• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୦୦୦ ମିଶନ ଶକ୍ତି ଗୃହ କାର୍ଯ୍ୟକ୍ଷମ ହୋଇଛି : ଆଗକୁ ହେବ ଆହୁରି ୫୭୫୮ ଗୃହ

Proprietor Abhimanyu Maharana by Proprietor Abhimanyu Maharana
September 2, 2021
in ଓଡ଼ିଶା, ମହାନଗର, ହୋମ୍
0
୧୦୦୦ ମିଶନ ଶକ୍ତି ଗୃହ କାର୍ଯ୍ୟକ୍ଷମ ହୋଇଛି : ଆଗକୁ ହେବ ଆହୁରି ୫୭୫୮ ଗୃହ
Share on FacebookShare on TwitterWhatsapp

x. ଗୃହ ନିର୍ମାଣ ପାଇଁ ୩୧୭ କୋଟି ମଞ୍ଜୁର
x. ଗୋଟିଏ ଛାତତଳେ ଏସ୍‌ଏଚ୍‌ଜିଙ୍କ ସାମୂହିକ କାର୍ଯ୍ୟକ୍ରମ

ଓଡ଼ିଶା ତାଜା ନ୍ୟୁଜ୍ (୨ ସେପ୍ଟେମ୍ବର ଗୁରୁବାର)  ଭୁବନେଶ୍ୱର :- ବର୍ତ୍ତମାନ ସୁଦ୍ଧା ୧୦୦୦ ମିଶନ ଶକ୍ତି ଗୃହ କାର୍ଯ୍ୟକ୍ଷମ ହୋଇଛି । ଆଗକୁ ହେବ ଆହୁରି ୫୭୫୮ ଗୃହ । ରାଜ୍ୟ ସରକାର ଏହି ଗୃହ ପାଇଁ ୩୧୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଗୋଟିଏ ଛାତତଳେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ବା ଏସ୍‌ଏସଜିଙ୍କ ସାମୂହିକ କାର୍ଯ୍ୟକ୍ରମ କରିବାର ଯୋଜନା ହୋଇଥିଲା ତାହା ସଫଳ ହେବାକୁ ବସିଛି । ଫଳରେ ମିଶନ ଶକ୍ତିର କାର୍ଯ୍ୟ ବ୍ୟାପକ ହେବାରେ ଲାଗିଛି ।

ମିଶନ ଶକ୍ତି ନିର୍ଦେଶିକା ସୁଜାତା କାର୍ତ୍ତିକେୟନ ଏହି ସୂଚନା ଦେଇଛନ୍ତି I ସେ କହିଛନ୍ତି ଯେ,ରାଜ୍ୟ ରେ ପ୍ରାୟ ୬ ଲକ୍ଷରୁ ଉର୍ଦ୍ଧ୍ୱ ଏସ୍‌ଏଚ୍‌ଜି ଗୋଷ୍ଠୀ ମଧ୍ୟରେ ୭୦ ଲକ୍ଷ ମହିଳା ସାମିଲ ଅଛନ୍ତି । ଏହି ଗୋଷ୍ଠୀଙ୍କ ଜରିଆରେ ସାରା ରାଜ୍ୟରେ ମିଶନ ଶକ୍ତିର ବିଭିନ୍ନ କାର୍ଯ୍ୟ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ୬୭୫୮ଟି ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୩୧୭ କୋଟି ଟଙ୍କା ମଞ୍ଜୁର ହୋଇସାରିଛି । ରାଜ୍ୟ ସରକାର ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଏବଂ ସହରାଞ୍ଚଳର ୱାର୍ଡରେ ଏହି ଗୃହ ନିର୍ମାଣ ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି ।

