• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ଲଢେଇରେ ସାମିଲ ହେବାକୁ ବିଜେଡିର ଆହ୍ୱାନ

Proprietor Abhimanyu Maharana by Proprietor Abhimanyu Maharana
August 26, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ଲଢେଇରେ ସାମିଲ ହେବାକୁ ବିଜେଡିର ଆହ୍ୱାନ
Share on FacebookShare on TwitterWhatsapp

1. ଜାତିଭିତ୍ତିକ ଜନଗଣନା ଓ ୫୦% ସଂରକ୍ଷଣ ସୀମା ଉଠାଇବା ଦାବି ଜୋରଦାର
2. ନବୀନଙ୍କୁ ଅନୁସରଣ କରୁଛନ୍ତି ବିଭିନ୍ନ ରାଜ୍ୟର ନେତା ଓ ରାଜନୈତିକ ଦଳ
3. ଓଡିଶାରେ ଏହି ଲଢେଇରେ ସାମିଲ ପାଇଁ ବିଜେପି ନେତାଙ୍କୁ ଆହ୍ୱାନ
4. ଦାବି ହାସଲ ପର୍ଯ୍ୟନ୍ତ ଲଢେଇ ଜାରି ରଖିବାକୁ ବିଜେଡିର ଘୋଷଣା

ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡିଶା ସରକାର ପଛୁଆବର୍ଗଙ୍କୁ ସାମାଜିକ ନ୍ୟାୟ ପ୍ରଦାନ ପାଇଁ ବଦ୍ଧ ପରିକର । ହେଲେ ସଂଘୀୟ ଢାଞ୍ଚା ଓ ଆଇନଗତ କଟକଣା ଏଥିରେ ବାଧା ହୋଇଥିବା କହିଛନ୍ତି ବିଜେଡିର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଡକ୍ଟର ଅରୁଣ ସାହୁ । ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସ୍ୱାଇଁ ଓ ଡକ୍ଟର ସାହୁ କହିଛନ୍ତି ଯେ ପଛୁଆବର୍ଗଙ୍କ ପାଇଁ ଯୋଜନା ପ୍ରସ୍ତୁତ ପୂର୍ବରୁ ସେମାନଙ୍କ ସଂଖ୍ୟା ଜାଣିବା ନିହାତି ଆବଶ୍ୟକ । ଏଥିପାଇଁ କେନ୍ଦ୍ର ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସରକାର ଜାତିଭିତିକ ଜନଗଣନା ଦାବି ଉଠାଇଥିଲେ । ଏହାଦ୍ୱାରା କେବଳ ରାଜ୍ୟ ନୁହେଁ, ସାରା ଦେଶର ପଛୁଆବର୍ଗଙ୍କ ପ୍ରକୃତ ସଂଖ୍ୟା ଜାଣିବାକୁ ମିଳିପାରିବ ।

କେନ୍ଦ୍ର ମନା କରିବା ପରେ ରାଜ୍ୟ ସରକାର ୨୦୨୦ ମସିହା ଜାନୁଆରୀ ୧୧ ତାରିଖରେ କ୍ୟାବିନେଟ ବୈଠକ ଡକାଇଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଜାତି ଭିତ୍ତିକ ଜନଗଣନା ପାଇଁ ପ୍ରସ୍ତାବ ଗୃହିତ ହୋଇଥିଲା । ଏହାର କିଛି ଦିନ ପରେ ରାଜ୍ୟ ସରକାର ୨୦୨୦ ମସିହା ଫେବୃୟାରୀ ୧୨ ତାରିଖରେ ଓବିସି କମିଶନ ଗଠନ କରିଥିଲେ । ଏହାର ୫ ଦିନ ପରେ ଫେବୃୟାରୀ ୧୭ ତାରିଖରେ କ୍ୟାବିନେଟ୍ ବୈଠକରେ ପଛୁଆବର୍ଗ କମିସନ (ସଂଶୋଧନ) ବିଧେୟକ ଗୃହିତ କରାଯାଇଥିଲା । ସେହିଦିନ ହିଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଧାନସଭାରେ ନିଜେ ପ୍ରସ୍ତାବ ଆଗତ କରିଥିଲେ । ଇତି ମଧ୍ୟରେ କମିଶନ କାର୍ଯ୍ୟକ୍ଷମ ହୋଇସାରିଛି । ଓଡିଶାରେ ଅନ୍ୟ ପଛୁଆ ବର୍ଗ (ଓବିସି) ସାମାଜିକ ଆର୍ଥିକ ପଛୁଆବର୍ଗ (ଏସ୍‍ଇବିସି) ସଂଖ୍ୟା ରାଜ୍ୟରେ ମୋଟ ଜନସଂଖ୍ୟା ଅଧାରୁ ଅଧିକ । ସେମାନଙ୍କ ସଂଖ୍ୟାର ଅଧା ସଂରକ୍ଷଣ ବି ସେମାନଙ୍କୁ ଦିଆଯାଇପାରି ନାହିଁ ।

