• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

SCBରେ ୯ଟି ଏକ୍‌ମୋ ମେସିନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 27, 2021
in ଓଡ଼ିଶା, କଟକ, ମହାନଗର, ହୋମ୍
0
SCBରେ ୯ଟି ଏକ୍‌ମୋ ମେସିନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ପୂର୍ବ ଭାରତର ସବୁଠାରୁ ବଡ ଏକ୍‌ମୋ ୟୁନିଟ୍‌ ଏହି ବ୍ୟୟବହୁଳ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ – ମୁଖ୍ୟମନ୍ତ୍ରୀ

ସଂପୂର୍ଣ୍ଣ ମାଗଣା ଏକ୍‌ମୋ ଚିକିତ୍ସା ଦେବାରେ ସରକାରୀ ଭାବରେ ଏହା ଦେଶରେ ପ୍ରଥମ ଓ ସର୍ବବୃହତ ।

ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି କୋଭିଡ ନିୟମ ପାଳନ କରିବାକୁ ଅନୁରୋଧ

ଓଡ଼ିଶା ତାଜା ନ୍ୟୁଜ (୨୭ ଅଗଷ୍ଟ ଶୁକ୍ରବାର ) କଟକ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକର ଶ୍ରୀରାମଚନ୍ଦ୍ର ଭଂଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସ୍ଥାପିତ ହୋଇଥିବା ୯ଟି ଏକ୍‌ମୋ ମେସିନକୁ ଜନସାଧାରଣଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଡାକ୍ତରଖାନାରେ ସ୍ଥାପିତ ହୋଇଥିବା ଏକ୍‌ମୋ ମେସିନ ଗୁଡିକୁ ବୁଲି ଦେଖିଥିଲେ । ସୂଚନାଯୋଗ୍ୟ ଯେ ଏହା ସମଗ୍ର ପୂର୍ବ ଭାରତରେ ସବୁଠାରୁ ବଡ ଏକ୍‌ମୋ ୟୁନିଟ୍ ଏବଂ ଏକ୍‌ମୋ ଭଳି ବ୍ୟୟ ବହୁଳ ଚିକିତ୍ସା ବିନା ଖର୍ଚ୍ଚରେ ଯୋଗାଇବାରେ ସମଗ୍ର ଦେଶରେ ସରକାର ସ୍ତରରେ ପ୍ରଥମ ଓ ସର୍ବବୃହତ । ଏଥିପାଇଁ ଅଭିଞ ବିଶେଷଜ୍ଞ ମାନଙ୍କୁ ନିୟୋଜିତ କରାଯାଇଛି ।

କଟକରେ ଏହି ସୁବିଧା ପାଇଁ ରୋଗୀମାନଙ୍କୁ ଟଙ୍କାଟିଏ ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହାଦ୍ବାରା ରୋଗୀ ଓ ସେମାନଙ୍କ ପରିବାର ଉନ୍ନତ ଚିକିତ୍ସା ଓ ଆର୍ଥିକ ଦୃଷ୍ଟିକୋଣରୁ ଆଶ୍ବସ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଜୀବନ ରକ୍ଷାରେ ଏହି ସେବା ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କରୋନାର ଦ୍ବିତୀୟ ଲହରୀରେ ଫୁସଫୁସ ରୋଗରେ ଗୁରୁତର ଆକ୍ରାନ୍ତ ହୋଇଥିବା ରୋଗୀ ମାନଙ୍କ ପାଇଁ ଏକ୍‌ମୋ ମେସିନ୍‌ ଏକ ଜୀବନ ରକ୍ଷାକାରୀ ବ୍ୟବସ୍ଥା। ଓଡିଶାରେ ଏହି ସୁବିଧା ବିଶେଷ ନ ଥିବାରୁ, ଗୁରୁତର ରୋଗୀମାନଙ୍କୁ ଅନ୍ୟ ରାଜ୍ୟକୁ ଯିବାକୁ ପଡୁଥିଲା । ବର୍ତ୍ତମାନ ଏହି ସୁବିଧା କଟକରେ ସରକାରୀ ଭାବରେ ଉପଲବ୍‌ଧ ହେବାରୁ ଅନେକ ରୋଗୀ ଉପକୃତ ହୋଇପାରିବେ ।

ଦ୍ବିତୀୟ ଲହରର ସ୍ମୃତିକୁ କଷ୍ଟଦାୟକ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନାର ଦ୍ବିତୀୟ ଲହର ସାରା ଦେଶରେ ସାଂଘାତିକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଆଗୁଆ ଯୋଜନା ଓ ଉପଯୁକ୍ତ ପରିଚାଳନା ଯୋଗୁ ଓଡିଶାରେ ଆମେ ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିପାରିଛୁ । ବିଶେଷଜ୍ଞମାନେ ତୃତୀୟ ଲହରୀର ସମ୍ଭାବନା ଏବଂ ଏଥିରେ ପିଲାମାନେ ଅଧିକ ସଂକ୍ରମିତ ହେବାର ଆଶଙ୍କା ପ୍ରକାଶ କରୁଥିବାରୁ, ରାଜ୍ୟ ସରକାର ଜିଲ୍ଲାସ୍ତରରେ କୋଭିଡ ହସ୍‌ପିଟାଲ ଗୁଡିକରେ ଶିଶୁ ଚିକିତ୍ସା ଉପରେ ଗୁରୁତ୍ବ ଦେଇ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରୁଛନ୍ତି।

ଆମ ପିଲାମାନେ ଯେପରି କରୋନା ସଂକ୍ରମଣରୁ ସୁରକ୍ଷିତ ରହିବେ, ସେଥିପାଇଁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନର ନିୟମଗୁଡିକୁ କୋହଳ କରାଯାଇଥିଲେ ମଧ୍ୟ ସଂକ୍ରମଣର ଆଶଙ୍କା ରହିଛି । ତେଣୁ ଜନସାଧାରଣ ମାସ୍କ ପିନ୍ଧିବା ସହିତ, ହାତ ଧୋଇବା, ଭିଡରୁ ଦୂରରେ ରହିବା ଆଦି ସମସ୍ତ କୋଭିଡ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ ଘରୋଇ ଡାକ୍ତରଖାନାରେ ଏକ୍ ମୋ ଚିକିତ୍ସା ପାଇଁ ସର୍ବନିମ୍ନ ଦଶ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ଥାଏ ।ସ୍ଥଳ ବିଶେଷ ରେ ଏହା ଆହୁରି ବୃଦ୍ଧି ପାଇଥାଏ ।ତେଣୁ ସରକାରୀ ସ୍ତରରେ ଏହି ଉନ୍ନତ ଚିକିତ୍ସା ସୁବିଧା ଗରିବ ତଥା ମଧ୍ୟ ବିତ୍ତ ଲୋକଙ୍କ ପାଇଁ ବିଶେଷ ଉପଯୋଗୀ ସାବ୍ୟସ୍ତ ହେବ ଵୋଲି ଆଶା କରାଯାଏ ।

କଟକୁ ଫେରିବା ବାଟରେ ମୁଖ୍ୟମନ୍ତ୍ରୀ ତାଳଦଣ୍ଡା କେନାଲ ଓ ଏହାର ଦୁଇପାର୍ଶ୍ବର ସୌନ୍ଦର୍ଯ୍ୟକରଣ ବ୍ୟବସ୍ଥା ବୁଲି ଦେଖି ସନ୍ତୋଷ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ତାଳଦଣ୍ଡା କେନାଲର ସୌନ୍ଦର୍ଯ୍ୟକରଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟଯୋଗାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବିଧାୟକଗଣ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version