• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରିରୁ ଆରମ୍ଭ ହେଲା ସ୍ବାସ୍ଥ୍ୟ ସେବାର ଐତିହାସିକ ଯାତ୍ରା ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 20, 2021
in ଓଡ଼ିଶା, ମହାନଗର, ହୋମ୍
0
ମାଲକାନଗିରିରୁ ଆରମ୍ଭ ହେଲା ସ୍ବାସ୍ଥ୍ୟ ସେବାର ଐତିହାସିକ ଯାତ୍ରା  ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ସାରା ଦେଶରେ ପ୍ରଥମ ; ବଣ୍ଡା ଜନଜାତି ର ମହିଳା ଶୁକ୍ରୀ ଧାଙ୍ଗଡା ମାଝୀ ହେଲେ ପ୍ରଥମ ହିତାଧିକାରୀ ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିତ୍ସା ପାଇଁ ଟଙ୍କା କେବେ ଵି ବାଧକ ନ ହେଉ – ମୁଖ୍ୟମନ୍ତ୍ରୀ   ମା ମାନଙ୍କ ପାଇଁ ଚିକିତ୍ସା ସୁବିଧା ଦଶ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ।

ଓଡ଼ିଶା ତାଜା ନ୍ୟୁଜ (୨୦ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ଭୁବନେଶ୍ୱର ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରି ରେ smart health card ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। । ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ପ୍ରଥମ smart health card ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସେ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ, ବା ରିକ୍ସା ବାଲା, ଟ୍ରଲି ବାଲା କିମ୍ବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ, ବା ସାଧାରଣ ଲୋକ, ସେ ଗାଁ ରେ ରହୁ ବା ସହରରେ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ ।

ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନ ହେଉ। ସମସ୍ତେ ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ । ପ୍ରତି ପରିବାରର ଉନ୍ନତି ରେ ହିଁ ରାଜ୍ୟର ଉନ୍ନତି ବୋଲି ସେ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ “୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା । ମୁଁ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲି । ସେ ସଭାରେ ଝିଅଟିଏ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା । ଝିଅ ଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ ।

ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ । ତାଙ୍କ proposalଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।” ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଆମେ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ । ଏହି କାର୍ଯ୍ୟକ୍ରମ ମୁଁ ମାଲକାନଗିରିରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଲି। ଆଗାମୀ ସେପ୍ଟେମ୍ବର ପହିଲାରୁ ଏହା ଲାଗୁ ହେବ । ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ ବୋଲି ପ୍ରକାଶ କରି ସେ କହିଲେ ଯେ ରାଜ୍ୟର ସାଢେ ତିନି କୋଟି ଲୋକ ଉପକାର ପାଇବେ ।

ଏହି ନୂଆ ବ୍ୟବସ୍ଥାରେ ଆପଣଙ୍କୁ ହସ୍‌ପିଟାଲରେ କିଛି document ଦେବା ଦରକାର ହେବ ନାହିଁ ବୋଲି ସେ କହିଥିଲେ। କେବଳ ଏହି Smart Health Card ସାଥିରେ ନେଇ ହସପିଟାଲ ଯିବାକୁ ହେବ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବେ । ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବା ରେ ସାରା ଦେଶରେ ଓଡିଶା ପ୍ରଥମ ।ଆପଣଙ୍କ ରାଜ୍ୟ ସରକାର ପ୍ରଥମ । ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ସେ କହିଥିଲେ।

ସ୍ବାସ୍ଥ୍ୟ ସହିତ ଅର୍ଥନୀତିର ନିବିଡ ସଂପର୍କ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ବାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ସ୍ବାସ୍ଥ୍ୟ ହିଁ ସମ୍ପଦ ବୋଲି କୁହାଯାଏ । ତେଣୁ ପରିବାରରେ କେହି ଅସୁସ୍ଥ ହୋଇପଡିଲେ, ଆମର ଚିନ୍ତା ବଢିଯାଇଥାଏ । ସବଠୁ ବଡ ଚିନ୍ତା ଥାଏ ଚିକିତ୍ସା ପାଇଁ ଆବଶ୍ୟକ ଟଙ୍କା । ଏଥିପାଇଁ କିଏ ଜମି ବିକିଥାଏ, କିଏ ସୁନା ବିକିଥାଏ, କିଏ ଋଣ କରିଥାଏ। କେହି କେହି ଚିକିତ୍ସା ଖର୍ଚ୍ଚ ପାଇଁ ପିଲାମାନଙ୍କ ପାଠପଢା ମଧ୍ୟ ବନ୍ଦ କରିଦେଇଥାନ୍ତି । କେହି କେହି ମଧ୍ୟ ଧାର କରଜ କରିଥାନ୍ତି । “ ଏ ଖବର ମୁଁ ଯେତେବେଳେ ଶୁଣେ, ମୋତେ ବହୁତ ଦୁଃଖ ଲାଗେ। ଆମର ଏହି Smart Health Card ଆପଣଙ୍କର ଏ ଦୁଃଖ ଲାଘବ କରିବ। ଚିକିତ୍ସା ବୋଝ କମ୍‌ କରିବାରେ ସାହାଯ୍ୟ କରିବ । ଆପଣଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି।