୫ ଲକ୍ଷ ଟଙ୍କା ବ୍ୟୟରେ ଗ୍ରାମପଞ୍ଚାୟତ, ୱାର୍ଡ ସ୍ତରରେ ନିର୍ମିତ ହେବାକୁ ଥିବା ପ୍ରତି ଗୃହରେ ସମ୍ମିଳନୀ କକ୍ଷ, ବିକ୍ରୟ କେନ୍ଦ୍ର, ଶୌଚାଳୟ ଓ ପାନୀୟ ଜଳ ଆଦିର ବ୍ୟବସ୍ଥା କରାଯାଇଛି । ଗୃହ ନିର୍ମାଣ ହେବା ପରେ ଚିହ୍ନଟ ହୋଇଥିବା ନୋଡାଲ ଏସ୍‌ଏଚ୍‌ଜିଙ୍କୁ ଏହାର ପରିଚାଳନା ଭାର ଦିଆଯାଉଛି । ସ୍ଥାନୀୟ ଅଞ୍ଚଳର ସମସ୍ତ ଏସ୍‌ଏଚ୍‌ଜି ଏହି ଗୃହକୁ ଆସିବା ସହ ମିଶନ ଶକ୍ତି ସଂପର୍କିତ କାର୍ଯ୍ୟ ପାଇଁ ବ୍ୟବହାର ମଧ୍ୟ କରିପାରିବେ । ଏପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ପ୍ରାୟ ଏକ ହଜାରଟି ମିଶନ ଶକ୍ତି ଗୃହ ଏସ୍‌ଏଚ୍‌ଜିଙ୍କ ବିଭିନ୍ନ କାର୍ଯ୍ୟ ପାଇଁ ବ୍ୟବହାର କରାଯାଉଛି ।

ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ମହିଳାଙ୍କ ସାମୂହିକ ଓ ଦଳଗତ କାର୍ଯ୍ୟକ୍ରମ ଦିଗରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ସହ ଉଭୟ ସହର ଓ ଗ୍ରାମାଞ୍ଚଳର ମହିଳାଙ୍କ ସାମାଜିକ ଓ ଆର୍ôଥକ ସଶକ୍ତିକରଣ ନିମନ୍ତେ ଏକ ପ୍ରମୁଖ ଉପାଦାନରେ ରୂପାନ୍ତରିତ ହୋଇଛି ବୋଲି ବିଭାଗ ସ୍ପଷ୍ଟ କରିଛି । ଓଡ଼ିଶା ସରକାର ଏସ୍‌ଏଚ୍‌ଜିଙ୍କ ନିମନ୍ତେ ଏହି ଉତ୍ସର୍ଗୀକୃତ ଭିତ୍ତିଭୂମି ନିର୍ମାଣ କରିଛନ୍ତି । ଫଳରେ ସେମାନଙ୍କ ବିଭିନ୍ନ ଦଳଗତ କାର୍ଯ୍ୟକଳାପ, କୌଶଳ ବିକାଶ, ବଜାର ସଂଯୋଗୀକରଣ ଏବଂ ସେମାନଙ୍କ ନିଜସ୍ୱ ବ୍ୟବହାର ପାଇଁ ତାହା ଏକ ନିର୍ଭରଯୋଗ୍ୟ ସ୍ଥାନରେ ପରିଣତ ହୋଇଛି ।

