No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୦ ଅଗଷ୍ଟ ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ହରିପୁର ଓ ବାହାଡ ଝୋଲା ପଞ୍ଚାୟତ ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ହରିପୁର ପଞ୍ଚାୟତ ଜୟପୁର ଗ୍ରାମ ର ଗୋଷ୍ଠୀ କେନ୍ଦ୍ର,ହରିଜନ ସାହି ଗୋଷ୍ଠୀ କେନ୍ଦ୍ର, ଶିଆରି ମାଳ ଅଙ୍ଗନ ୱାଡି କେନ୍ଦ୍ର, ବାହାଡ ଝୋଲା ପଞ୍ଚାୟତ ର ବାହାଡ ଝୋଲା ଅଙ୍ଗନ୍ ୱାଡି କେନ୍ଦ୍ର ଶୁଭ ଉଦଘାଟନ କରିବା ସହ ଲୋକ ମାନଙ୍କ ବିଭିନ୍ନ ସମସ୍ୟା ବୁଝିଥିଲେ ।
ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ବିଡ଼ିଓ ପ୍ରମୋଦ କୁମାର ନାୟକ ,ବିଜେଡ଼ି ସଭାପତି ସନାତନ ସାମଲ, ବରିଷ୍ଠ ବିଜେଡ଼ି ସଂଗଠକ ଦିଲ୍ଲୀପ କୁମାର ଦଳ ବେହେରା, ଯୁବ ସଂଗଠକ ସଞ୍ଜୟ କୁମାର ସାହୁ,ଉପ ସଭାପତି ମୁରଲୀ ଧର ଜେନା,ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ, ବାହାଡ ଝୋଲା ସମିତି ସଭ୍ୟା ଛବିରାଣୀ ସାହୁ,ହରିପୁର ଓ ବାହାଡ ଝୋଲା ପଞ୍ଚାୟତ ବିଜେଡ଼ି ସଭାପତି ଓ ବରିଷ୍ଠ ନେତୃବୃନ୍ଦ ଯୋଗଦେଇଥିଲେ।ଜୟପୁର,ସିଆରୀ ମାଳ ଏବଂ ବାହାଡ ଝୋଲା ଗ୍ରାମବାସୀ ଙ୍କ ଦ୍ଵାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପ୍ରଚେଷ୍ଟା ଯୋଗୁଁ ଉନ୍ନୟନ ମୂଳକ କାର୍ଯ୍ୟ ର ସଫଳ ରୂପାୟନ ହୋଇପାରୁଥିବା ରୁ ଗ୍ରାମବାସୀ ମାନେ ଦଶପଲ୍ଲା ବିଧାୟକ ଙ୍କୁ ଧନ୍ୟବାଦ୍ ଅର୍ପଣ କରିଥଲେ। ତତ୍ ସହିତ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାହାଡ ଝୋଲା ରେ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର କୁ ଉଦଘାଟନ କରିଥିଲେ।ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ବିଡ଼ିଓ ପ୍ରମୋଦ କୁମାର ନାୟକ, ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଦେବୀ ପ୍ରସାଦ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ )
No Result
View All Result