• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ ବାଉଁଶ ହସ୍ତଶିଳ୍ପର ବିକାଶ ନିମନ୍ତେ ବୁଝାମଣାପତ୍ର

Proprietor Abhimanyu Maharana by Proprietor Abhimanyu Maharana
September 2, 2021
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶାରେ ବାଉଁଶ ହସ୍ତଶିଳ୍ପର ବିକାଶ ନିମନ୍ତେ ବୁଝାମଣାପତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨ ସେପ୍ଟେମ୍ବର ଗୁରୁବାର)  ଭୁବନେଶ୍ୱର :- ରାଜ୍ୟରେ ବାଉଁଶ ହସ୍ତଶିଳ୍ପର ସର୍ବାଙ୍ଗୀନ ବିକାଶ ନିମନ୍ତେ ଆଜି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନସ୍ଥ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନସ୍ଥ ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥା ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଆଜି କଳାଭୂମିଠାରେ ଓଡ଼ିଶାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ, ଓଡ଼ିଶା ପିସିସିଏଫ୍‌ ଓ ବନବାହିନୀ ମୁଖ୍ୟ (ଏଚ୍‌ଓଏଫ୍‌ଏଫ୍‌) ଶ୍ରୀ ଶିଶିର କୁମାର ରଥୋ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସନାତନ ନାୟକ ଓ ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥାର ରାଜ୍ୟ ମିଶନ ନିର୍ଦ୍ଦେଶକ ଶ୍ରୀ ପ୍ରେମ କୁମାର ଝା ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।

ଆମ ଓଡ଼ିଶା ଏକ ଉତ୍କୃଷ୍ଟ ହସ୍ତଶିଳ୍ପ କଳାର ରାଜ୍ୟ । ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ଟି ହସ୍ତଶିଳ୍ପକୁ ଆଧାର କରି କାରିଗରମାନେ ବିଭିନ୍ନ ସାମଗ୍ରୀ ଉତ୍ପାଦନ କରୁଛନ୍ତି । ‘ବାଉଁଶ’ ହସ୍ତଶିଳ୍ପଟି ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ହସ୍ତଶିଳ୍ପ ଅଟେ । ଏହି ସାମଗ୍ରୀଗୁଡ଼ିକ ପ୍ରାୟ ପ୍ରତି ଜିଲ୍ଲାରେ ଉତ୍ପାଦିତ ହେଉଥିଲେ ମଧ୍ୟ ତନ୍ମଧ୍ୟରୁ କେତେକ ମୁଖ୍ୟ ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କନ୍ଧମାଳ ଓ ମାଲକାନଗିରି । ରାଜ୍ୟରେ ଏହି ହସ୍ତଶିଳ୍ପର କାରିଗରଙ୍କ ସଂଖ୍ୟା ପ୍ରାୟ ୨୨ ହଜାର ।

ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥାର ୭୨୧.୩୦ ଲକ୍ଷ ଟଙ୍କାର ଆର୍ଥିକ ସହଯୋଗରେ ଯେଉଁ ବାଉଁଶ ହସ୍ତଶିଳ୍ପ ପୁଞ୍ଜଗୁଡ଼ିକର ବିକାଶ ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି ସେଗୁଡ଼ିକ ହେଉଛି ମୟୂରଭଞ୍ଜ ଜିଲ୍ଲାର ଇଚିଣ୍ଡା(ରାଇରଙ୍ଗପୁର), ଯାଜପୁର ଜିଲ୍ଲାର ଗୋପାଳପୁର (ରସୁଲପୁର), ଢେଙ୍କାନାଳ ଜିଲ୍ଲାର ବଉଳପୁର (ଓଡ଼ାପଡ଼ା), ବରଗଡ଼ ଜିଲ୍ଲାର ବରଗାଁ/କଣ୍ଟାପଲ୍ଲୀ, ବରଗଡ଼ ଜିଲ୍ଲାର ବ୍ରାହ୍ମଣଡ଼ିହୀ(ପଦ୍ମପୁର) ଓ ସୁବର୍ଣ୍ଣପୁର ଜିଲ୍ଲାର ବିନିକା । ଏହି କାର୍ଯ୍ୟକ୍ରମଗୁଡ଼ିକ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ଦ୍ୱାରା ଏହାର ଜିଲ୍ଲାସ୍ତରୀୟ ସହ ନିର୍ଦ୍ଦେଶକ (ହସ୍ତଶିଳ୍ପ)ଙ୍କ କାର୍ଯ୍ୟାଳୟ ମାଧ୍ୟମରେ ସଫଳ ରୂପାୟନ କରାଯିବ । ଏହି ପ୍ରକଳ୍ପ ଅଧୀନସ୍ଥ ପ୍ରମୁଖ କାର୍ଯ୍ୟଗୁଡ଼ିକ ହେଲା ଉପରୋକ୍ତ ବାଉଁଶ ହସ୍ତଶିଳ୍ପ ପୁଞ୍ଜରେ ସାଧାରଣ ସୁବିଧା କେନ୍ଦ୍ର ନିର୍ମାଣ, ଆଧୁନିକ ଯନ୍ତ୍ରପାତି ଦ୍ୱାରା କଞ୍ଚା ବାଉଁଶର ପ୍ରକ୍ରିୟାକରଣ ଓ କାରିଗରମାନଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ।

ଏତଦ୍‌ବ୍ୟତୀତ ବଜାର ସହାୟତା ପାଇଁ ଗ୍ରାମାଞ୍ଚଳରେ ହାଟ ଓ ବାଉଁଶ ବଜାର ପ୍ରତିଷ୍ଠା ତଥା ଇ- ବାଣିଜ୍ୟର ଉପଯୋଗ । ବଜାର ଚାହିଦା ମୁତାବକ ସାମଗ୍ରୀ ପ୍ରସ୍ତୁତି ନିମନ୍ତେ ସିଡାକ୍‌ଠାରେ ଏକ ବଜାର ସହାୟତା ତଥା ନମୁନା ବିକାଶ କେନ୍ଦ୍ର ଖୋଲାଯିବାର ବ୍ୟବସ୍ଥା ଅଛି । ଆଜିର ଏହି ଉତ୍ସବରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସନାତନ ନାୟକ ସ୍ୱାଗତ ଭାଷଣ ଦେଇଥିଲେ । ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥାର ରାଜ୍ୟ ମିଶନ ନିର୍ଦ୍ଦେଶକ ଶ୍ରୀ ପ୍ରେମ କୁମାର ଝା ସଂକ୍ଷିପ୍ତ ଅଭିଭାଷଣ ପ୍ରଦାନ କରିଥିଲେ ଏବଂ ହସ୍ତଶିଳ୍ପ ଉପନିର୍ଦ୍ଦେଶକ ଶ୍ରୀ ଶିଶିର କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version