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ୍‌ର ଝରଣୀ ଗ୍ରାମ ପଞ୍ଚାୟତରେ ‘ଅଗ୍ରଗତି ଏସ୍‌ଏଚ୍‌ଜି’ ଦ୍ୱାରା ମାତ୍ର ୬ ମାସ ମଧ୍ୟରେ ୫ ଲକ୍ଷ ଟଙ୍କା ବ୍ୟୟରେ ମିଶନ ଶକ୍ତି ଗୃହ ନିର୍ମାଣ ଶେଷ ହୋଇଥିଲା । ଏହି ମିଶନ ଶକ୍ତି ଗୃହର ପରିଚାଳନା ଦାୟିତ୍ୱ ‘ପ୍ରଗତି ଏସ୍‌ଏଚ୍‌ଜି’କୁ ହସ୍ତାନ୍ତର କରାଯାଇଛି । ଏସ୍‌ଏଚ୍‌ଜିଙ୍କ ବହୁବିଧ କାର୍ଯ୍ୟକ୍ରମ ତଥା ନିୟମିତ ପ୍ରଶିକ୍ଷଣ ନିମନ୍ତେ ବିଭିନ୍ନ ଏସ୍‌ଏଚ୍‌ଜି ଏବଂ ଗ୍ରାମ ପଞ୍ଚାୟତ ସ୍ତରର ସଂଘମାନେ ଏହି ଗୃହକୁ ବ୍ୟବହାର କରୁଛନ୍ତି । ଏତଦ୍‌ବ୍ୟତୀତ ଧାନସଂଗ୍ରହ ନିମନ୍ତେ ଚାଷୀଙ୍କ ଅନ୍‌ଲାଇନ୍ ପଞ୍ଜୀକରଣ ଏବଂ ଅନ୍ୟାନ୍ୟ ଧାନସଂଗ୍ରହ ସଂପର୍କିତ କାର୍ଯ୍ୟକ୍ରମ ମଧ୍ୟ ଏହି ଗୃହରେ କରାଯାଉଛି ।

ପଞ୍ଚାୟତସ୍ତରରେ ଏସ୍‌ଏଚ୍‌ଜିଙ୍କ ପାଇଁ ଏହି ଭଳି ଭିତ୍ତିଭୂମି ନିର୍ମାଣ ଓଡ଼ିଶାରେ ଏସ୍‌ଏଚ୍‌ଜି ଆନ୍ଦୋଳନକୁ ଆହୁରି କ୍ରିୟାଶୀଳ କରିପାରିଛି । ଯଥାର୍ଥରେ ଓମ୍ ମହାଲକ୍ଷ୍ମୀ ଏସ୍‌ଏଚ୍‌ଜିର ସଦସ୍ୟା କୁନିଲତା ସାମଲ କୁହନ୍ତି, ‘ନିଜ ଗାଁ ଭିତରେ ଆମମାନଙ୍କ ପାଇଁ ଏକ ସ୍ଥାନ ଯେଉଁଠି ଆମେ ବସିପାରୁଛୁ, ଦେଖା ହୋଇ ପାରୁଛୁ, ବ୍ୟବସାୟ ସମ୍ବନ୍ଧୀୟ ଯୋଜନା ଓ ରୂପରେଖ ପ୍ରସ୍ତୁତ କରିପାରୁଛୁ । ଏହା ନିଶ୍ଚିତ ଭାବେ ଅତ୍ୟନ୍ତ ଭଲ ଏବଂ ସ୍ୱାଗତଯୋଗ୍ୟ ପଦକ୍ଷେପ । ମିଶନ ଶକ୍ତି ପାଇଁ ଆମେ ଆଗକୁ ବଢ଼ିପାରିଛୁ ବୋଲି ମିଶନ ଶକ୍ତି ରିପୋର୍ଟ ଦେଇଛି । ନିଆଳି ଗ୍ରାମପଞ୍ଚାୟତ ସଦର ମହକୁମାରେ ସେହିପରି ମିଶନ ଶକ୍ତି ଗୃହରେ ସିଲେଇ ମେସିନ୍ ଚାଲିବାର ଶବ୍ଦ ତୃଣମୂଳ ସ୍ତରରେ ଗୋଟିଏ ଛାତ ତଳେ ମହିଳା କୈନ୍ଦ୍ରିକ ଉଦ୍ୟୋଗୀ ସୃଷ୍ଟିର ସଙ୍କେତ ବହନ କରୁଛି । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉଦ୍ଦେଶ୍ୟ ରେ ସମର୍ପିତ ଏହି ଗୃହ ଏକ ଉତ୍ସର୍ଗୀକୃତ କାର୍ଯ୍ୟସ୍ଥଳରେ ପରିଣତ ହୋଇଛି ବୋଲି ସରକାର ସ୍ପଷ୍ଟ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version