ମହିପୁର ପଞ୍ଚାୟତ ର ଉନ୍ନୟନ ମୂଳକ କାର୍ଯ୍ୟ ର ଉଦ୍ଘାଟନ କଲେ ଦଶପଲ୍ଲା ବିଧାୟକ

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଅଗଷ୍ଟ ରବିବାର )ନୂଆଗାଁ :-ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମହିପୁର ପଞ୍ଚାୟତ ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପାଟୁଳି ସାହି ବିଦ୍ୟାଳୟ ଗୃହ , ମହିପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଙ୍କ ବାସଗୃହ, ପାଟୁଳି ସାହି ଭୂଇଁ ମୁଣ୍ଡିଆ କ୍ଳବ୍ ଘର ଶୁଭ ଉଦଘାଟନ କରିଥିଲେ।ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍

 

ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ବିଜେଡ଼ି ସଭାପତି ସନାତନ ସାମଲ,ବରିଷ୍ଠ ବିଜେଡ଼ି ସଂଗଠକ ଦିଲ୍ଲୀପ କୁମାର ଦଳ ବେହେରା,ଯୁବ ସଂଗଠକ ସଞ୍ଜୟ କୁମାର ସାହୁ,ଯୁବ ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ,ସନ୍ତୋଷ କୁମାର ନାୟକ,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ କୁମାର ପରିଡ଼ା,ଉପ ସଭାପତି ମୁରଲୀ ଧର ଜେନା,ସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ, ମହିପୁର ସରପଞ୍ଚ ମାଳତୀ ସାହୁ,ସମିତି ସଭ୍ୟ ସୁଦାମ ଚରଣ ପ୍ରଧାନ ,ପଞ୍ଚାୟତ ବିଜେଡ଼ି ସଭାପତି ପ୍ରମୁଖ ଯୋଗଦେଇଥିଲେ।  ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