• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ ଶିକ୍ଷକ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ଦଶ ସୂତ୍ରୀ ଲକ୍ଷ୍ୟ ରଖିଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
September 5, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ ଶିକ୍ଷକ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ଦଶ ସୂତ୍ରୀ ଲକ୍ଷ୍ୟ ରଖିଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ପ୍ରତିଟି ପିଲାଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଆମର ଉଦ୍ୟମ ନୂଆ ଓ ରୂପାନ୍ତରିତ ଓଡ଼ିଶା ଗଠନରେ ଏକ ବଳିଷ୍ଠ ପଦକ୍ଷେପ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୫ ସେପ୍ଟେମ୍ବର ରବିବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ଲୋକସେବା ଭବନର କନ୍ଭେନସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୋର ଲକ୍ଷ୍ୟ । ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି ।

ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଂଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହାଦ୍ବାରା ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ଗୁଡିକ ଏକ ରୋଲ ମଡେଲ ହେଉ ବୋଲି ସେ ଚାହାଁନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ଦେଶର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାତୀୟ ସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟ ଗୁଡିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି । ପିଲାମାନଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ବାସ ବୃଦ୍ଧି ହେବ ଏବଂ ସେମାନେ ଏହି ପ୍ରତିଯୋଗୀତାମୂଳକ ଦୁନିଆରେ ସବୁପ୍ରକାର ବାଧାବିଘ୍ନକୁ ଅତିକ୍ରାନ୍ତ କରି ସଫଳତାର ପାହାଚ ଚଢିପାରିବେ ତାହା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ପିଲାମାନଙ୍କୁ ଭବିଷ୍ୟତର ସଫଳତା ପାଇଁ ଠିକ୍‌ ଭାବରେ ଗାଇଡ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ । ପ୍ରତି ଛାତ୍ରଛାତ୍ରୀ ଙ୍କ ସ୍ବପ୍ନ କୁ ସାକାର କରିବା ପାଇଁ ଆମର ଉଦ୍ୟମ ହେବ ନୂଆ ଓ ରୂପାନ୍ତରିତ ଓଡଶା ଗଠନରେ ବଳିଷ୍ଠ ପଦକ୍ଷେପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ଏବଂ ଏଦିଗରେ ଶିକ୍ଷକ ମାନେ ସେମାନଙ୍କ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆଗେଇ ଆସିବାକୁ ଆହ୍ଵାନ ଜଣାଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଥିଲେ ।ଏଥିରେ ପିଲାମାନଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ,ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା ଯୋଗ ,କ୍ରୀଡା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା ଜାତୀୟ ଅନ୍ତଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା ,ସ୍କୁଲ ସମୟରୁ ଦକ୍ଷତା ର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି ।ଏତଦବ୍ୟତୀତ ପ୍ରତି ଆଦର୍ଶ ବିଦ୍ୟାଳୟ କୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ସେମାନେ ହେଲେ – ଭଦ୍ରକ ଜିଲ୍ଲା ସ୍କୁଲର ସହକାରୀ ଶିକ୍ଷକ ଶ୍ରୀ ଅଶୋକ କୁମାର ତ୍ରିପାଠୀ ଓ ଛତ୍ରପୁର ୟୁ.ପି ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀ ଅଜିତ କୁମାର ସେଠୀ । ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ସମୀର ଦାଶ ,ଓଡ଼ିଶା ଆଦର୍ଶ ଵିଦ୍ୟା ଳୟ ସଗଠନର ଅଧ୍ୟକ୍ଷ ଶ୍ରୀ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍ ବୋଧନ ଦେଇ ଆଦର୍ଶ ବିଦ୍ୟାଳୟ ପିଲାଙ୍କ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ନବନିଯୁକ୍ତ ଅଧ୍ୟକ୍ଷ ଓ ଶିକ୍ଷକ ମାନଙ୍କ ସହ ଆଲୋଚନା କରି ଶ୍ରୀ ପାଣ୍ଡିଆନ୍ ସେମାନଙ୍କୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ନୂଆ ଓଡ଼ିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ୟମ ରେ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥବାରୂ ଏ ଲକ୍ଷ୍ୟ ପୂରଣ ପାଇଁ କାମ କରିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ,ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ,ପ୍ରମୁଖ ଯୋଗ ଦେଇଥିଲେ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୂ ସ୍ବାଗତ ଭାଷଣ ଦେଇ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026
ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version