ଏହାର କାରଣ ହେଉଛି- ସଂରକ୍ଷଣ ନେଇ ନ୍ୟାୟାଳୟ ଦ୍ୱାରା ରଖାଯାଇଥିବା ୫୦% ସୀମା । ଓଡିଶାକୁ ଅନ୍ୟ କୌଣସି ରାଜ୍ୟ ସହିତ ତୁଳନା କରାଯାଇପାରିବ ନାହିଁ । ତେଣୁ ଭାରତବର୍ଷରେ ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ ପଛୁଆବର୍ଗ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗ ସେତେବେଳେ ସାଧିତ ହୋଇପାରିବ ଯେତେବେଳେ ୫୦% ଆଇନଗତ ସଂରକ୍ଷଣ କଟକଣା ଉଠିଯିବ । ତେଣୁ ଜାତିଭିତିକ ଜନଗଣନା ଓ ୫୦% ସଂରକ୍ଷଣ ସୀମା ଉଠାଯିବା ସମୟର ଏକ ଆହ୍ୱାନ ହୋଇଛି । ନିକଟରେ ଏହି ଦାବି ନେଇ ବିଜେଡି ସଂସଦୀୟ ପ୍ରତିନିଧି ଦଳ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‍ ଶାହାଙ୍କୁ ଭେଟିସାରିଛନ୍ତି । ଦେଢ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ନବୀନ ପଟ୍ଟନାୟକ ଏହି ଦାବି ଉଠାଇ ଆସୁଛନ୍ତି । ନବୀନ ପଟ୍ଟନାୟକଙ୍କ ଏହି ଦାବିକୁ ଭାରତବର୍ଷର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜନୈତିକ ଦଳ ବି ସମର୍ଥନ ଜଣାଇ ଆସୁଛନ୍ତି ।

ଇତିମଧ୍ୟରେ ନବୀନ ପଟ୍ଟନାୟକଙ୍କୁ ଅନୁସରଣ କରି ଜାତିଭିତିକ ଜନଗଣନା ଏବଂ ୫୦% ସଂରକ୍ଷଣ କଟକଣା ଉଠାଇବା ସପକ୍ଷରେ ବିଜେପିର ସହଯୋଗୀ ଦଳମାନେ ମଧ୍ୟ ମତ ପ୍ରକାଶ କଲେଣି । ଏମାନଙ୍କ ମଧ୍ୟରେ ଜେଡି(ୟୁ)ର ନୀତିଶ କୁମାରଙ୍କ ନେତୃତ୍ୱରେ ଅପ୍‌ନା ଦଳର ଅନୁପ୍ରିୟା ପଟେଲ, ହାମ୍‌ର ଜୀତନରାମ ମାଝି, ଭିଆଇପି ଦଳର ମୁକେଶ ଶୈନୀ, ନିଷାଦ ପାଟିର ସଞ୍ଜୟ ନିଷାଦ, ସୁହେଲଦେବ ଭାରତୀୟ ସମାଜ ପାର୍ଟିର ଓମ୍ ପ୍ରକାଶ ରାଜଭର, ଆରପିଆଇ(ଏ)ର ରାମଦାସ ଅଠାୱାଲେ, ଏଲ୍‍ଜେପିର ପଶୁପତି ପାରସ ଆଦି ରହିଛନ୍ତି । ବିହାରର ବିଭିନ୍ନ ରାଜନୈତିକ ଦଳର ୧୦ ଜଣିଆ ପ୍ରତିନିଧି ଦଳ ନିତିଶ କୁମାରଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏହି ଦାବି ରଖି ସାରିଛନ୍ତି । ଏହି ପ୍ରତିନିଧି ଦଳରେ ବିହାର ବିଜେପି ନେତା ମଧ୍ୟ ସାମିଲ ଅଛନ୍ତି ।

ଜନଗଣନା ସମ୍ପୂର୍ଣ୍ଣ କେନ୍ଦ୍ର ସରକାରଙ୍କ ବ୍ୟାପାର ଏବଂ ୫୦% ସରଂକ୍ଷଣ ସୀମା କଟକଣା ଉଠାଇବା ମଧ୍ୟ କେନ୍ଦ୍ରୀୟ କ୍ଷମତା ପରିସର ଭୁକ୍ତ । ପଛୁଆବର୍ଗର ସାମାଜିକ, ଆର୍ଥିକ ବିକାଶ ଓ ସେମାନଙ୍କୁ ଦୀର୍ଘମିଆଦୀ ସୁବିଧା ଦେବା ପାଇଁ ରାଜ୍ୟ ସରକାର ତତ୍ପର । ଓଡିଶାକୁ ଦେଖି ଅନ୍ୟ ରାଜ୍ୟମାନେ ଏହି ଦାବି ଉଠାଇ ସାରିଛନ୍ତି । ହେଲେ ଓଡିଶା ବିଜେପି ନେତୃତ୍ୱ ଓ ଜନପ୍ରତିନିଧିମାନେ ଭୟଙ୍କର ନୀରବତା ଅବଲମ୍ବନ କରୁଛନ୍ତି । ଏହି ନିରବତା ସେମାନଙ୍କୁ ଓବିସି/ଏସ୍‍ଇବିସି ବର୍ଗ ବିରୋଧି ବୋଲି ଦର୍ଶାଉଛି । ଆହ୍ୱାନ ରଖୁଛୁ ଓଡିଶା ରାଜ୍ୟର ବିଜେପି ନେତାମାନେ ଏହି ଦାବି ଉଠାନ୍ତୁ । ଏହି ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ବିଜୁ ଜନତା ଦଳ ପଲ୍ଲୀ ଠାରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଲଢେଇ ଜାରି ରଖିବ ବୋଲି ଶ୍ରୀ ସ୍ୱାଇଁ ଓ ଡକ୍ଟର ସାହୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version