• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଚାକିରୀରେ ଠିକା ନିଯୁକ୍ତ ଦେଇ ବାର୍ଷିକ ଦୁଇ ହଜାର କୋଟି ଟଙ୍କା ଚଳୁ : କଂଗ୍ରେସ ଚୁକ୍ତିଭିତିକ ନିଯୁକ୍ତିକୁ ତୁରନ୍ତ ବାତିଲ କରି ନିୟମିତ ନିଯୁକ୍ତି ଲାଗୁ କରନ୍ତୁ ସରକାର

Proprietor Abhimanyu Maharana by Proprietor Abhimanyu Maharana
August 28, 2021
in ଓଡ଼ିଶା, ମହାନଗର, ହୋମ୍
0
ସରକାରୀ ଚାକିରୀରେ ଠିକା ନିଯୁକ୍ତ ଦେଇ ବାର୍ଷିକ ଦୁଇ ହଜାର କୋଟି ଟଙ୍କା ଚଳୁ : କଂଗ୍ରେସ ଚୁକ୍ତିଭିତିକ ନିଯୁକ୍ତିକୁ ତୁରନ୍ତ ବାତିଲ କରି ନିୟମିତ ନିଯୁକ୍ତି ଲାଗୁ କରନ୍ତୁ ସରକାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନିୟୁଜ୍ (୨୮ ଅଗଷ୍ଟ ଶନିବାର ) ଭୁବନେଶ୍ୱର :- ଦୀର୍ଘବର୍ଷ ଧରି ଓଡ଼ିଶାରେ ଏକ ସ୍ଥିର ସରକାର ରହିବା ପରେ ବି ରାଜ୍ୟର ଆର୍ଥିକ ଅବସ୍ଥାରେ କ’ଣ ଅବନତି ହେଲାଯେ ସରକାର ଅସାମ୍ବିଧାନିକ କ୍ରଂଟାକ୍‌ଚୁଆଲ ଆପଏଂଟମେଂଟ ରୁଲ ଆଣି ୨୦୧୩ ପରବର୍ତୀ ସମସ୍ତ ଗ୍ରୁପ-ବି, ସି ଓ ଡି ନିଯୁକ୍ତିକୁ ଠିକା କରିଦେଇଛନ୍ତି । ଏହା କ’ଣ ଏକ ଆଦର୍ଶ ସରକାରର ମାନସିକତା..? ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ଗଣମାଧ୍ୟମ ବିଭାଗ ଆବାହକ ଶ୍ରୀ ସତ୍ୟ ପ୍ରକାଶ ନାୟକ ସରକାରଙ୍କୁ ଏ ପ୍ରଶ୍ନ ପଚାରିବା ସହିତ ସରକାରଙ୍କ ଦ୍ୱାରା ପ୍ରଣୀତ ଠିକା ନିଯୁକ୍ତି ବ୍ୟବସ୍ଥାକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ଦାବି ରଖିଛନ୍ତି । ସେ କହିଥିଲେ ଯେ ମାନ୍ୟବର ସୁପ୍ରିମକୋର୍ଟଙ୍କ ୨୦୧୬ ମସିହାର ଗୁରୁତ୍ୱପୂର୍ଣ୍ଣ ରାୟ ଓ ନିର୍ଦ୍ଦେଶ ଅନୁସାରେ ସମାନ କାମକୁ ସମାନ ଦରମା ଦେବାର ନିୟମକୁ ଓଡ଼ିଶାରେ ତୁରନ୍ତ ଲାଗୁ କରାଯାଉ ।