ତେଣୁ ଏ ବାବଦ ଟଙ୍କାକୁ ଆପଣ ସଞ୍ଚୟ କରିପାରିବେ। ନିଜ ପିଲାଙ୍କ ପାଠପଢା ପାଇଁ, ପରିବାରର ଉନ୍ନତି ପାଇଁ ଖର୍ଚ୍ଚ କରିପାରିବେ ।” ରାଜ୍ୟର ସବୁ ସରକାରୀ ହସ୍‌ପିଟାଲ ଗୁଡିକରେ ସମସ୍ତ ସ୍ବାସ୍ଥ୍ୟ ସେବା ମାଗଣାରେ ପ୍ରଦାନ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରୁ ଆରମ୍ଭ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ସବୁ ସରକାରୀ ହସ୍‌ପିଟାଲରେ ଓଡିଶାବାସୀଙ୍କର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ଆମର ସରକାରୀ ହସ୍‌ପିଟାଲରେ ଡ଼ାଇଲିସିସ୍‌ ଠାରୁ ଆରମ୍ଭ କରି କେମୋ ଥେରାପୀ, ସିଟି ସ୍କାନ, MRI, ବିଭିନ୍ନ ପାଥୋଲୋଜୀ ଟେଷ୍ଟ ସୁବିଧା ମିଳୁଛି। ମୁଁ ବହୁତ ଖୁସି ଯେ ଆମର ଲକ୍ଷ ଲକ୍ଷ ରୋଗୀ ସରକାରୀ ହସ୍‌ପିଟାଲରେ ଏ ସୁବିଧା ନେଉଛନ୍ତି ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ଓଡ଼ିଶାରେ ସ୍ବାସ୍ଥ୍ୟ ସେବା ବିକାଶ ଉପରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ପ୍ରାକୃତିକ ବିପର୍ଯ୍ୟୟ ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ସେବା ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆମ ମୁଖ୍ୟମନ୍ତ୍ରୀ ସାରା ଦେଶରେ ଆଦର୍ଶ ହୋଇଛନ୍ତି । ଏମ୍ ପି ଶ୍ରୀ ରମେଶ ମାଝି ସ୍ଵାଗତ ଭାଷଣ ଦେଇ ଥିଲେ । କ୍ରୀଡା ମନ୍ତ୍ରୀ ଶ୍ରୀ ତୁଷାର କାନ୍ତି ବେହେରା ଧନ୍ୟବାଦ ଜଣାଇଥିଲେ । ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ରେ ମହିଳାଙ୍କ ଚିକିତ୍ସା ଖର୍ଚ୍ଚ ବୃଦ୍ଧି ପାଇଁ ପ୍ରସ୍ତାବ ଦେଇଥିବା ମମତା ପତିଆମୀ ମଧ୍ୟ ସଭାରେ ଯୋଗଦେଇ ତାଙ୍କ ମତାମତ ଦେଇ ଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ । ଏହି smart card ରେ 64kbର ଚିପ୍ସ ରହିଛି ।ଏଥିରେ ହିତାଧିକାରୀଙ୍କ ସମସ୍ତ ତଥ୍ୟ ରହିଛି । ହିତାଧିକାରୀ ଚାହିଁଲେ ମୋ ସେବା କେନ୍ଦ୍ର କୁ ଯାଇ ନୂଆ ତଥ୍ୟ ଯୋଗ କରି ପାରିବେ । ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ମନ୍ତ୍ରୀ ମଣ୍ଡଳ ର ସଭ୍ୟ ବୃନ୍ଦ ,ଏମ ପି ଏମ୍ ଏଲ୍ ଏ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version