• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ  : ୫୦ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ଆଜି – ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 21, 2021
in ଓଡ଼ିଶା, ଗଞ୍ଜାମ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ  : ୫୦ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ଆଜି – ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଅଗଷ୍ଟ ଶନିବାର ) ହିଞ୍ଜିଳି :- ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ। ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ।

କାର୍ଯ୍ୟକ୍ରମକୁ ଭର୍ଚ୍ୟୁଆଲ ମାଧ୍ୟମରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ। ତାର ସୁନ୍ଦର ଭବିଷ୍ୟତ ପାଇଁ ତା ଆଖିରେ ଥାଏ ଅନେକ ସ୍ବପ୍ନ ଓ ଏହି ସ୍ବପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ। ପିଲାଙ୍କ ସ୍ବପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବରେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ ।

ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଥିଲେ ।

୫-ଟି ଉପକ୍ରମ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସ୍କୁଲ ରୂପାନ୍ତରଣ ହେଉଛି, ଆମର ୫-ଟି କାର୍ଯ୍ୟକ୍ରମର କ୍ଲାସିକ୍‌ ଉଦାହରଣ । ୫-ଟିର ପଞ୍ଚ ଆଧାର ବିଷୟରେ ଅବତାରଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ Technology, Teamwork, time, Transparency ଓ Transformaton. ଏହା ହିଁ ରୂପାନ୍ତରଣକୁ ସମ୍ଭବ କରିପାରିଛି । Technology ଆମକୁ Smart Class Room, e-Library, Computer ଓ Modern Laboratoryର ସୁବିଧା ଦେଇଥିବା ବେଳେ, ଆମ ସମସ୍ତଙ୍କର ମିଳିତ ଉଦ୍ୟମ ହେଉଛି Teamwork. ପଞ୍ଚାୟତ ପ୍ରତିନିଧି ଠାରୁ ଆରମ୍ଭ କରି ସ୍କୁଲ ପରିଚାଳନା କମିଟି, ଶିକ୍ଷକ-ଶିକ୍ଷୟିତ୍ରୀ, ପୁରାତନ ଛାତ୍ରଛାତ୍ରୀ, ପ୍ରଶାସନ, ଅଭିଭାବକ, ସ୍ଥାନୀୟ ଜନସାଧାରଣ ସମସ୍ତେ ଏଥିପାଇଁ ମିଶି କାମ କରିଛନ୍ତି।

୫-ଟିର ତୃତୀୟ ଆଧାର ହେଉଛି Time. ଏ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟ ୧୫ ସୁଦ୍ଧା ହିଞ୍ଜିଳି-ଶେରଗଡର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ଶେଷ କରିବା ପାଇଁ ମୁଁ ପ୍ରଶାସନକୁ target ଦେଇଥିଲି । ୬ ମାସ ତଳେ କାମ ଆରମ୍ଭ ହେଲା ଏବଂ ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ଶେଷ ହେଲା । ଏହା ସମ୍ଭବ ହୋଇପାରିଲା ସମସ୍ତଙ୍କର ନିଷ୍ଠା ଓ ପ୍ରତିବଦ୍ଧତା ଯୋଗୁ । ୫-ଟିର ଆଉ ଏକ ଗୁରୁତ୍ବପୂର୍ଣ୍ଣ ଆଧାର ହେଲା Transparency ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହାକିଛି ପରିବର୍ତ୍ତନ ଆସିଛି, ଲୋକଙ୍କ ସହ ଆଲୋଚନା କରି କରାଯାଇଛି । Vision Document ଠାରୁ ଆରମ୍ଭ କରି ଖର୍ଚ୍ଚ ବିଷୟରେ ଲୋକମାନେ ସବୁ ବିଷୟରେ ଅବଗତ ଅଛନ୍ତି । ସେମାନେ ନିଜେ ମଧ୍ୟ କାମ ତଦାରଖ କରିଛନ୍ତି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି ।

ଆଉ ଗୋଟିଏ ବିଷୟ ହେଲା ପିଲାମାନଙ୍କ ପାଇଁ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ଉପଲବ୍‌ଧତା । ଏସବୁ କିଛି ଆଣିପାରିଛି ରୂପାନ୍ତର ଏବଂ ଯାହା କି ସମସ୍ତେ ଦେଖି ପାରୁଛନ୍ତି ଓ ଅନୁଭବ ମଧ୍ୟ କରିପାରୁଛନ୍ତି । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବରେ ଏକ ବଡ ପ୍ରେରଣା । ଏହା ସାରା ରାଜ୍ୟରେ ମଧ୍ୟ ସମ୍ଭବ। ଗଞ୍ଜାମରେ ଏହାର ସଫଳତା ହେଉଛି ଗୋଷ୍ଠୀର ଅଂଶଗ୍ରହଣ । ଆପଣ ଗଞ୍ଜାମରେ ଯଦି କିଛି କାମ ପାଇଁ ଏକ ଲକ୍ଷ ଟଙ୍କା ଦେବେ, ତେବେ ସେମାନେ ଆପଣଙ୍କ ଦୁଇ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ସେହିପରି ୫ ଲକ୍ଷ ଦେଲେ, ୮ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ଗଞ୍ଜାମର ଏହି ଗୋଷ୍ଠୀ ଚେତନା ହିଁ ଗଞ୍ଜାମର ସବୁଠାରୁ ବଡ ଶକ୍ତି ଓ ସଫଳତା। ସାରା ରାଜ୍ୟରେ ପିଲାମାନଙ୍କ ସୁନ୍ଦର ଭବିଷ୍ୟତ ପାଇଁ ମିଳିମିଶି କାମ କଲେ ତାହା ହିଁ ଆଣିବ ଓଡିଶାର ପ୍ରକୃତ ରୂପାନ୍ତର।

ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ କୋଡ଼ିଏ ଜଣ ବିଧାୟକ ଓ ମନ୍ତ୍ରୀ ଭାଗ ନେଇଥିଲେ ।ସେମାନେ ସ୍କୁଲ ରୂପାନ୍ତରୀକରଣ କାମର ଉଚ୍ଚ ପ୍ରଶଂସା କରିଥିଲେ ।
5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ କାର୍ଯ୍ୟ କ୍ରମ ସଚାଳନା କରିଥିଲେ ।
ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ପଦାଧିକାରୀ ଓ ବିଭିନ୍ନ ଜିଲ୍ଲାର ଜିଲ୍ଲା ପାଳ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version