ସାଧାରଣ ନିଯୁକ୍ତି ପ୍ରକ୍ରିୟାରେ ଓପିଏସ୍‌ସି, ଓଡ଼ିଶା ଷ୍ଟାଫ ସିଲେକସନ କମିଶନ ଓ ଅନ୍ୟାନ୍ୟ ସରକାରୀ ନିଯୁକ୍ତି ବୋର୍ଡ ଦ୍ୱାରା ସିଧାସଳଖ ଭାବେ ଦୁଇ କିମ୍ବା ତିନି ପର୍ଯ୍ୟାୟରେ ଉତୀର୍ଣ୍ଣ ହେଲାପରେ ଯୋଗ୍ୟ ବିବେଚିତ ହୋଇ ମୁତୟନ ହୋଇଥିବା ସମସ୍ତ ବିଭାଗର ଯୁବକର୍ମଚାରୀ ମାନଙ୍କୁ ୬ ବର୍ଷ ଯାଏଁ ଦିନ ମଜୁରୀ ଠାରୁ କମ ପାରିଶ୍ରମିକରେ ସରକାର କାମରେ ଖଟାଉଥିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ । ଅନ୍ୟ ପ୍ରଶାସନିକ ସେବା ଅଧିକାରୀଙ୍କ ଭଳି ସମାନ ପଦ୍ଧତିରେ ଯେଉଁ ବର୍ଗ ବିଶେଷ ନିଯୁକ୍ତି ପାଉଛନ୍ତି ସେମାନଙ୍କୁ ମାସକୁ ଠିକାରେ ମାତ୍ର ୮ ହଜାର ଟଙ୍କା ଦରମା ଦେବା ନବୀନ ବାବୁଙ୍କ ମୋ ପରିବାରର ସଦସ୍ୟ ମାନଙ୍କ ପ୍ରତି ଅପମାନ ନୁହେଁକି? କ୍ରଂଟାକ୍‌ଚୁଆଲ ଆପଏଂଟମେଂଟ ରୁଲ ୨୦୧୩ ଅନୁସାରେ ସେମାନଙ୍କୁ କେବଳ ସେହି ପଦବୀର ମୂଳ ଦରମା ଦେବାର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ୭ମ ବେତନ କମିଶନଙ୍କ ସୁପାରିଶ ପରେ ଯେତେବେଳେ ସବୁ ପଦବୀର ମୂଳ ଦରମା ବଡ଼ିଲା ସେତେବେଳେ ୨୦୧୭ ମସିହାରେ ସରକାର ଅନ୍ୟାୟ ଭାବେ ଏକ ସଂଶୋଧନ ପ୍ରସ୍ତାବ ଆଣି ସେମାନଙ୍କୁ ମୂଳ ଦରମାରୁ ବଂଚିତ କଲେ ।

ଏହି ହିସାବରେ ଗୋଟିଏ ଗ୍ରୁପ-ବି (୪,୨୦୦ ଗ୍ରେଡ଼ ପେ) କର୍ମଚାରୀଙ୍କୁ ମାସିକ ୧୭% ଡିଏ ଅନୁସାରେ ୪୨୦୯୩ ଟଙ୍କା ପରିବର୍ତେ ମାତ୍ର ୧୬୮୮୦ ଦେଇ ହଜାର ହଜାର କର୍ମଚାରୀଙ୍କ ଠାରୁ ସରକାର ଯେଉଁ ଟଙ୍କା ଠକି ନେଉଛନ୍ତି ତାକୁ କେଉଁ ବାବଦରେ ଖର୍ଚ୍ଚ କରୁଛନ୍ତି ତାର ହିସାବ ଓଡ଼ିଶା ବାସୀଙ୍କୁ ଦେବା ଦରକାର । ଠିକ୍ ସେହିପରି ଜଣେ ଗ୍ରୁପ-ସି କର୍ମଚାରୀଙ୍କୁ (୧୮୦୦-୨୮୦୦ ଗ୍ରେଡ଼ ପେ) ମାସିକ ୨୧୪୧୦-୩୪୫୬୪ ଟଙ୍କା ପରିବର୍ତେ ମାତ୍ର ୮୭୫୦-୧୦୦୦୦ ଟଙ୍କା ଦେଇ କୋଟି କୋଟି ଟଙ୍କା ଠକେଇ ଚାଲିଛି । ଆଜିର ଦିନରେ ଓଡ଼ିଶାରେ ଉଚ୍ଚକୁଶଳୀ ଶ୍ରମିକଙ୍କ ଦିନକୁ ମଜୁରୀ ୪୬୧ ଟଙ୍କା ଓ ମାସକୁ ୧୩୮୩୦ ଟଙ୍କା ହୋଇଥିବା ବେଳେ ସରକାରୀ ନିଯୁକ୍ତିରେ ଠିକାରେ କାର୍ଯ୍ୟକରୁଥିବା କର୍ମଚାରୀଙ୍କ ଦରମା ମାତ୍ର ୮୭୫୦ ଟଙ୍କା ସରକାରଙ୍କ ସମ୍ବେଦନହୀନତାକୁ ସୂଚେଇ ଦେଉଛି ।

