No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଗୁରୁବାର ) ଢେଙ୍କାନାଳ :- ଜିଲ୍ଲାର ସର୍ବାଙ୍ଗୀନ ବିକାଶ ନିମନ୍ତେ ଜିଲ୍ଳାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯତ୍ନବାନ ହୋଇ ନିଷ୍ଠାର ସହିତ କାର୍ଯ୍ୟ କରିବାକୁ ନୂତନ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ପରାମର୍ଶ ଦେଇଛନ୍ତି । ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ଏକ ବୈଠକରେ ନୂତନ ଜିଲ୍ଲାପାଳ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ 5 T ମନ୍ତ୍ରକୁ ଅନୁସରଣ କରି ଜନସାଧାରଣଙ୍କୁ ନିୟମ ଅନୁସାରେ ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ।
ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ସଂସ୍ଥାର ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ଢେଙ୍କାନାଳ ଜିଲ୍ଲାକୁ ରାଜ୍ୟରେ ଏକ ନମ୍ବର ବିକଶିତ ଜିଲ୍ଲା ଭାବରେ ପରିଣତ କରିବାକୁ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ସହଯୋଗ କାମନା କରିଥିଲେ । (ରିପୋର୍ଟ୍, ଅମର ରଞ୍ଜନ ଦାସ )
No Result
View All Result