରରେ ସେ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ, ଅଭିଭାବକ, ସ୍କୁଲ ପରିଚାଳନା କମିଟିର ସଦସ୍ୟ ଏବଂ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଏହି ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ। ଏହି ସ୍ମାର୍ଟ କ୍ଲାସ ରୁମ୍ କାର୍ଯ୍ୟକ୍ରମରେ ସ୍କୁଲ ଗୁଡିକରେ ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, Hygenic toilet, ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଖେଳପଡିଆ ଓ ବୃକ୍ଷରୋପଣ ଆଦି କାର୍ଯ୍ୟକ୍ରମକୁ ୫-ଟି ସଚିବ ପର୍ଯ୍ୟବେକ୍ଷଣ କରି ଅଗ୍ରଗତିର ସମୀକ୍ଷା କରିଥିଲେ।
ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି ଯେ ହିଞ୍ଜିଳି ଓ ଶେରଗଡର ୩୯ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ କାମ ସଂପୂର୍ଣ୍ଣ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୨୧ ତାରିଖରୁ ଏହାକୁ ପର୍ଯ୍ୟାୟକ୍ରମେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ । ସୂଚନାଯୋଗ୍ୟ ଯେ ସାରା ରାଜ୍ୟରେ ୧୦୭୨ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍ର ବିକାଶ କରାଯାଉଛି। ଏଥିରେ ପିଲାଙ୍କ ପାଇଁ କମ୍ପୁଟର ବ୍ୟବସ୍ଥା ସହିତ ଉନ୍ନତ ଲାବୋରେଟୋରୀ, ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧା କରାଯାଉଛି । ଏହାପରେ ୫-ଟି ସଚିବ ଗଞ୍ଜାମର ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଗସ୍ତ କରି ମନ୍ଦିର ଓ ଏହାର ପାରିପାର୍ଶ୍ବିକ ବିକାଶ କାମ ପର୍ଯ୍ୟବେକ୍ଷଣ କରିଥିଲେ।