No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଗୁରୁବାର ) ବରଗଡ଼ :- ଆଜି ସଦଭାବନା ଦିବସ ଅବସରରେ ଏକ ଶପଥ ପାଠ ସଭା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ଶପଥ ପାଠ କରାଇଥିଲେ ।
ସଭାରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ସହକାରୀ କଲେକ୍ଟର ସୁମତୀ ପଣ୍ଡା, ଜିଲ୍ଲା ସୂଚନା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ ଦାଶ, ମମତା ପ୍ରଧାନ, ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।
No Result
View All Result