ରାଜ୍ୟ ସରକାର ଅବସର ଗ୍ରହଣ କରୁଥିବା କର୍ମଚାରୀ ମାନଙ୍କୁ ପୁର୍ନବାର ନିଯୁକ୍ତି ଦେଉଥିବା ବେଳେ ନୂତନ ନିଯୁକ୍ତି ଉପରେ ଅଂକୁଶ ଲଗାଇ ରାଜ୍ୟର ଲକ୍ଷ ଲକ୍ଷ ଶୀକ୍ଷିତ ବେକାର ଯୁବକଯୁବତୀ ମାନଙ୍କ ଭବିଷ୍ୟତ ସହିତ ଖେଳୁଥିବା ଅଭିଯୋଗ କରିଛି କଂଗ୍ରେସ । ସରକାରୀ ଚାକିରୀରେ ଠିକା କର୍ମଚାରୀ ଏବଂ ବିଭିନ୍ନ ଆଉଟସୋରର୍ସିଂ ସଂସ୍ଥା ଜରିଆରେ ଯେଉଁ ଠିକା କର୍ମଚାରୀଙ୍କୁ କମ ଦରମାରେ ନିଯୁକ୍ତି ଦିଆଯାଉଛି ଏ ବାବଦରେ ସରକାର ଅତିକମ୍‌ରେ ମାସକୁ ୧୬୬ କୋଟି ଏବଂ ବର୍ଷକୁ ୨୦୦୦ କୋଟି ଟଙ୍କା ହଡ଼ପ କରୁଛନ୍ତି । ବର୍ଷ ବର୍ଷ ଧରି ଏଭଳି ଶହ ଶହ କୋଟି ଟଙ୍କା ଯାହାକି ସରକାରୀ ଦପ୍ତରରେ ଠିକାରେ କାର୍ଯ୍ୟକରୁଥିବା କର୍ମଚାରୀ ମାନଙ୍କ ପେଟରୁ କାଟି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କାର୍ଯ୍ୟକ୍ରମର ସରକାରୀ ବିଜ୍ଞାପନ ବାବଦରେ ଖର୍ଚ୍ଚ କରୁଥିବା ଅଭିଯୋଗ କରିଛି କଂଗ୍ରେସ ।  ଏହା ସହିତ ପ୍ରଦେଶ କଂଗ୍ରେସ ରାଜ୍ୟ ସରକାରଙ୍କ ପାଖରେ

ତିନୋଟି ଦାବି ଉପସ୍ଥାପନ କରିଛି ଯଥା :-

୧. ଆଉଟସୋରର୍ସିଂ ସଂସ୍ଥା ଜରିଆରେ ନିଯୁକ୍ତିକୁ ସଂପୂର୍ଣ୍ଣ ଭାବରେ ବନ୍ଦ କରାଯାଉ ।

୨. ସରକାରୀ ଚାକିରୀରେ ସମସ୍ତ ପ୍ରକାର ଠିକା ନିଯୁକ୍ତିକୁ ବନ୍ଦ କରି ନିୟମିତ ନିଯୁକ୍ତି ପ୍ରଦାନ କରାଯାଉ ।

୩. ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରି ସମାନ କାମକୁ ସମାନ ଦରମା ନୀତି ଆପଣାଯାଉ ଏବଂ ଯେଉଁ ପର୍ଯ୍ୟନ୍ତ ସମାନ କାମକୁ ସମାନ ଦରମା ନ ଦେଇଛନ୍ତି ୭ମ ବେତନ କମିଶନଙ୍କ ସୁପାରିଶ ଆଧାରରେ ଗ୍ରେଡପେ ଦିଆଯାଉ ।

ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ମୁଖପାତ୍ର ମନୋରଞ୍ଜନ ଦାଶ ଓ ପ୍ରଶାନ୍ତ ଶତପଥି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version