• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ ସମୀକ୍ଷା : ପର୍ବପର୍ବାଣୀ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ତୃତୀୟ ଲହରୀକୁ ନିୟନ୍ତ୍ରଣ କରିବାରେ ନିର୍ଣ୍ଣାୟକ ହେବ  –  ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
September 7, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
କୋଭିଡ ସମୀକ୍ଷା : ପର୍ବପର୍ବାଣୀ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ତୃତୀୟ ଲହରୀକୁ ନିୟନ୍ତ୍ରଣ କରିବାରେ ନିର୍ଣ୍ଣାୟକ ହେବ  –  ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଶିକ୍ଷାନୁଷ୍ଠାନ ଗୁଡିକରେ ଅଚାନକ ପରିଦର୍ଶନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଧାର୍ମିକ ଅନୁଷ୍ଠାନ, ଡାକ୍ତରଖାନା, ଅଫିସ ଓ ହାଟ ବଜାରରେ କୋଭିଡ ନିୟମ କଡାକଡି ପାଇଁ ନିର୍ଦ୍ଦେଶ ,ଅବହେଳା ପରିଲକ୍ଷିତ ହେଲେ, ପୁଣି ଲକ୍ଡାଉନ ଫେରିବ

ଓଡ଼ିଶା ତାଜା ନ୍ୟୁଜ୍ (୭ ସେପ୍ଟେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।

କୋଭିଡ ଆଚରଣବିଧି ହେଉଛି,କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ – ଏହି high risk groupର ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ Micro Contentment Zone କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍‌ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ । ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version