ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା – ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି

ଓଡ଼ିଶା ତାଜା ନ୍ୟୁଜ୍ (୧୯ ସେପ୍ଟେମ୍ବର ରବିବାର ଭୁବନେଶ୍ୱର :- ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୬୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କଟକ, ଜଗତସିଂହପୁର ଓ ଖୋର୍ଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଯାଜପୁର ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୦ ହଜାର ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୭୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୬ ହଜାର ୩୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୨୫୬୬୮୨ସାମ୍ପୁଲ ଟେଷ୍ଟ୍ ହୋଇଛି ।   ( ଲାଲା ଅନନ୍ତ କୁମାର ସିଂହଁ )