• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

5T ସ୍କୁଲ ରୂପାନ୍ତରଣ ଚତୁର୍ଥ ପର୍ଯ୍ୟାୟରେ ଆଜି ହିଞ୍ଜିଳିର ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 28, 2021
in ଓଡ଼ିଶା, ଗଜପତି, ଗଞ୍ଜାମ, ମହାନଗର, ହୋମ୍
0
5T ସ୍କୁଲ ରୂପାନ୍ତରଣ ଚତୁର୍ଥ ପର୍ଯ୍ୟାୟରେ ଆଜି ହିଞ୍ଜିଳିର ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ପିଲାଙ୍କ ସଫଳତା ହେବ ଆମ ଉଦ୍ୟମ ର ସବୁଠାରୁ ବଡ ପୁରସ୍କାର ମୁଖ୍ୟମନ୍ତ୍ରୀ ନଭେମ୍ବର 14 ରେ ଲୋକାର୍ପିତ ହେବ 5T କାର୍ଯ୍ୟ କ୍ରମରେ ରୂପାନ୍ତରିତ 1070 ସ୍କୁଲ ।. ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରତିଶ୍ରୁତି ଦେଲେ ଛାତ୍ରଛାତ୍ରୀ । ଆମେ ଆଗକୁ ବଢିବୁ ,ମୁଖ୍ୟମନ୍ତ୍ରୀ ଙ୍କ ସ୍ବପ୍ନ ସାକାର କରିବୁ ।

ଓଡ଼ିଶା ତାଜା ନ୍ୟୁଜ୍ (୨୮ ଅଗଷ୍ଟ ଶନିବାର ) ହିଞ୍ଜିଳି /ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ଯ୍ୟାୟରେ 5T କାର୍ଯ୍ୟକ୍ରମ ରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଲା :–

(୧) ପଞ୍ଚାୟତ ହାଇସ୍କୁଲ, ଦୁରବନ୍ଧ ପଞ୍ଚାୟତ
(୨) ସରକାରୀ ହାଇସ୍କୁଲ, ସେରଗଡ ପଞ୍ଚାୟତ
(୩) ବୃନ୍ଦାବନ ସରକାରୀ ହାଇସ୍କୁଲ, ହିଞ୍ଜିଳିକାଟୁ ମ୍ୟୁନିସ୍‌ପାଲଟି
(୪) ରାମଚନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଞ୍ଚାୟତ
(୫) ୟୁ.ଏନ୍‌. ହାଇସ୍କୁଲ, ସିକ୍ରୀ ପଞ୍ଚାୟତ
(୬) ବି. ବ୍ରହ୍ମପୁର ହାଇସ୍କୁଲ, କୃଷ୍ଣଛାଇ ପଞ୍ଚାୟତ
(୭) ସରକାରୀ ୟୁ.ଜି. ହାଇସ୍କୁଲ, ବିକେପୁର, ପୁଟିଆପଦର ପଞ୍ଚାୟତ
(୮) ନରେନ୍ଦ୍ରପୁର ହାଇସ୍କୁଲ, ନରେନ୍ଦ୍ରପୁର ପଞ୍ଚାୟତ
(୯) ସରକାରୀ ୟୁ.ଜି. ହାଇସ୍କୁଲ, ନନ୍ଦିକା ପଞ୍ଚାୟତ
(୧୦) ପିତ୍ତଳ ବାଳକ ହାଇସ୍କୁଲ, ପିତ୍ତଳ ପଞ୍ଚାୟତ

ପିତ୍ତଳ ପଞ୍ଚାୟତ ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ। ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ଯୁଗ ପ୍ରତିଯୋଗିତାର ଯୁଗ ।ଞାନର ଯୁଗ ।ବର୍ତ୍ତମାନ ଯୁଗର ଆବଶ୍ୟକତା କୁ ଆଖି ଆଗରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁ । ହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତ୍ତନ, ଏ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଓ ଓଡିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢିତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶା ବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢିବାର ସମୟ। ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ ।

ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ସେ କହିଥିଲେ । ପିଲା ମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର । ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ।

ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀଶ୍ରୀ ଜଗନ୍ନାଥ ସାରକା ,ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିବା ମନ୍ତ୍ରୀଶ୍ରୀ ପ୍ରେମାନନ୍ଦ ନାୟକ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ବିଧାୟକଗଣ, ସେମାନଙ୍କ ଭାଷଣରେ କେଵଳ ହିଞ୍ଜିଳିର ସ୍କୁଲ ନୁହେଁ ସମଗ୍ର ନିର୍ବାଚନ ମଣ୍ଡଳୀ ବିକାଶ ର ଅନନ୍ୟ ମଡେଲ ବୋଲି ମତ ଦେଇଥିଲେ । ଆଗାମୀ ନଭେମ୍ବର 14 ଶିଶୁ ଦିବସରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର 5T transfomation ରେ ରୂପାନ୍ତରିତ ହୋଇ ଥିବା 1070 ଲୋକାର୍ପିତ ହେବ ବୋଲି କାର୍ଯ୍ୟକ୍ରମ ପରିଚାଳନା କରି 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ଙ୍କ ସହିତ interaction ସମୟରେ ସ୍ମୃତି ,ଅଙ୍କିତା , ପୂଜା ରାଣୀ ,ପ୍ରଞାଶ୍ରୀ ଅମ୍ବିକା ଆଶା ,ଦୁର୍ଗା ମାଧବ ଆଦି ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ସେମାନେ ଆଗକୁ ବଢି ମୁଖ୍ୟମନ୍ତ୍ରୀ ଙ୍କ ସ୍ବପ୍ନ ସାକାର କରିବେ ଵୋଲି ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version